Posted inଜାତୀୟ

ଆଜି ଆସିବ ବିନୟଙ୍କ ପିଟିଶନର ରାୟ

ନୂଆଦିଲ୍ଲୀ,୧୪।୨(ପି.ଟି.):ରାଷ୍ଟ୍ରପତି ରାଜକ୍ଷମା ଆବେଦନକୁ ଖାରଜ କରିବା ପରେ ନିର୍ଭୟା ମାମଲାର ଅନ୍ୟତମ ଦୋଷୀ ବିନୟ ଶର୍ମା ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ସର୍ବୋଚ୍ଚ ଅଦାଲତ ଗୁରୁବାର ଉକ୍ତ ପିଟିଶନର ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଛନ୍ତି। ଶୁକ୍ରବାର ଅପରାହ୍ନ ୨ଟାରେ ଏହି ରାୟ ପ୍ରକାଶ ପାଇବ।
ଜଷ୍ଟିସ୍‌ ଆର୍‌. ବାନୁମତୀ, ଅଶୋକ ଭୂଷଣ ଏବଂ ଏ.ଏସ୍‌. ବୋପାନ୍ନାଙ୍କୁ ନେଇ ଗଠିତ ଖଣ୍ଡପୀଠ ଗୁରୁବାର ପ୍ରାୟ ୨ ଘଣ୍ଟା ଧରି ବିନୟଙ୍କ ପିଟିଶନର ଶୁଣାଣି କରିଥିଲେ। ମର୍ସି ପିଟିଶନ ସହ ଯେତିକି ରେକର୍ଡ ଓ ଦସ୍ତାବିଜ ଦିଆଯାଇଥିଲା, ସେଗୁଡ଼ିକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଆଗରେ ଉପସ୍ଥାପନ କରାଯାଇ ନାହିଁ। ରାଷ୍ଟ୍ରପତି ମନ୍ଦ ଉଦ୍ଦେଶ୍ୟ ରଖି ଆବେଦନକୁ ଖାରଜ କରିଦେଇଛନ୍ତି ବୋଲି ବିନୟଙ୍କ ଓକିଲ ଏ.ପି. ସିଂ ଯୁକ୍ତି ବାଢ଼ିଥିଲେ। ସେହିପରି ବିନୟଙ୍କୁ ତିହାର ଜେଲରେ ଅତି ଖରାପ ବ୍ୟବହାର ଦେଖାଯାଉଥିବାରୁ ସେ ମାନସିକ ରୋଗର ଶିକାର ହୋଇଥିବା ଓକିଲ ଦର୍ଶାଇଥିଲେ। କେନ୍ଦ୍ର ଓ ଦିଲ୍ଲୀ ସରକାରଙ୍କ ପକ୍ଷରୁ ମାମଲା ପରିଚାଳନା କରୁଥିବା ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଏ.ପି. ସିଂଙ୍କ ଯୁକ୍ତିକୁ ବିରୋଧ କରିଥିଲେ। ରାଷ୍ଟ୍ରପତି ସମସ୍ତ ଦସ୍ତାବିଜକୁ ଅନୁଧ୍ୟାନ କରିବା ପରେ ଆଇନାନୁସାରେ ମର୍ସି ପିଟିଶନକୁ ଖାରଜ କରିଥିବା ସେ କହିଥିଲେ। ଏହାସହ ଫେବୃୟାରୀ ୧୨ର ବିନୟଙ୍କ ଏକ ମେଡିକାଲ ରିପୋର୍ଟକୁ କୋର୍ଟରେ ଦାଖଲ କରିଥିଲେ, ଯେଉଠି ସେ ମାନସିକ ଭାବେ ସୁସ୍ଥ ଥିବା ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହିଦିନ ମିଳିବ ହିତାଧିକାରୀଙ୍କୁ ଭତ୍ତା ଟଙ୍କା!

ଭୁବନେଶ୍ୱର,୧୬।୬: ହିତାଧିକାରୀଙ୍କ ପାଇଁ ଆସିଲା ଖୁସିଖବର। ଖୁବ୍‌ଶୀଘ୍ର ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ଭତ୍ତା ଟଙ୍କା । ଏନେଇ ମଙ୍ଗଳବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଲା କେପ୍‌ ଭର୍ଡେ

ଆଟଲାଣ୍ଟା,୧୫ା୬- ବିଶ୍ୱ ମାନ୍ୟତାର ୬୭ତମ ସ୍ଥାନରେ ଥିବା କେପ ଭର୍ଡେ ତା’ର ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଛି। ଟୁର୍ନାମେଣ୍ଟର ଅନ୍ୟତମ ଫେଭରିଟ ସ୍ପେନ ବିପକ୍ଷରେ ଖେଳାଯାଇଥିବା…

ଅଜଣା ରୋଗରେ ବହୁସଂଖ୍ୟକ ଛେଳି ମୃତ; ପ୍ରାଣୀ ବିଭାଗ ପାଖରେ ନାହିଁ ଖବର

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମ୍ମା, ଟିକରପଡ଼ା, ଢେପାପେଣ୍ଠ ପ୍ରଭୃତି ଗ୍ରାମମାନଙ୍କରେ ଗତ କିଛିଦିନ ହେଲା ଅଜଣା ରୋଗରେ…

ଥମୁନି ପଶୁ କାମୁଡ଼ା, ଟିକାକରଣ ଭରସାରେ ରୋଗୀ

ଛତ୍ରପୁର, ୧୬।୬ (ଦିଲୀପ ସାମଲ): ଘରେ ନିରୀହ ପଶୁ ପାଳିଲେ ଗୃହ ପରିବାର ଭିତରେ ଆତ୍ମୀୟତା ସହିତ ସେବା ମନୋବୃତ୍ତି ବଢ଼େ ବୋଲି ବିଶାସରେ ଅଛି। କିନ୍ତୁ…

ମୁହାଁମୁହିଁ ଧକ୍କା ହୋଇ ଜଳିଗଲା ଟ୍ରକ୍‌, ୨ ଚାଳକ ଜୀବନ୍ତ ଦଗ୍ଧ

ସୁନ୍ଦରଗଡ,୧୬।୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଭଷ୍ମା ଥାନା ଅନ୍ତର୍ଗତ କଇତରା ନିକଟରେ ବିଜୁ ଏକ୍ସପ୍ରେସ ଓ୍ବେରେ ମଙ୍ଗଳବାର ସକାଳେ ଦୁଇ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା…

ଭାଜପା ଶାସିତ ରାଜ୍ୟର ସବୁ କୋଇଲା ବିଦ୍ୟୁତ ଟେଣ୍ଡର ହାତେଇଲା ଆଦାନୀ ଗ୍ରୁପ; ୨୫ ବର୍ଷରେ କମାଇବ ୧୩.୨୭ ଲକ୍ଷ କୋଟି

ନୂଆଦିଲ୍ଲୀ,୧୬।୬: ୨୦୨୪ରୁ ଭାରତ ସରକାର ଦୀର୍ଘକାଳୀନ କୋଇଲା ବିଦ୍ୟୁତ କ୍ରୟ ଚୁକ୍ତି (PPA) ପୁଣି ଆରମ୍ଭ କରିବା ପରେ, ଆଦାନୀ ଗ୍ରୁପ ଏକ ବଡ଼ ବ୍ୟବସାୟିକ ସଫଳତା…

ପୁଣି ରାଜଧାନୀରେ ଦୁର୍ଘଟଣା: ଦମ୍ପତିଙ୍କୁ ଚାପି ଦେଲା ଟ୍ରକ

ଭୁବନେଶ୍ୱର,୧୬।୬: ରାଜଧାନୀ ଭୁବନେଶ୍ୱର ପୁଣି ଏକ ଦୁର୍ଘଟଣା ଘଟିଛି। ମଙ୍ଗଳବାର ପୂର୍ବାହ୍ନରେ ସୈନିକ ସ୍କୁଲ ଦଶରଜା ମନ୍ଦିର ନିକଟରେ ଏକ ସ୍କୁଟରରେ ଯାଉଥିବା ଦମ୍ପତିଙ୍କୁ ଏକ ଟ୍ରକ…

ନିୟମ ବଦଳାଇଲେ କେନ୍ଦ୍ର ସରକାର, ଏଥର ବିନା ପ୍ରେସକ୍ରିପସନରେ ମିଳିବନି କଫ ସିରପ୍‌

ନୂଆଦିଲ୍ଲୀ,୧୬।୬: କାଶ ସିରପ ସମେତ ବିଭିନ୍ନ ଔଷଧୀୟ ସିରପ କିଣିବା ପାଇଁ ଏବେ ସାରା ଦେଶରେ ଡାକ୍ତରଙ୍କ ପ୍ରେସକ୍ରିପସନ ବାଧ୍ୟତାମୂଳକ ହେବ। ଔଷଧ ନିୟମ, ୧୯୪୫ ସଂଶୋଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri