ଆଜି ଆସୁଛନ୍ତି ରାଷ୍ଟ୍ରପତି : ପୂର୍ବ ନିର୍ଦ୍ଧାରିତ ଗସ୍ତ କାର୍ଯ୍ୟସୂଚୀରେ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ଓଡ଼ିଶା ଆସୁଛନ୍ତି। ଦିଲ୍ଲୀରୁ ସ୍ବତନ୍ତ୍ର ବିମାନ ଯୋଗେ ଆସି କେତେକ କାର୍ଯ୍ୟକ୍ରମରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ତେବେ ପୂର୍ବ ନିର୍ଦ୍ଧାରିତ ଗସ୍ତ କାର୍ଯ୍ୟସୂଚୀରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ରାଷ୍ଟ୍ରପତି ସନ୍ଧ୍ୟା ୬ଟା ୩୦ ପରିବର୍ତ୍ତେ ଅପରାହ୍ନ ୨ଟା ୩୦ରେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚତ୍ବେ। ସେଠାରେ ତାଙ୍କୁ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିବେ। ଏହାପରେ ସିଧା ହେଲିକପ୍ଟର ଯୋଗେ ବ୍ରହ୍ମପୁରର ଗୋପାଳପୁର ଆର୍ମି ଏଡି କଲେଜ ଅଭିମୁଖେ ଯିବେ। ରାଷ୍ଟ୍ରପତି ସେଠାରେ ରାତ୍ରିଯାପନ କରିବେ। ଶନିବାର କଲେଜର ପାସିଂଆଉଟ୍‌ ସେରିମନିରେ ଯୋଗଦେଇ କ୍ୟାଡେଟ୍‌ମାନଙ୍କୁ ଫ୍ଲାଗ୍‌ ପ୍ରଦାନ କରିବେ। ପୂର୍ବାହ୍ନ ୧୧ଟାରେ ଭୁବନେଶ୍ୱରରେ ପହଞ୍ଚତ୍ ସିଧା ଦିଲ୍ଲୀ ଫେରିଯିବା କାର୍ଯ୍ୟକ୍ରମ ରହିଛି। ତେବେ ରାଷ୍ଟ୍ରପତି କୋବିନ୍ଦଙ୍କ ଗସ୍ତ ପରିପ୍ରେକ୍ଷୀରେ ବ୍ଲ୍ୟୁ-ବୁକ୍‌ ଅନୁସାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ ଓ ୨୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ ବୋଲି କମିଶନରେଟ ପୋଲିସ ପକ୍ଷରୁ କୁହାଯାଇଛି। ଯଦି ପାଗ ଖରାପ ରହିବ ତେବେ ରାଷ୍ଟ୍ରପତି ବାଇ ରୁଟ୍‌ ଦେଇ ବ୍ରହ୍ମପୁର ଯିବେ। ରାଷ୍ଟ୍ରପତିଙ୍କୁ କାର୍‌କେଡ୍‌ ମାଧ୍ୟମରେ ଖଣ୍ଡଗିରିରୁ ଖୋର୍ଦ୍ଧା ଦେଇ ବ୍ରହ୍ମପୁର ଯିବାର ବିକଳ୍ପ ବ୍ୟବସ୍ଥା କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ଦଶମ ପରୀକ୍ଷା ଫଳ : ୧୦ ସଫଳ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା କଲା ଜିଲା ପ୍ରଶାସନ

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ସିବିଏସ୍‌ଇ ଦଶମ ଶ୍ରେଣୀ ୨୦୨୬ ପରୀକ୍ଷାରେ ନୂଆପଡ଼ା ଜିଲାର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଏହି…

ଭାଷଣ ଦେବା ପୂର୍ୱରୁ ହାତରେ କାହିଁକି ବ୍ୟାଣ୍ଡେଜ ବାନ୍ଧିଥିଲେ ରାହୁଲ? ସଂସଦ ଭିତରେ କହିଦେଲେ…

ନୂଆଦିଲ୍ଲୀ,୧୭।୪: ସଂସଦର ସ୍ୱତନ୍ତ୍ର ଅଧିବେଶନ ସମୟରେ ମହିଳା ସଂରକ୍ଷଣ ବିଲ ଉପରେ ଚାଲିଥିବା ବିତର୍କ ମଧ୍ୟରେ ସମସ୍ତଙ୍କ ନଜର ରାହୁଲ ଗାନ୍ଧୀଙ୍କ ଉପରେ ଥିଲା। ଉଲ୍ଲେଖନୀୟ ଯେ,…

ରାହୁଲ ଗାନ୍ଧୀଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଲେ ଆହ୍ଲାବାଦ ହାଇକୋର୍ଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୭।୪: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦ୍ୱୈତ ନାଗରିକତା ମାମଲାରେ ବଢ଼ୁଥିବା ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଆହ୍ଲାବାଦ ହାଇକୋର୍ଟର…

୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ…

ନୀତୀଶ କୁମାର ହେଲେ ଅମିତ ଶାହାଙ୍କ ପଡ଼ୋଶୀ: ଦିଲ୍ଲୀରେ ୩ ଏକର ଭିଭିଆଇପି ବଙ୍ଗଳା ଆବଣ୍ଟିତ

ନୂଆଦିଲ୍ଲୀ,୧୭।୪: ନୀତୀଶଙ୍କୁ ଦିଲ୍ଲୀରେ ଏକ ଟାଇପ-୮ ବର୍ଗର ସରକାରୀ ବଙ୍ଗଳା ଆବଣ୍ଟିତ କରାଯାଇଛି, ଯାହାଦ୍ୱାରା ରାଜଧାନୀର ସବୁଠାରୁ VVIP ଜୋନରେ ତାଙ୍କର ରାଜନୈତିକ ଠିକଣା ପ୍ରତିଷ୍ଠା ହୋଇଛି।…

ଦୁର୍ଘଟଣା ପରେ ବାହାରେ ଝୁଲୁଥିଲା ମସ୍ତିଷ୍କ: ସଫଳ ହେଲା ୬ଷ୍ଠ ଶ୍ରେଣୀ ଛାତ୍ରଙ୍କ ଅସ୍ତ୍ରୋପଚାର, ପୂରା ଘଟଣା ଜାଣିଲେ ଥରିଉଠିବେ…

ବ୍ରହ୍ମପୁର/ଦିଗପହଣ୍ଡି, ୧୭।୪(ସୁବାସ ଚନ୍ଦ୍ର ପାଢ଼ୀ/ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ସ୍ନାୟୁ ଶଲ୍ୟ ବିଭାଗରୁ ଆଉ ଏକ ବିରଳ ତଥା ସଫଳ…

ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଅବମାନନା: ଅଭାବ ପଡ଼ିଲା ଫୁଲମାଳ ସହ…

ହାଟଡିହୀ/ଆନନ୍ଦପୁର,୧୭ା୪(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ତରଫରୁ ଆନନ୍ଦପୁର କଲ୍ୟାଣ ମଣ୍ଡପଠାରେ ପ୍ରବାଦପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ…

ସଂସଦରେ ରାହୁଲ ଗାନ୍ଧୀଙ୍କ ଭାଷଣ ଉପରେ କଟାକ୍ଷ କଲେ ନିଶିକାନ୍ତ ଦୁବେ କହିଲେ,‘ମାଇକେଲ ଜ୍ୟାକସନଙ୍କ ନାଚ ଦେଖିଲା ଭଳି ଲାଗୁଥିଲା’

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ବିଲ ଉପରେ ଭୋଟ ଦେବା ପୂର୍ବରୁ, ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କ ସମ୍ପର୍କରେ ପ୍ରଶ୍ନ ଉଠାଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri