ଆଜି ଅନୁଗୋଳ ବ୍ଲକସ୍ତରୀୟ ମହୋତ୍ସବ

ଅନୁଗୋଳ ଅଫିସ୍‌, ୨୯।୧ – ଆସନ୍ତା ଫେବୃୟାରୀରେ ଜିଲା ମହୋତ୍ସବ ଆୟୋଜନ କରାଯିବ। ଏନେଇ ପ୍ରତି ବ୍ଲକ ସ୍ତରରେ ସଜବାଜ ଆରମ୍ଭ ହୋଇଛି। ଅନୁଗୋଳ ବ୍ଲକରେ ମଧ୍ୟ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ବୁଧବାର ପୂର୍ବାହ୍ନରେ ଅନୁଗୋଳ ବ୍ଲକ ବନ୍ତଳା ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଲକ ମହୋତ୍ସବ କରାଯାଇ ଜିଲା ମହୋତ୍ସବ ପାଇଁ ଦଳ ବଛାଯିବାର କାର୍ଯ୍ୟକ୍ରମ ରହିଛି। ସେହିପରି ୩୦ରୁ ସାତକୋଶିଆରୁ ହିଙ୍ଗୁଳା ମହୋତ୍ସବ ପାଇଁ ମଧ୍ୟ ପ୍ରସ୍ତୁତି ଶେଷ ହୋଇଛି। ଏ ନେଇ ଅନୁଗୋଳ ଅତିରିକ୍ତ ଜିଲାପାଳଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ସନ୍ଧ୍ୟାରେ ଅନୁଷ୍ଠିତ ବୈଠକରେ ଶେଷ ପର୍ଯ୍ୟାୟ ଆଲୋଚନା ହୋଇଛି ବୋଲି ବିଡିଓ ମାୟାଧର ବେହେରା ସୂଚନା ଦେଇଛନ୍ତି। ଅନୁଗୋଳ ବ୍ଲକରେ ଥିବା ୩୪ଟି ପଞ୍ଚାୟତରୁ ୨ଟି ଲେଖାଏଁ ଦଳ ପ୍ରତିଯୋଗିତାରେ ଯୋଗଦେବେ ବୋଲି ଜଣାପଡିଛି।
ବ୍ଲକସ୍ତରୀୟ ମହୋତ୍ସବରେ ପାଲା, ଦାଶକାଠିଆ, ଦଣ୍ଡ, ସଂକୀର୍ତ୍ତନ ଓ ଓଡ଼ିଶୀ ନୃତ୍ୟ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତା ଆୟୋଜନ କରିବାକୁ ବ୍ଲକ କଳା ସଂସ୍କୃତି ସଂଘର ଉପସଭାପତିଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି। ତେବେ ଏହି ପ୍ରତିଯୋଗିତାରେ ବିଭିନ୍ନ ଅଞ୍ଚଳରୁ ଅଂଶଗ୍ରହଣ କରିବାକୁ ଥିବା ପ୍ରତିଯୋଗୀମାନଙ୍କ ମଧ୍ୟରୁ ଶ୍ରେଷ୍ଠ ଗୋଟିଏ ଟ୍ରୁପ୍‌କୁ ବଛାଯାଇ ଜିଲା ମହୋତ୍ସବରେ ଭାଗ ନେବାକୁ ସୁଯୋଗ ପ୍ରଦାନ କରାଯିବ ବୋଲି ଅନୁଗୋଳ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ, ପିଡି ଅତୁଲ୍ୟ କୁମାର ଚମ୍ପତ୍ତିରାୟ, ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀ ଓ ବିଡିଓଙ୍କ ଉପସ୍ଥିତିରେ ଏହି ବୈଠକ ଆୟୋଜନ କରାଯାଇଥିଲା। ସେହିପରି ୩୦ରେ ସାତକୋଶିଆରୁ ଜିଲାପାଳ ମନୋଜ କୁମାର ମହାନ୍ତି ମଶାଲ ଯାତ୍ରାର ଦାୟିତ୍ୱ ନେଇଥିବାରୁ ଏଥିପ୍ରତି ସମସ୍ତ ଜିଲା ଅଧିକାରୀ ସ୍ବତନ୍ତ୍ର ଦୃଷ୍ଟି ରଖିଛନ୍ତି। ସାତକୋଶିଆରୁ ମଶାଲ ବାହାରି ହିଙ୍ଗୁଳା ପୀଠକୁ ଯିବ। ମଶାଲ ଶୋଭାଯାତ୍ରାରେ କିପରି ଅଧିକ ସଂଖ୍ୟାରେ ଲୋକ ସାମିଲ ହେବେ ସେନେଇ ମଧ୍ୟ ଆଲୋଚନା ହୋଇଥିଲା। ପ୍ରତି ଛକରେ ସ୍ବୟଂ ସହାୟକ ଗୋଷ୍ଠୀ, ଜନ ପ୍ରତିନିଧି ଓ ସାଧାରଣ ଲୋକେ ମଶାଲକୁ ସ୍ବାଗତ କରିବାର ବ୍ୟବସ୍ଥା କରାଯାଇଥିବା ସୂଚନା ମିଳିଛି। ସାତକୋଶିଆରୁ ବାହାରିବାକୁ ଥିବା ମଶାଲ ଶେଭାଯାତ୍ରା ବନ୍ତଳା ପର୍ଯ୍ୟନ୍ତ ଆସିବା ପରେ ବେଡ଼ାଶାସନ ଦେଇ ମହୀଧରପୁର ପରେ ଫୁଲପଡ଼ା ଦେଇ ଖଲାରି ଅଭିମୁଖେ ଆସିବ। ଏହାପରେ କଲେଜ ଛକ ଦେଇ ସର୍କିଟ ହାଉସ ଓ ପରେ ବଅଁରପାଳ ଦେଇ ହିଙ୍ଗୁଳା ଅଭିମୁଖେ ଯାତ୍ରା କରିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri