ଆଜି କ୍ୟାବିନେଟ୍‌, ଆସିବ ୫ ପ୍ରସ୍ତାବ

ଭୁବନେଶ୍ୱର,୨।୩(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ସୋମବାର ଲୋକସେବା ଭବନଠାରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ୫ଟା ୩୦ମିନିଟ୍‌ରେ ବସିବାକୁ ଥିବା ଏହି ବୈଠକରେ ୫ଟି ପ୍ରସ୍ତାବ ଉପରେ ମୋହର ବାଜିବ। ତେବେ ସ୍କୁଲ ଓ ଗଣଶିକ୍ଷା ବିଭାଗ, ସ୍ବାସ୍ଥ୍ୟ, ପୂର୍ତ୍ତ, ପଞ୍ଚାୟତିରାଜ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ପ୍ରସ୍ତାବକୁ ଏଥିରେ ମଞ୍ଜୁରୀ ଦିଆଯିବ ବୋଲି ଜଣାପଡ଼ିଛି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଞ୍ଚାୟତିରାଜ ବିଭାଗ ହାତରେ ଅନେକ ବିଭାଗର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ବାଣ୍ଟିବାକୁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତିରାଜ ଅନୁଷ୍ଠାନଗୁଡିକୁ ଅଧିକ ସଶକ୍ତ ତଥା କ୍ରିୟାଶୀଳ କରିବା ସଙ୍ଗେସଙ୍ଗେ ଗ୍ରାମାଞ୍ଚଳରେ ଶିକ୍ଷା, ସ୍ବାସ୍ଥ୍ୟ ଓ ପାନୀୟ ଜଳ ସମ୍ବନ୍ଧୀୟ ଭିତ୍ତିଭୂମିର ବିକାଶକୁ ତ୍ୱରାନ୍ବିତ କରିବା ସକାଶେ ସରକାର ପଦକ୍ଷେପ ନେବା ପାଇଁ ଘୋଷଣା କରିଛନ୍ତି। ଅର୍ଥ ଆୟୋଗଙ୍କ ଅନୁଦାନ ବିନିଯୋଗ ଦିଗରେ ନୂଆ ପ୍ରସ୍ତାବ କ୍ୟାବିନେଟ୍‌ରେ ଆସିବାକୁ ଯାଉଥିବା ସୂଚନା ମିଳିଛି। ସେହି ଅନୁସାରେ ଗ୍ରାମପଞ୍ଚାୟତସ୍ତରରେ ପ୍ରାଥମିକ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଅଙ୍ଗନଓ୍ବାଡି କେନ୍ଦ୍ର, ଏଇ.ଆଇ. ସେଣ୍ଟର ଏ.ଏନ.ଏମ୍‌. କେନ୍ଦ୍ର ଇତ୍ୟାଦିର ମରାମତି ଏବଂ ରକ୍ଷଣାବେକ୍ଷଣ ଆଦି ରାଜ୍ୟ ତଥା କେନ୍ଦ୍ରୀୟ ଅର୍ଥ ଆୟୋଗ ଅନୁଦାନ ସହ ଏମ୍‌ଜିଏନଆରଜିଏ ପାଣ୍ଠିରୁ କରାଯିବ। ଏହା ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିପାରେ।ସେହିପରି ଶିକ୍ଷା ଭିତ୍ତିଭୂମି ବିକାଶ ଦିଗରେ ସରକାର ଏକ ନୂଆ ପ୍ରସ୍ତାବ ଆଣିବେ। ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରୁ ଗୋଟିଏ ଲେଖା ଉଚ୍ଚ ବିଦ୍ୟାଳୟର ଭିତ୍ତିଭୂମି ବିକାଶ କରାଯାଇ ଏହାର ଆଧୁନିକୀକରଣ କରାଯିବ। ଏଥିପାଇଁ ପ୍ରତ୍ୟେକ ସ୍କୁଲ ଲାଗି ପ୍ରାୟ ୫୦ଲକ୍ଷ ଟଙ୍କାର ଅନୁଦାନ ବରାଦ କରାଯିବ। ସେହିପରି ସେହି ବିଦ୍ୟାଳୟଗୁଡିକରେ ଖାଲି ଥିବା ଶିକ୍ଷକ ପଦବୀକୁ ମଧ୍ୟ ପୂରଣ କରାଯିବ। ଏହି ସ୍କୁଲଗୁଡିକର ସମ୍ପତ୍ତି ପଞ୍ଚାୟତ ସମିତି ଖାତାରେ ହିସାବ କରାଯିବ। ତେବେ ସୂଚନାଯୋଗ୍ୟ ଯେ, ଏ ସମ୍ପର୍କରେ ବିଧାନସଭାରେ ବିଭାଗୀୟ ମନ୍ତ୍ରୀ ସମୀର ରଞ୍ଜାନ ଦାଶ ଉତ୍‌ଥାପିତ କରିଛନ୍ତି। ଅନ୍ୟପଟେ ଏନେଇ ରାଜ୍ୟର ସମସ୍ତ ବିଧାୟକ ଏବଂ ସରପଞ୍ଚଙ୍କୁ ମଧ୍ୟ ସେ ଚିଠି ଲେଖିଥିଲେ। ଅନ୍ୟପଟେ ଗ୍ରାମପଞ୍ଚାୟତ ଅଧୀନରେ ବିକାଶ କାର୍ଯ୍ୟ ହେବାକୁ ଥିବା ଏଏନ୍‌ଏମ ସେଣ୍ଟର ସମ୍ପର୍କିତ ଏକ ପ୍ରସ୍ତାବ ମଧ୍ୟ କ୍ୟାବିନେଟ୍‌ର ଅନୁମୋଦନ ଲାଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

କିଶନଙ୍କ ବିସ୍ଫୋରକ ବ୍ୟାଟିଂ, ସନ୍‌ରାଇଜର୍ସର ଦ୍ୱିତୀୟ ବିଜୟ

ହାଇଦ୍ରାବାଦ, ୧୩।୪: ଅଧିନାୟକ ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ପ୍ରଫୁଲ୍ଲ ହିଙ୍ଗେ ଓ ସାକିବ ହୁସେନଙ୍କ ଡ୍ରିମ୍‌ ଡେବ୍ୟୁ ବଳରେ ସନ୍‌ରାଇଜର୍ସ ହାଇଦ୍ରାବାଦ ସୋମବାର ଅନୁଷ୍ଠିତ…

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଏ ବର୍ଷ କମ୍‌ ବର୍ଷା: ଆଇଏମ୍‌ଡିର ପୂର୍ବାନୁମାନ ପରେ ଚାଷୀଙ୍କ ମୁଣ୍ଡରେ ପଡିଲା ଚଡ଼କ

ନୂଆଦିଲ୍ଲୀ,୧୩ା୪ : ଭାରତରେ ୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବୃଷ୍ଟିପାତ ହୋଇପାରେ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି।…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri