ଆଜି ଓଡ଼ିଶା ପହଞ୍ଚିବେ ଜଗା-କାଳିଆ

ଭୁବନେଶ୍ୱର/ କଟକ ଅଫିସ୍‌, ୭ା୯(ବ୍ୟୁରୋ): କନ୍ଧମାଳ ଜିଲାର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ ଶନିବାର ଓଡ଼ିଶା ପହଞ୍ଚିବେ। ଶୁକ୍ରବାର ଜଗା-କାଳିଆଙ୍କୁୁ ଦିଲ୍ଲୀ ଏମ୍ସରୁ ଏକ ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ରେଳ ଷ୍ଟେଶନକୁ ନିଆଯାଇଥିଲା। ସେଠାରୁ ସେମାନେ ସନ୍ଧ୍ୟାରେ ରାଜଧାନୀ ଏକ୍ସପ୍ରେସରେ ଓଡ଼ିଶା ଆସୁଛନ୍ତି। ଜରୁରିକାଳୀନ ସେବା ଲାଗି ଟ୍ରେନ୍‌ରେ ଅକ୍ସିଜେନ ସହ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସେମାନଙ୍କ ସହିତ ଦିଲ୍ଲୀ ଏମ୍ସ ନ୍ୟୁରୋସର୍ଜରୀ ବିଭାଗ ମୁଖ୍ୟ ଡା. ଦୀପକ ଗୁପ୍ତା, ନ୍ୟୁରୋ ଆନାସ୍ଥେସିଆ ମୁଖ୍ୟ ଡା. ଗିରିଜା ରଥଙ୍କ ସମେତ ଏମ୍ସର ୪ଜଣିଆ ଟିମ୍‌ ଏବଂ ଓଡ଼ିଶାରୁ ଯାଇଥିବା ଦୁଇ ଡାକ୍ତର ମଧ୍ୟ ରହିଛନ୍ତି। ଜଗା-କାଳିଆଙ୍କ ଅସ୍ତ୍ରୋପଚାର ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ଅଦ୍ଭୁତପୂର୍ବ ସଫଳତା ବୋଲି ଶୁକ୍ରବାର ଏମ୍ସଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ହର୍ଷବର୍ଦ୍ଧନ କହିଛନ୍ତି। ଏହି ଅସ୍ତ୍ରୋପଚାର ‘ଦିଲ୍ଲୀ ଏମ୍ସ ଜଗା କାଳିଆ ସର୍ଜରୀ’ ଭାବେ ଜଣାଯିବା ଉଚିତ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।
ସେପଟେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ଡା. ପ୍ରମୋଦ ମେହେର୍ଦ୍ଦା ଶୁକ୍ରବାର କଟକ ଏସ୍‌ସିବିରେ ଦୁଇ ଭାଇଙ୍କ ଚିକିତ୍ସା ପାଇଁ ହୋଇଥିବା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଜଗା-କାଳିଆଙ୍କ ଚିକିତ୍ସା ପାଇଁ କଟକ ଏସସିବିର ଟ୍ରମା ଆଇସିୟୁ ଓ ସର୍ଜରୀ ବିଭାଗର କ୍ୟାବିନ୍‌ ନମ୍ବର ୨ରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସେମାନଙ୍କ ଚିକିତ୍ସା ପାଇଁ ନ୍ୟୁରୋସର୍ଜରୀ ବିଭାଗୀୟ ମୁଖ୍ୟ ପ୍ରଫେସର ଡା. ସୁଧାଂଶୁ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ଡାକ୍ତରୀ ଟିମ୍‌ ଗଠନ କରାଯାଇଛି। ଏହି ଟିମ୍‌ରେ ନ୍ୟୁରୋସର୍ଜରୀ ପ୍ରଫେସର ଡା. ସଞ୍ଜୀବ ମିଶ୍ର, ଜରୁରିକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣା, ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଶିଶୁରୋଗ ଚିକିତ୍ସା ପ୍ରତିଷ୍ଠାନର ପ୍ରଫେସର ଡା, ସରୋଜ କୁମାର ଶତପଥୀ, ଶିଶୁରୋଗ ସର୍ଜରୀ ବିଭାଗୀୟ ମୁଖ୍ୟ, ଏସସିବି ଶିଶୁରୋଗ ବିଭାଗର ବିଭାଗୀୟ ମୁଖ୍ୟ ପ୍ରଫେସର ଜୟନ୍ତ ବେହେରା, ନ୍ୟୁରୋଲୋଜି ବିଭାଗୀୟ ମୁଖ୍ୟ ପ୍ରଫେସର ଅଶୋକ ମଲ୍ଲିକ, ସର୍ଜରୀ ବିଭାଗୀୟ ମୁଖ୍ୟ ପ୍ରଫେସର କୈଳାଶଚନ୍ଦ୍ର ମହାପାତ୍ର, ସର୍ଜରୀ ଜିଏଲ ବିଭାଗୀୟ ମୁଖ୍ୟ ଡା. ଶରତ ଜୟସିଂହ, ନିଶ୍ଚେତକ ବିଭାଗୀୟ ମୁଖ୍ୟ ପ୍ରଫେସର ଦୈତାରି ରାଉତରାୟ, ଏସସିବି ଷ୍ଟୋର ମେଡିକାଲ ଅଫିସର, ହସ୍ପିଟାଲ ମ୍ୟାନେଜର ବିରଞ୍ଚତ୍ ନାରାୟଣ ସାହୁ, ନ୍ୟୁରୋଲୋଜି ଫିଜିଓଥେରାପିଷ୍ଟ ଅମିତ ନନ୍ଦ, ସୂର୍ଯ୍ୟଭାନୁ ମହାରଥୀ ପ୍ରମୁଖ ରହିଛନ୍ତି। ଏହାସହ ଦିଲ୍ଲୀ ଏମ୍ସରେ ଜଗା-କାଳିଆଙ୍କ ଚିକିତ୍ସା କିପରି କରାଯାଇଥିଲା, ସେ ସମ୍ପର୍କରେ ବିସ୍ତୃତ ଡାକ୍ତରୀ ରିପୋର୍ଟ ପ୍ରଦାନ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏମ୍ସ କର୍ତ୍ତୃପକ୍ଷଙ୍କୁ ଚିଠି ଦିଆଯାଇଛି। ସୂଚନାଯୋଗ୍ୟ, କନ୍ଧମାଳର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆଙ୍କ ଦିଲ୍ଲୀ ଏମ୍ସରେ ୨୦୧୭ରେ ସଫଳ ଅସ୍ତ୍ରୋପଚାର କରାଯାଇଥିଲା। ସେତେବେଳର ଏମ୍ସ ନ୍ୟୁରୋସର୍ଜରୀ ବିଭାଗର ମୁଖ୍ୟ ଡା. ଅଶୋକ ମହାପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଉଭୟଙ୍କୁ ସଫଳତାର ସହ ପୃଥକ୍‌ କରାଯାଇଥିଲା। ତେବେ ଦିଲ୍ଲୀ ଏମ୍ସରୁ ଆସିବା ପରେ ଉଭୟଙ୍କୁ କଟକ ବଡ଼ ମେଡିକାଲକୁ ଅଣାଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ସୂଚନା ଦେବା ପରେ ଏସସିବିରେ ଏକ ଡାକ୍ତରୀ ଟିମ୍‌ ଗଠନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri