Posted inଜାତୀୟ

ଆଜି ଆସୁଛନ୍ତି ଚାଇନା ରାଷ୍ଟ୍ରପତି

ମାମଲାପୁରମ୍‌,୧୧-୧୦:(ପି.ଟି.):ଚାଇନା ରାଷ୍ଟ୍ରପତି ଜି. ଜିନ୍‌ପିଙ୍ଗ୍‌ ଶୁକ୍ରବାରଠାରୁ ଦୁଇଦିନିଆ ଭାରତ ଗସ୍ତରେ ଆସୁଥିବାବେଳେ ଏଥିପାଇଁ ତାମିଲନାଡୁର ପୁରାତନ ଐତିହ୍ୟ ଉପକୂଳ ସହର ମାମଲାପୁରମ୍‌ରେ ବ୍ୟାପକ ପ୍ରସ୍ତୁତି ସାଙ୍ଗକୁ ଅଭୂତପୂର୍ବ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଜିନ୍‌ପିଙ୍ଗଙ୍କର ହେବାକୁ ଥିବା ଏହି ଦ୍ୱିତୀୟ ଅନୌପଚାରିକ ସମିଟ୍‌ ଉପରେ ସମସ୍ତଙ୍କର ନଜର ରହିଛି। ମାମଲାପୁରମ୍‌ ସହ ଚାଇନାର ପୁରାତନ ସାଂସ୍କୃତିକ ଓ ବାଣିଜି୍ୟକ ସମ୍ପର୍କ ରହିଥିବାବେଳେ ଭାରତର ବିବିଧତାର ପ୍ରଦର୍ଶନ ଲାଗି ସମିଟ୍‌ ଆୟୋଜନ ନିମନ୍ତେ ଏହି ସ୍ଥାନକୁ ଚୟନ କରାଯାଇଛି। ସେଥିପାଇଁ ମାମଲାପୁରମ୍‌ରେ ବହୁସ୍ତରୀୟ ସୁରକ୍ଷା ବ୍ୟବସ୍ଥାରେ ୧୦ ହଜାରରୁ ଊର୍ଦ୍ଧ୍ୱ ପୋଲିସ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ମୋଦି ଏକ ସ୍ବତନ୍ତ୍ର ବିମାନରେ ଶୁକ୍ରବାର ଚେନ୍ନାଇ ଯାଇ ସେଠାରୁ ହେଲିକପ୍ଟର ଯୋଗେ ମାମଲାପୁରମ୍‌ ଯିବେ। ଶୁକ୍ରବାର ଅପରାହ୍ନ ୪ଟାରେ ଜିନ୍‌ପିଙ୍ଗ ଚେନ୍ନାଇରେ ପହଞ୍ଚତ୍ ଏକ ହୋଟେଲରେ ରହିବେ ଓ ସେଠାରୁ ସଡ଼କ ପଥରେ ସମିଟ୍‌ ସ୍ଥଳକୁ ଯିବେ। ଜିନ୍‌ପିଙ୍ଗଙ୍କ ସ୍ବାଗତ ଲାଗି ତାମିଲନାଡୁ ସରକାର ସମସ୍ତ ବ୍ୟବସ୍ଥା କରିଛନ୍ତି। ତାମିଲନାଡୁ ରାଜ୍ୟପାଳ ବନଓ୍ବାରିଲାଲ ପୁରୋହିତ, ମୁଖ୍ୟମନ୍ତ୍ରୀ କେ. ପାଲାନିସ୍ବାମୀ ଓ ଅନ୍ୟ ନେତାମାନେ ବିମାନବନ୍ଦରରେ ଜିନ୍‌ପିଙ୍ଗଙ୍କୁ ସ୍ବାଗତ କରିବେ। ପ୍ରଧାନମନ୍ତ୍ରୀଙ୍କ ସହ ଜିନ୍‌ପିଙ୍ଗ ସେଠାରେ ଥିବା ଦର୍ଶନୀୟ ସ୍ଥାନ ଅର୍ଜୁନଙ୍କ ତପସ୍ୟା, ପଞ୍ଚରଥ ଏବଂ ମହାବଳିପୁରମ୍‌ର ଶୋର୍‌ ଟେମ୍ପୁଲ୍‌ ( ଉପକୂଳ ମନ୍ଦିର)ପରିଦର୍ଶନ କରିବା ସହ କଳାକ୍ଷେତ୍ର ଫାଉଣ୍ଡେଶନ୍‌ ପକ୍ଷରୁ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମ ଉପଭୋଗ କରିବେ। ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀଙ୍କ ପକ୍ଷରୁ ଆୟୋଜିତ ନୈଶଭୋଜିରେ ଚାଇନା ରାଷ୍ଟ୍ରପତି ଯୋଗଦେବେ। ଶନିବାର ଦୁଇନେତାଙ୍କ ମଧ୍ୟରେ ବିଭିନ୍ନ ଦ୍ୱିପାକ୍ଷିକ ପ୍ରସଙ୍ଗରେ ଆଲୋଚନା ସାଙ୍ଗକୁ ସୀମିତ ପ୍ରତିନିଧି ସ୍ତରୀୟ ବୈଠକ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri