ଆଜି ଦୀପାବଳି: କଟକରେ ଆଲୋକ ସୃଷ୍ଟିକାରୀ ବାଣର ଚାହିଦା ବେଶି

କଟକ ଅଫିସ, ୨୭ା୧୦: ଲଘୁଚାପଜନିତ ବର୍ଷା ପରେ ଗତ ଦୁଇଦିନ ହେଲା କଟକ ସହରର ବାଣ ଷ୍ଟଲ୍‌ଗୁଡ଼ିକରେ ଗ୍ରାହକଙ୍କ ଭିଡ଼ ଦେଖିବାକୁ ମିଳିଛି। ତେବେ ବାଣ ଦର ଜାଣିବା ପରେ ଗ୍ରାହକଙ୍କ ମୁହଁରେ ଚିନ୍ତା ଛାଇଯାଉଛି। ଗତବର୍ଷ ତୁଳନାରେ ଚଳିତ ବର୍ଷ ବାଣ ଦର ପ୍ରାୟ ଦୁଇଗୁଣ ବଢ଼ିଛି। ଗ୍ରାହକମାନେ ଶବ୍ଦ ସୃଷ୍ଟିକାରୀ ବାଣ ଅପେକ୍ଷା ଆଲୋକ ସୃଷ୍ଟିକାରୀ ବାଣକୁ ଅଧିକ ପସନ୍ଦ କରୁଛନ୍ତି। ସ୍ଥାନୀୟ ଅଞ୍ଚଳରେ ବାଣ ତିଆରି ପ୍ରାୟ ବନ୍ଦ ହୋଇ ଯାଇଥିବାବେଳେ ବଜାରରେ ରାଜ୍ୟ ବାହାରର ବାଣ ଭରପୂର ହୋଇଯାଇଛି। ବିଶେଷ କରି ଶିବକାଶୀ ବାଣର ଚାହିଦା ସର୍ବାଧିକ ରହିଛି। ଚଳିତ ବର୍ଷ ୧୦ରୁ ୬୦ ଟଙ୍କା ପର୍ଯ୍ୟନ୍ତ ପ୍ରତି ଅନାର ବାଣ ଉପଲବ୍ଧ ହେଉଥିବାବେଳେ ସ୍ଥାନୀୟ ଅଞ୍ଚଳରେ ତିଆରି ଅନାରର ମୂଲ୍ୟ ୨୦ରୁ ୩୦ ଟଙ୍କା ରହିଛି। ସେହିପରି ତାଳ ଫୋଟ୍‌କାର ମୂଲ୍ୟ ୨୦୦ରୁ ୨୫୦ ଟଙ୍କା ଥିବାବେଳେ ଫୁଲ୍‌ଝରି ପ୍ୟାକେଟ୍‌ ପିଛା ୩୦ରୁ ୪୦୦ ଟଙ୍କାରେ ବିକ୍ରି ହେଉଛି। ଆକାଶ ଦୀପର ମୂଲ୍ୟ ୩୦ରୁ ୫୦ ଟଙ୍କା, ଚକ୍ରିର ମୂଲ୍ୟ ପ୍ୟାକେଟ୍‌ ପିଚ୍ଛା ୧୫ରୁ ୨୦୦ ଟଙ୍କା, ଶଟ୍‌ର ମୂଲ୍ୟ ୩୦୦ରୁ ୫୨୦୦ ଟଙ୍କା ଏବଂ ମହତାବ ବାଣର ମୂଲ୍ୟ ୧୦୦ଟି ପ୍ରତି ୨୫୦ରୁ ୫୦୦ ଟଙ୍କା ପର୍ଯ୍ୟନ୍ତ ରହିଛି। ଅନ୍ୟପକ୍ଷରେ ଭଲ ବ୍ୟବସାୟ ହେବା ନେଇ ବ୍ୟବସାୟୀମାନେ ଆଶା ବାନ୍ଧିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?