ଆଜି ଦଶମୂଳ ଲାଗି ହେବେ ଦାରୁଦିଅଁ

ପୁରୀ ଅଫିସ,୧୭ା୬: ଅଣସରରେ ଥିବା ମହାପ୍ରଭୁ ବୁଧବାର ଦଶମୂଳ ଲାଗି ହେବେ। ଜ୍ୱରରେ ପୀଡ଼ିତ ଦାରୁଦିଅଁ ଦଶମୂଳ ଲାଗି ହେଲେ ସୁସ୍ଥ ହୁଅନ୍ତି। ଏଥିଲାଗି ମଙ୍ଗଳବାର ସନ୍ଧ୍ୟାରେ ଶ୍ରୀମନ୍ଦିରର ବୈଦ୍ୟ ସେବକମାନେ ଦଶମୂଳ ପ୍ରସ୍ତୁତ କରି ଶ୍ରୀମନ୍ଦିର ଗାରଦରେ ଦାଖଲ କରିଛନ୍ତି। ବୈଦ୍ୟ ସେବକ କହିଛନ୍ତି, ଦଶମୂଳ ହେଉଛି ମହାପ୍ରଭୁଙ୍କ ଔଷଧ। ଏକମାସ ପୂର୍ବରୁ ଏହାକୁ ସଂଗ୍ରହ କରିବାକୁ ପଡ଼ିିଥାଏ। ସ୍ନାନପୂର୍ଣ୍ଣିମା ପରେ ଦଶମୂଳ ଯଥା ଗମ୍ଭାରୀ, ଫଣଫଣା, ଶାଳପନ୍ନି, କୃଷ୍ଣପନ୍ନି, ଅଗବଥୁ, ଲବିଂ କୋଳି, ବେଲ, ଅଙ୍କରାନ୍ତି, ଗୋଖରା ଏବଂ ନବାଙ୍କୁରୀକୁ ଶୁଖାଯାଇଥାଏ। ଏହାକୁ ହେମଦସ୍ତାରେ କୁଟି ଗୁଣ୍ଡ କରାଯାଏ। ଏହି ଗୁଣ୍ଡକୁ ଗାମୁଛାରେ ଛଣାଯାଏ। ନୂତନ କାଠଚୁଲିରେ କଡ଼େଇ ବସାଯାଇ ଖୁଆ, ଶର୍କରା, ସର, ମହୁ, ଘିଅ, ଅଳ୍ପ ଭାଙ୍ଗ ଇତ୍ୟାଦି ପକାଯାଇ ଦଶମୂଳକୁ ପାଗ କରାଯାଏ। ପାଗ ପରେ ତାହାକୁ ଥଣ୍ଡା କରି ଗୋଲାକାର ମୋଦକ ପ୍ରସ୍ତୁତ କରାଯାଏ। ୩ଟି କୁଡୁଆରେ ଦଶମୂଳ ମୋଦକକୁ ରଖି ଏହା ଉପରେ କର୍ପୂର ପକାଇ ତାଳପତ୍ର ଭୋଗେଇରେ ପ୍ୟାକିଂ କରାଯାଏ। ଦଶମୀ ତିଥିରେ ଶ୍ରୀମନ୍ଦିର ଗାରଦରେ ଏହାକୁ ଦାଖଲ କରାଯାଏ। ଏଥିପାଇଁ ୧୦ ଦିନ ଶୁଦ୍ଧପୂତ ଭାବେ ରହି ବୈଦ୍ୟ ସେବକଙ୍କୁ ଅରୁଆ ଅନ୍ନ ଖାଇବାକୁ ପଡ଼ିିଥାଏ।
ବରିଷ୍ଠ ଦଇତାପତି ସେବକ ବିନାୟକ ଦାସମହାପାତ୍ର କହିଛନ୍ତି, ମହାପ୍ରଭୁ ମାନବୀୟ ଲୀଳା କରିଥାନ୍ତି। ପ୍ରତିବର୍ଷ ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନମଣ୍ଡପରେ ଚତୁର୍ଦ୍ଧାବିଗ୍ରହ ୧୦୮ଗଡୁ ଜଳରେ ସ୍ନାନ କରି ଜ୍ୱରରେ ପୀଡ଼ିତ ହୁଅନ୍ତି। ଏହା ପରଠାରୁ ଆଷାଢ଼ କୃଷ୍ଣ ଦଶମୀ ଯାଏ ମହାପ୍ରଭୁ ଧଳାବସ୍ତ୍ର ପରିଧାନ କରିଥାନ୍ତି। ଠାକୁରଙ୍କୁ ଧଳା ଫୁଲ ଲାଗି ହୋଇଥାଏ। ଆଷାଢ କୃଷ୍ଣ ଏକାଦଶୀରେ ମହାପ୍ରଭୁ ବାରଲାଗି ପାଟ ପରିଧାନ କରିବେ ଏବଂ ଶ୍ରୀବିଗ୍ରହଙ୍କୁ ତୁଳସୀ ଲାଗି ହେବ। ଏହାପରେ ଜ୍ୱରରୁ ଉପଶମ ଲାଗି ମହାପ୍ରଭୁଙ୍କୁ ଦଶମୂଳ ଲାଗି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri