ଆଜି ଦୀପ୍‌ବୀରଙ୍କ ବିବାହ ବାର୍ଷିକୀ: ଆଶୀର୍ବାଦ ପାଇଁ ତିରୁପତିରେ ପହଞ୍ଚିଲେ ଦମ୍ପତି

ବମ୍ବେ: ବିବାହକୁ ହିଁ ପ୍ରେମର ସଫଳତା ବୋଲି କୁହାଯାଇଥାଏ। ବଲିଉଡରେ ଅନେକ ପ୍ରେମକାହାଣୀ ଅଛ, ଯାହା ବିବାହ ପର୍ଯ୍ୟନ୍ତ ନ ଯାଇ ଅଧାରେ ଅଟକି ଯାଇଛି। ହେଲେ ଯେଉଁ କେତେଜଣ ପ୍ରେମୀଯୁଗଳ ଏଥିରେ ସଫଳ ହୋଇଛନ୍ତି ସେମାନଙ୍କ ମଧ୍ୟରୁ ଜଣେ ହେଲେ ରଣବୀର ସିଂହ-ଦୀପିକା ପାଦୁକୋନ୍‌। ଦୀର୍ଘ ଛଅ ବର୍ଷ ଧରି ଦୁହେଁ ଦୁହିଁଙ୍କୁ ଡେଟ୍‌ କରିବା ପରେ ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ। ଗତବର୍ଷ ଆଜିର ଦିନରେ ଇଟାଲୀର ଲେକ୍‌ କୋମୋରେ ଉଭୟେ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ଦିନଟି ସ୍ମରଣୀୟ ହୋଇଥିବାରୁ ଏହାକୁ ପାଳିବା ପାଇଁ ରଣବୀର ଏବଂ ଦୀପିକା ପରିବାର ସହ ତିରୁପତିସ୍ଥିତ ଭେଙ୍କଟେଶ୍ୱର ମନ୍ଦିରରେ ପହଞ୍ଚିଛନ୍ତି। ମନ୍ଦିରକୁ ଯାଉଥିବା ସମୟର କିଛି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଦୀପିକା ଓ ରଣବୀର ବେଶ୍‌ ସୁନ୍ଦର ଲାଗୁଛନ୍ତି। ଲାଲ୍‌ ରଙ୍ଗର ଶାଢ଼ିରେ ସିନ୍ଥି ଭରିଛନ୍ତି ଦୀପିକା। ଏଥିସହ ସେ ପିନ୍ଧିଥିବା ଗହଣା ତାଙ୍କ ସୌନ୍ଦର୍ଯ୍ୟକୁ ଦ୍ୱିଗୁଣିତ କରୁଛି। ସେହିଭଳି ରଣବୀର ମଧ୍ୟ ଦୀପିକାଙ୍କୁ କମ୍ପ୍ଲିମେଣ୍ଟ ଦେଉଛନ୍ତି। ଧଳା ରଙ୍ଗର କୁର୍ତ୍ତା ସହ ସୁନେଲୀ ରଙ୍ଗର ଜ୍ୟାକେଟ ଏବଂ ଲାଲ ରଙ୍ଗର ଶାଲ୍‌ ସେ ପିନ୍ଧିଛନ୍ତି। ଫଟୋଗୁଡ଼ିକୁ ଦେଖି ଅନେକେ ‘ରବ୍‌ ନେ ବନାଦି ଯୋଡ଼ି’, ‘ଶ୍ରେଷ୍ଠ ଯୋଡ଼ି’ ଭଳି ପ୍ରତିକ୍ରିୟା ଦେଉଛନ୍ତି। ଏଥିସହ ବିବାହ ବାର୍ଷିକୀକୁ ନେଇ ଉଭୟଙ୍କ ନିକଟକୁ ପ୍ରଶଂସକଙ୍କ ଶୁଭେଚ୍ଛାର ସୁଅ ଛୁଟୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri