ଆଜି ଚନ୍ଦ୍ରଗ୍ରହଣ: ଅପରାହ୍ନ ୪ଟା ୩୨ରେ ପାକତ୍ୟାଗ

ଭୁବନେଶ୍ୱର(ବ୍ୟୁରୋ)/ପୁରୀ ଅଫିସ୍‌, ୧୬ା୭: କେତୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ ମଙ୍ଗଳବାର ଆଷାଢ଼ ପୂର୍ଣ୍ଣିମାରେ ସଂଘଟିତ ହେବ। ସାମନ୍ତ ଚନ୍ଦ୍ରଶେଖର ପଞ୍ଜିକା ଅନୁସାରେ ପୁରୀକୁ ଭାରତୀୟ ସମୟ ଅନୁସାରେ- ରାତ୍ରି ୦୧ା୩୨ରେ ଗ୍ରହଣ ସ୍ପର୍ଶ, ରାତ୍ରି ୦୩ା୦୧ରେ ଗ୍ରହଣ ମଧ୍ୟ ଏବଂ ରାତ୍ରି ୦୪ା୩୦ରେ ସର୍ବମୋକ୍ଷ ହେବ। ଗ୍ରହଣ ସ୍ପର୍ଶର ୯ ଘଣ୍ଟା ପୂର୍ବରୁ ଅର୍ଥାତ୍‌ ଅପରାହ୍ନ ୦୪ା୩୨ରୁ ପାକତ୍ୟାଗ ଓ ଦେବନୀତି ନିଷେଧ। ବାଳକ, ବୃଦ୍ଧ, ରୋଗୀ ଓ ଆତୁର ବ୍ୟକ୍ତିମାନଙ୍କ ପକ୍ଷେ ନିୟମ ଲଂଘନୀୟ। ସର୍ବମୋକ୍ଷ ପରେ ସ୍ନାନପୂର୍ବକ ଦେବନୀତି ଓ ଅନ୍ନଭୋଜନ କରାଯାଇପାରିବ। ବିଶେଷତଃ ଚତୁର୍ଥପ୍ରହରରେ ସର୍ବମୋକ୍ଷ ହେଉଥିବାରୁ ସୂର୍ଯ୍ୟୋଦୟ ପୂର୍ବରୁ ବା ପରେ ଠାକୁରମାନଙ୍କର ମହାସ୍ନାନ ଓ ଦେବନୀତି ଏବଂ ପରଦିନ ପାକକାର୍ଯ୍ୟାଦି କରିବା ବିଧିସଙ୍ଗତ। ଗ୍ରହଣଦିନଠାରୁ ସାତଦିନ ପର୍ଯ୍ୟନ୍ତ ଦୂରଯାତ୍ରା, ୧ ଦିନ ପର୍ଯ୍ୟନ୍ତ ବିବାହ ଓ ୩ ଦିନ ପର୍ଯ୍ୟନ୍ତ ବ୍ରତୋପନୟନ ନିଷେଧ।
ଏହି ଚନ୍ଦ୍ରଗ୍ରହଣ ଅରୁଣାଚଳ ପ୍ରଦେଶର ଉତ୍ତରପୂର୍ବାଞ୍ଚଳ ବ୍ୟତୀତ ଭାରତର ସର୍ବତ୍ର ଦୃଶ୍ୟ ହେବ ଏବଂ ଦୃଶ୍ୟ ହେଉଥିବା ଅଞ୍ଚଳରେ ଏହା ପାଳନୀୟ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି। ଗ୍ରହଣ ସ୍ପର୍ଶ ପରେ ଶ୍ରୀମନ୍ଦିରରେ ଗ୍ରହଣ ମହାସ୍ନାନ ଓ ଗ୍ରହଣ ଭୋଗ ନୀତି ସରି ସମୟକୁ ଦେଖି ଅନ୍ୟାନ୍ୟ ନୀତି କରାଯିବ। ଗ୍ରହଣ ପାଇଁ ହୋଇଥିବା ସ୍ବତନ୍ତ୍ର ନୀତି ଅନୁଯାୟୀ, ମଙ୍ଗଳବାର ସକାଳ ୬ଟାରେ ଦ୍ୱାରଫିଟା ଯାଇ ୭ଟାରେ ମଙ୍ଗଳ ଆଳତି ହୋଇ ଅନ୍ୟାନ୍ୟ ନୀତି ଚାଲିବ। ପୂର୍ବାହ୍ନ ସାଢେ ୧୦ଟାରୁ ସାଢେ ୧୧ଟା ମଧ୍ୟରେ ସକାଳ ଧୂପ, ୧୦ଟା ୪୫ରୁ ଅପରାହ୍ନ ସାଢେ ୧ଟା ମଧ୍ୟରେ ଭୋଗମଣ୍ଡପ ଉଠିବ। ୨ଟାରୁ ୩ଟା ମଧ୍ୟରେ ମଧ୍ୟାହ୍ନ ଧୂପ ଏବଂ ୨ଟା ୧୫ରୁ ଅପରାହ୍ନ ୪ଟା ମଧ୍ୟରେ ଦ୍ୱିତୀୟ ଭୋଗମଣ୍ଡପ ସରି ୪ଟାରେ ମଇଲମ ଏବଂ ସାଢେ ୪ଟାରେ ତଡ଼ପଲାଗି ହେବ ବୋଲି ନିର୍ଘଣ୍ଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri