ଆଜି ଆର୍ଥିକ ସର୍ଭେ ରିପୋର୍ଟ

ନୂଆଦିଲ୍ଲୀ,୪-୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଏନ୍‌ଡିଏ ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ ଶୁକ୍ରବାର ଉପସ୍ଥାପନ କରିବେ। ପରମ୍ପରା ଅନୁଯାୟୀ ଏହାର ଦିନକ ପୂର୍ବରୁ ଗୁରୁବାର ଅର୍ଥମନ୍ତ୍ରୀ ସୀତାରାମନ୍‌ ୨୦୧୯-୨୦ର ଆର୍ଥିକ ସର୍ଭେ ରିପୋର୍ଟ ସଂସଦରେ ଉପସ୍ଥାପନ କରିବେ। ଦେଶର ମୁଖ୍ୟ ଆର୍ଥିକ ଉପଦେଷ୍ଟା କେ.ଭି.ସୁବ୍ରମଣ୍ୟନଙ୍କ ନେତୃତ୍ୱରେ ପ୍ରସ୍ତୁତ ଏହି ରିପୋର୍ଟରୁ ହିଁ ଚଳିତ ଆର୍ଥିକ ବର୍ଷର ବଜେଟ ରୂପରେଖ ସ୍ପଷ୍ଟ ହୋଇଯିବ। ଚଳିତ ଆର୍ଥିକ ବର୍ଷରେ ଅର୍ଥ ମନ୍ତ୍ରଣାଳୟ ଓ କେନ୍ଦ୍ର ସରକାର କିପରି ଯୋଜନା ପ୍ରସ୍ତୁତ କରିବେ ସେ ସଂକ୍ରାନ୍ତରେ ସର୍ଭେ ରିପୋର୍ଟରେ ଦର୍ଶାଯାଇଥାଏ। ସାଧାରଣତଃ ଗତ ଆର୍ଥିକ ବର୍ଷରେ ଦେଶର ଅର୍ଥନୀତିର ଗତି କେଉଁ ଆଡେ ରହିଥିଲା, ସେସମ୍ପର୍କରେ ରିପୋର୍ଟରେ ଉଲ୍ଲେଖ କରାଯିବା ସହ ଚଳିତ ଆର୍ଥିକ ବର୍ଷରେ ସରକାର କ’ଣ କରିବାକୁ ଚାହୁଁଛନ୍ତି, ସେ ବିଷୟରେ ଦର୍ଶାଯାଇଥାଏ। ଅର୍ଥନୀତିର ପୂର୍ଣ୍ଣାଙ୍ଗ ଦୃଶ୍ୟପଟକୁ ପରିସଂଖ୍ୟାନ ତଥ୍ୟ ମାଧ୍ୟମରେ ସର୍ଭେ ରିପୋର୍ଟରେ ପ୍ରଦର୍ଶନ କରାଯାଇଥାଏ। ସମ୍ଭବତଃ ମଧ୍ୟାହ୍ନ ୧୨ଟାରେ ଏହି ଆର୍ଥିକ ସର୍ଭେ ରିପୋର୍ଟକୁ ଉପସ୍ଥାପନ କରାଯିବ ବୋଲି ଆଶାକରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ

ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…

ସାର୍ଟିଫିକେଟ ପାଇଁ ଯାଉଥିବା ବେଳେ ବାଇକକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ଚନ୍ଦନଙ୍କ ଜୀବନ

ଗଜପତି,୨୭।୫(ଗିରିଧାରୀ ପରିଛା) : ଚାଉଳ ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହେଲା ବାଇକ । ଦୁର୍ଘଟଣାରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଚାଳକ ଆହତ…

୨ ମାସରୁ ଊର୍ଦ୍ଧ୍ୱ ହେବ ଭତ୍ତା ପାଇନାହାନ୍ତି ହିତାଧିକାରୀ, ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ବିଡିଓଙ୍କୁ କଲେ ଗୁହାରି

ଥୁଆମୂଳ ରାମପୁର,୨୭ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସାମାଜିକ ସୁରକ୍ଷା ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନେ ଚରମ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ୨ ମାସରୁ…

ମର୍ମନ୍ତୁଦ ଦୁର୍ଘଟଣା; କାମସାରି ଘରକୁ ଫେରୁଥିବା ବେଳେ ଓଲଟିଲା ପିକଅପ୍ ଭ୍ୟାନ, ୨…

ରାଜନଗର, ୨୭ା୫ (ଭାସ୍କର ରାଉତରାୟ): ରାଜନଗର ବ୍ଲକ ରାଜନଗର ଗୁପ୍ତି ମୁଖ୍ୟ ରାସ୍ତାର ହାତୀନା ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଦୁଇ…

ରାଜ୍ ପ୍ରସାଦ ରାୟଗଡ଼ାର ନୂଆ ଏସ୍ପି; ଦାୟିତ୍ବ ଗ୍ରହଣ କରୁକରୁ କହିଦେଲେ ଏହି କଥା, ଛାନିଆ…

ଗୁଣପୁର,୨୭।୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାର ନୂତନ ଏସପି ଭାବେ ରାଜ୍ ପ୍ରସାଦ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି । ପୂର୍ବତନ ଏସପି ସ୍ୱାତି ଏସ କୁମାରଙ୍କ ଠାରୁ…

କର୍ନାଟକରେ ସତ୍ତା ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଶେଷ! କାଲି ଏହି ସମୟରେ ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୭।୫: କର୍ନାଟକରେ ଆଗାମୀ ଦୁଇ ଦିନ ମଧ୍ୟରେ କ୍ଷମତା ପରିବର୍ତ୍ତନ ନେଇ କଳ୍ପନାଜଳ୍ପନା ତୀବ୍ର ହେଉଥିବା ବେଳେ, କଂଗ୍ରେସ ବିଧାୟକ ଆର.ଭି. ଦେଶପାଣ୍ଡେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ…

ବେଆଇନ ଗୋହତ୍ୟା ରୋକିବାକୁ ଜିଲାପାଳ, ଥାନାଧିକାରୀଙ୍କୁ ସ୍ମାରକପତ୍ର

ବନ୍ତ,୨୭ା୫(କିଶୋର କୁମାର ସେଠୀ): ମୁସଲମାନ ସମ୍ପ୍ରଦାୟର ପର୍ବ ଇଦ-ଉଲ-ଜୁହା (ବକ୍ରିଦ) ପର୍ବ ପାଳନ ହେବାକୁ ଯାଉଥିବା ବେଳେ, ଏହି ସମୟରେ ବେଆଇନ ଗୋହତ୍ୟା ଏବଂ ଗୋ-ଚାଲାଣକୁ ସମ୍ପୂର୍ଣ୍ଣ…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri