ଆଜି ଆସୁଛନ୍ତି ଅମିତ୍‌ ଶାହା, ଜନତା ମଇଦାନ ସଭାରେ ଯୋଗଦେବେ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ଶୁକ୍ରବାର ପୂର୍ବାହ୍ନ ୧୦ଟା ୧୦ ମିନିଟ୍‌ରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରେ ପହଞ୍ଚିବେ। ସେଠାରେ ତାଙ୍କୁ ରାଜ୍ୟ ସରକାରଙ୍କ ଅଧିକାରୀ ଏବଂ ଭାଜପା କର୍ମକର୍ତ୍ତା ପୁଷ୍ପଗୁଚ୍ଛ ଦେଇ ସ୍ବାଗତ ସମ୍ବର୍ଦ୍ଧନା ଜଣାଇବେ। ଏହାପରେ ଶାହା ରାଜ୍ୟ ଲୋକସେବା ଭବନର କନ୍‌ଭେନ୍‌ଶନ ହଲ୍‌ରେ ଅନୁଷ୍ଠିତ ହେବାକୁ ଥିବା ୨୪ତମ ପୂର୍ବାଞ୍ଚଳ ଜୋନ୍‌ ପରିଷଦ (ଇଜେଡ୍‌ସି) ବୈଠକରେ ଯୋଗଦେବେ। ଏହା ପରେ ଅପରାହ୍ନ ୪ଟାରେ ଭାଜପା ପକ୍ଷରୁ ଜନତା ମଇଦାନଠାରେ ଆୟୋଜିତ ଏକ ସାଧାରଣ ସଭାରେ ଉଦ୍‌ବୋଧନ ଦେବେ। ସେଠାରେ ସେ ୧ ଘଣ୍ଟା ରହିବେ। ବୈଠକରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ନିଆଯାଇଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେବା ସହ
ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିଷୟରେ ମତ ରଖିବେ। ଏହାପରେ ସନ୍ଧ୍ୟା ୬ଟା ୩୦ ମିନିଟ୍‌ରେ ହୋଟେଲରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହ ସେ ଏକ ବୈଠକରେ ଯୋଗଦେବେ। ଏହି ବୈଠକ ୧ ଘଣ୍ଟା ଧରି ଚାଲିବ। ସେଠାରୁ ସନ୍ଧ୍ୟା ୭ଟା ୩୦ ମିନିଟ୍‌ରେ ପୁରୀ ଅଭିମୁଖେ ଯାତ୍ରା କରିବେ ଏବଂ ସେଠାରେ ରାତ୍ରିଯାପନ କରିବେ। ଶନିବାର ସକାଳ ୮ଟାରେ ଶ୍ରୀଜୀଉଙ୍କୁ ଦର୍ଶନ କରିବେ। ପୂର୍ବାହ୍ନ ୧୦ଟା ୪୫ରେ ଶାହା ଲିଙ୍ଗରାଜଙ୍କ ଦର୍ଶନ କରିବେ। ଏହାପରେ ପୂର୍ବାହ୍ନ ୧୧ଟା ୩୦ ମିନିଟରେ ଏକ ଘରୋଇ ହସ୍ପିଟାଲକୁ ଉଦ୍‌ଘାଟନ କରି ନୂଆଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ…

ବିଜେଡିକୁ ନେଇ ବଡ଼ କଥା କହିଲେ ପ୍ରଭାତ ବିଶ୍ୱାଳ: କୁରୁବଂଶ ଭଳି…

ଭୁବନେଶ୍ୱର, ୧୩।୭: ବିଜେଡିର ଆଭ୍ୟନ୍ତରୀଣ ରାଜନୀତିକୁ ନେଇ ପୁଣି ଥରେ ବୟାନବାଜି ଜୋର ଧରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ‘ବିଶ୍ୱାସଘାତକ’ ବୋଲି କହିଥିବା ପ୍ରସଙ୍ଗରେ…

ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୪।୭: ରାଜ୍ୟ ସରକାର ଏକ ନିଷ୍ପତ୍ତି ନେଇଛନ୍ତି। ଏଣିକି ରାଜ୍ୟର ସବୁ ଔଷଧ ଦୋକାନ ଆଗରେ ରେଟ୍‌ ଚାର୍ଟ ଲାଗିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଏପରିକି…

ଜମନକିରାରେ ଅଭାବନୀୟ ଘଟଣା, ପୋଖରୀରେ ବୁଡି ଚାଲିଗଲା ଯୁବକଙ୍କ ଜୀବନ

ଜମନକିରା,୧୪।୭(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ସଦର ମହକୁମା ଅନ୍ତର୍ଗତ ରାଧାକୃଷ୍ଣପଡ଼ା ଅଞ୍ଚଳରେ ଏକ ଦୁଃଖଦାୟକ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ପୋଖରୀରେ ବୁଡ଼ି…

ଶାସ୍ତ୍ରୀ ନଗର ଦୁର୍ଘଟଣା ମାମଲାରେ କାର୍ଯ୍ୟାନୁଷ୍ଠାନ: କିଲର ଡ୍ରାଇଭର ଗିରଫ

ଭୁବନେଶ୍ୱର,୧୩।୭: ରାଜଧାନୀ ଭୁବନେଶ୍ୱରର ଶାସ୍ତ୍ରୀ ନଗରରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ମାମଲାରେ କମିଶନରେଟ୍ ପୋଲିସ ବଡ଼ ସଫଳତା ପାଇଛି। ଦୁର୍ଘଟଣା ଘଟାଇ ଜଣଙ୍କ ମୃତ୍ୟୁର କାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri