Posted inଖେଳ

ଆଜିର ଦିନରେ ଇତିହାସ ରଚିଥିଲେ ସଚିନ

ନୂଆଦିଲ୍ଲୀ,୧୬।୩- କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଠିକ୍‌ ୮ ବର୍ଷ ପୂର୍ବେ ଇତିହାସ ରଚିଥିଲେ। ଅନ୍ତର୍ଜାତୀୟ କ୍ରିକେଟରେ ୧୦୦ତମ ଶତକ ହାସଲ କରିଥିଲେ ମାଷ୍ଟର ବ୍ଲାଷ୍ଟର ସଚିନ। ୧୬ ମାର୍ଚ୍ଚ ୨୦୧୨ରେ ଏସିଆ କପ୍‌ବେଳେ ସଚିନ ବାଂଲାଦେଶ ବିପକ୍ଷରେ ୧୧୪ ରନ୍‌ର ଇନିଂସ ଖେଳିଥିଲେ, ଯାହାକି ଥିଲା ତାଙ୍କ କ୍ୟାରିୟରର ୧୦୦ତମ ଶତକ। ଦିନିକିଆ ଫର୍ମାଟରେ ଏହା ଥିଲା ସଚିନଙ୍କ ୪୯ତମ ଶତକ। ଅବଶ୍ୟ ମ୍ୟାଚ୍‌ରେ ଭାରତୀୟ ଦଳ ପରାଜିତ ହୋଇଥିଲା। ଫଳରେ ଏସିଆ କପ୍‌ ଫାଇନାଲରେ ପ୍ରବେଶ କରିପାରି ନ ଥିଲା ଭାରତ। କ୍ୟାରିୟରରେ ୨୦୦ ଟେଷ୍ଟ ଖେଳିଥିବା ସଚିନଙ୍କ ନାମରେ ୫୧ ଶତକ ସହ ୧୫,୯୨୧ ରନ୍‌ ରହିଛି। ୨୪ ବର୍ଷର ଲମ୍ବା କ୍ୟାରିୟରରେ ସଚିନ ୪୬୩ ଦିନିକିଆ ଖେଳି ୧୮,୪୨୬ ରନ୍‌ କରିଥିଲେ। ସେ ଏକ ଟି୨୦ ମ୍ୟାଚ୍‌ ମଧ୍ୟ ଖେଳିଥିଲେ। ମୋଟ ୬୬୪ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳି ୩୪,୩୫୭ ରନ୍‌ କରିଥିଲେ। ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଶତକ ହାସଲ କରିଥିବା ବ୍ୟାଟ୍ସମ୍ୟାନଙ୍କ ତାଲିକାରେ ସଚିନ ଶୀର୍ଷରେ ଥିବାବେଳେ ୭୧ ଶତକ ସହ ଅଷ୍ଟ୍ରେଲିଆର ରିକି ପଣ୍ଟିଂ ଦ୍ୱିତୀୟ ସ୍ଥାନ ରହିଛନ୍ତି। ତାଙ୍କ ପଛକୁ ବିରାଟ କୋହଲି (୭୦ ଶତକ) ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତିଅଧରେ ଏଟିଏମ୍‌ ତାଡ଼ି ଥାର୍‌ ଗାଡ଼ିରେ ବାନ୍ଧି ନେଉଥିଲେ ଦୁର୍ବୃତ୍ତ, ଭୁକିଲା କୁକୁର, ଆଉ ତା’ ପରେ…

ଖଇରା,୧୧ା୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ତୁଡ଼ିଗଡିଆ ବଜାରରେ ଥିବା ଇଣ୍ଡିଆ -୧ ଏଟିଏମ୍‌ ମେଶିନ ତାଡ଼ି ଦୃବୁର୍ତ୍ତମାନେ ଥାର୍‌ ଗାଡ଼ି ପଛରେ ବାନ୍ଧି…

ହଜାରେ କ୍ଷେପଣାସ୍ତ୍ର ଆକ୍ରମଣ କରିବାକୁ ଧମକ ଦେଇଥିଲେ ଡୋନାଲ୍ଡ ଟ୍ରମ୍ପ; ବର୍ତ୍ତମାନ ଇରାନରେ ବଡ଼ ବିସ୍ଫୋରଣ, ପ୍ରତିକ୍ରିୟା ରଖିଲା ତେହରାନ

ତେରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ‘୧,୦୦୦ କ୍ଷେପଣାସ୍ତ୍ର’ ସମ୍ପର୍କରେ ଇରାନକୁ ଚେତାବନୀ ଦେବା ପରେ ଇରାନର ରାଜଧାନୀ ତେହରାନର ପୂର୍ବ ଭାଗରେ ବିସ୍ଫୋରଣର ଶବ୍ଦ ଶୁଣିବା…

ଗାଧୋଇବାକୁ ଯାଇ ଫେରିଲେନି ଯୁବକ, ପାଣିରୁ ମୃତଦେହ କାଢ଼ି…

ଖଲ୍ଲିକୋଟ,୧୧ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଭେଜିପୁଟ ଗ୍ରାମ ୧୬ ନଂ ଜାତୀୟ ରାଜପଥ କଡ଼ରେ ଥିବା ଦୋଳା ପୋଖରୀରେ ବୁଡ଼ି ଜଣେ…

ବିଦେଶୀ ମଦ ଦୋକାନ ଉପରେ ବୋମାମାଡ଼ କରି ଫେରାର ହୋଇଗଲେ ଦୁର୍ବୃତ୍ତ, ପୁରୁଣା କର୍ମଚାରୀଙ୍କ…

କୋଣାର୍କ,୧୧ା୭(ଜ୍ୟୋତିରାଜ ମହାନ୍ତି): କୋଣାର୍କ ବସ୍‌ଷ୍ଟାଣ୍ଡ ନିକଟରେ ନୂତନ କରି ଖୋଲିଥିବା ବିଦେଶୀ ମଦ ଦୋକାନକୁ ଜଣେ ଦୁର୍ବୃତ୍ତ ଶନିବାର ପୂର୍ବାହ୍ନରେ ତିନୋଟି ବୋମାମାଡ଼ କରି ଫେରାର ହୋଇଯାଇଥିବାବେଳେ…

ଗୋଟିଏ ମଫଲର ନେଇ ନ୍ୟୁଜିଲାଣ୍ଡ ଯାଇଛନ୍ତି ମୋଦି: ପଛରେ ରହିଛି ରୋଚକ କାହାଣୀ

ନୂଆଦିଲ୍ଲୀ,୧୧।୭: ପ୍ରଧାନମନ୍ତ୍ରୀ ମୋଦି ନ୍ୟୁଜିଲାଣ୍ଡରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଆଜି ୪୦ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ନ୍ୟୁଜିଲାଣ୍ଡ ଗସ୍ତ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି: କଡ଼ା ପଦକ୍ଷେପ ନେଲେ ମୁଖ୍ୟମନ୍ତ୍ରୀ, SCERT ନିର୍ଦ୍ଦେଶକଙ୍କୁ ଏଫ୍‌ଆଇଆର୍‌ ଦାୟର କରିବାକୁ କହି…

ଭୁବନେଶ୍ୱର,୧୧ା୭(ସୁନିତ୍‌ ମିଶ୍ର): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏ ସମ୍ପର୍କରେ…

E-20 ସହିତ ସାଧାରଣ ପେଟ୍ରୋଲ୍ ମଧ୍ୟ… ଏବେ ଗ୍ରାହକଙ୍କୁ ପେଟ୍ରୋଲ ପମ୍ପରେ ମିଳିବ ପେଟ୍ରୋଲର ବିକଳ୍ପ?

ନୂଆଦିଲ୍ଲୀ,୧୧ା୭: E-20 ଇନ୍ଧନ (ଫ୍ୟୁଏଲ୍‌)କୁ ନେଇ ଏବେ ସାରା ଦେଶରେ ହଙ୍ଗାମା ମାତିଛି। ଏଥାନଲ୍ ବ୍ଲେଣ୍ଡେଡ୍ ପେଟ୍ରୋଲ୍ (ଏଥାନଲ୍ ମିଶ୍ରିତ ପେଟ୍ରୋଲ୍‌)କୁ ନେଇ ଆଲୋଚନା ଓ ବିବାଦର…

ଅଷ୍ଟ୍ରେଲିଆରେ ଏକ ହୋଟେଲ ରୁମ୍‌ର ମୂଲ୍ୟ କେତେ? ଗୋଟିଏ ସପ୍ତାହ ରହିଲେ କେତେ ଖର୍ଚ୍ଚ ହୁଏ ଜାଣନ୍ତୁ…

ନୂଆଦିଲ୍ଲୀ/କାନ୍‌ବେରା,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ତିନି-ରାଷ୍ଟ୍ରୀୟ ଗସ୍ତରେ ଅଷ୍ଟ୍ରେଲିଆରେ ପହଞ୍ଚିଥିଲେ। ଯାହା ଦେଶ ବିଷୟରେ ଅଧିକ ଜାଣିବା ପାଇଁ ଇଚ୍ଛାକୁ ବୃଦ୍ଧି କରିଥିଲା। ଅନେକ ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri