ଆଜି ଜେଇଇ ଆଡ୍‌ଭାନ୍ସ : ଓଡ଼ିଶାରୁ ପରୀକ୍ଷା ଦେବେ ୩,୨୬୧ ପରୀକ୍ଷାର୍ଥୀ

ଭୁବନେଶ୍ୱର,୨୭।୫(ବ୍ୟୁରୋ) : ସୋମବାର ସମଗ୍ର ଦେଶରେ ଅନୁଷ୍ଠିତ ହେବ ଜେଇଇ ଆଡ୍‌ଭାନ୍ସ ପରୀକ୍ଷା। ଦେଶର ସମସ୍ତ ଆଇଆଇଟି ସହ ଆଇଆଇଟି ଧାନବାଦ ତଥା ଇଣ୍ଡିଆନ୍‌ ସ୍କୁଲ ଅଫ୍‌ ମାଇନ୍ସ(ଆଇଏସ୍‌ଏମ୍‌)ରେ ନାମଲେଖା ପାଇଁ ଏହି ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ଏଥର ମୋଟ ୧ଲକ୍ଷ ୭୬ହଜାର ଛାତ୍ରୀଛାତ୍ର ପରୀକ୍ଷା ପାଇଁ ନାମ ପଞ୍ଜୀକରଣ କରିଥିବା ବେଳେ ଓଡ଼ିଶାରୁ ୩,୨୬୧ ପରୀକ୍ଷାର୍ଥୀ ଏହି ପରୀକ୍ଷା ଦେବେ। କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ ବା ସିବିଟି ମାଧ୍ୟମରେ ପରୀକ୍ଷା କରାଯିବ। ଚଳିତବର୍ଷ ଓଡ଼ିଶାରେ ଭୁବନେଶ୍ୱର, କଟକ, ରାଉରକେଲା ଓ ବ୍ରହ୍ମପୁରରେ ପରୀକ୍ଷା କେନ୍ଦ୍ର ହୋଇଛି।
ଜେଇଇ ଆଡ୍‌ଭାନ୍ସ ପାଇଁ ଦୁଇଟି ପେପରରେ ପରୀକ୍ଷା ଅନୁଷ୍ଠିତ ହେବାକୁ ଥିବାବେଳେ ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ମଧ୍ୟରେ ପେପର-୧ ଓ ଅପରାହ୍ନ ୨ଟାରୁ ୪ଟା ପର୍ଯ୍ୟନ୍ତ ପେପର-୨ ପରୀକ୍ଷା ଅନୁଷ୍ଠିତ ହେବ। ଦିବ୍ୟାଙ୍ଗ ପରୀକ୍ଷାର୍ଥୀଙ୍କୁ ଅଧିକ ଏକ ଘଣ୍ଟା ସମୟ ଦିଆଯିବ। ପରୀକ୍ଷା କେନ୍ଦ୍ର ମଧ୍ୟକୁ ଆଡ୍‌ମିଟ୍‌ କାର୍ଡ ଓ ଫଟୋ ପରିଚୟପତ୍ର ନେବା ବାଧ୍ୟତାମୂଳକ ରହିଛି। ସ୍ମାର୍ଟଫୋନ୍‌, କାଲକୁଲେଟର, ଆଇପ୍ୟାଡ୍‌, ସ୍ବାର୍ଟଓ୍ବାଚ୍‌ ଭଳି କୌଣସି ପ୍ରକାର ବୈଦ୍ୟୁତିକ ସାମଗ୍ରୀ ନେବାକୁ ଅନୁମତି ନାହିଁ। ସେହିଭଳି ବ୍ରେସ୍‌ଲେଟ୍‌, ରିଙ୍ଗ୍‌, ଇୟରିଂ ଓ ବଡ଼ ବଡ଼ ବଟମ୍‌ ଥିବା ଡ୍ରେସ୍‌ ପିନ୍ଧିବାକୁ ପରୀକ୍ଷାର୍ଥୀଙ୍କୁ ବାରଣ କରାଯାଇଛି। ଜେଇଇ ଆଡ୍‌ଭାନ୍ସ ଲାଗି ନାମ ପଞ୍ଜୀକରଣ ଚଳିତ ମେ ୩ରୁ ୯ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା। ହେଲେ ଓଡ଼ିଶାରେ ବାତ୍ୟା ‘ଫନୀ’ ଯୋଗୁ ନାମ ପଞ୍ଜୀକରଣ ଅବଧିକୁ ୧୪ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିଲା। ଆସନ୍ତା ଜୁନ୍‌ ୧୪ରେ ପରୀକ୍ଷା ଫଳ ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri