କଣିହାଁ,୧୫।୯(ଡି.ଏନ.ଏ.) – କଣିହାଁ ବ୍ଲକ ରେଙ୍ଗାଳି ଡ୍ୟାମ୍ରେ ଜଳସ୍ତର ବୃଦ୍ଧି ପାଇଥିବାରୁ ରବିବାର ପୂର୍ବାହ୍ନ ୯ଟାରେ ଗୋଟିଏ ଗେଟ ଖୋଲାଯିବ ବୋଲି ଡ୍ୟାମ୍ ନିର୍ବାହୀ ଅଧିକାରୀ ଅଜିତ କୁମାର ଜେନା ଗଣମାଧ୍ୟମକୁ ଜଣାଇଛନ୍ତି। ଜେନା କହିଛନ୍ତି, ଶନିବାର ରାତି ୯ଟା ସୁଦ୍ଧା ନଦୀ ବନ୍ଧକୁ ୧୪୪୪.୭୮ ଘନ ମିଟର ଜଳ ପ୍ରବେଶ କରୁଛି। ବିଦ୍ୟୁତ୍ ଉତ୍ପାଦନକୁ ନେଇ ପ୍ରତି ସେକେଣ୍ଡରେ ପାଓ୍ବାର ହାଉସରୁ ୫୩୩.୬୦ ଘନ ମିଟର ଜଳ ନିଷ୍କାସନ ହେଉଛି। ଡ୍ୟାମ୍ର ଜଳଧାରଣା କ୍ଷମତା ୧୨୩.୫୦ ମିଟର ଥିବାବେଳେ ଜଳସ୍ତର ୧୨୩.୧୬ ମିଟରରେ ପହଞ୍ଚିଛି। ତେଣୁ ୨ୟ ଥର ପାଇଁ ୭ନଂ. ଗେଟ ରବିବାର ଖୋଲାଯାଇ ବନ୍ୟାଜଳ ନିଷ୍କାସନ କରାଯିବ। ଗତ ୮ ତାରିଖରେ ଗୋଟିଏ ଗେଟ୍ ଖୋଲାଯାଇଥିଲା।
ଅଭାବନୀୟ ଘଟଣା, ଶାଗ-ଚିକେନ ଖାଇ ଚାଲିଗଲା ୩ ଜଣଙ୍କ ଜୀବନ
ଅନୁଗୋଳ,୨୨ା୧୨: ଢେଙ୍କାନାଳ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଖାଦ୍ୟରେ ବିଷକ୍ରିୟା କାରଣରୁ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି...
ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ
ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...
ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…
ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...
ପୋକୁଣ୍ଡା ସେକ୍ସନରେ ଦନ୍ତା ହାତୀର ମୃତ୍ୟୁ, ତଦନ୍ତ କରୁଛି ବନବିଭାଗ
ଅନୁଗୋଳ ୧୫୲୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶି ଠାରେ ସୋମବାର ସକାଳୁ ଏକ ଦନ୍ତା ହାତୀର ମୃତଦେହ ମିଳିଛି...
ସକାଳୁ ସକାଳୁ ବାଜିଲା ଗୁଳି….
ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର...
ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…
ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...
ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…
ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...
ବାୟୁ ପ୍ରଦୂଷଣ: ଦେଶର ୬ଷ୍ଠ ସ୍ଥାନରେ ଅନୁଗୋଳ
ଅନୁଗୋଳ,୨୭।୧୧(ଦିବ୍ୟଶାନ୍ତନୁ ନାଥ): ଅନୁଗୋଳ ଜିଲାରେ ବାୟୁର ମାନ ୩ଦିନ ହେବ ଲଗାତର ବିପଦସଂକେତ ଉପରେ ରହିଛି। ବାୟୁମଣ୍ଡଳରେ ଦିନକୁ ଦିନ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା...
Archives


