ଆଜି ନାଲ୍‌କୋ ବିଶ୍ୱକର୍ମା ପୂଜାର ମେଲାଣି ଉତ୍ସବ; ଶେଷ ସନ୍ଧ୍ୟାରେ ପ୍ରବଳ ଭିଡ଼

ବଅଁରପାଳ,୨୩।୯(ଡି.ଏନ.ଏ.) ଅନୁଗୋଳ ଜିଲା ନାଲ୍‌କୋ ନଗରରେ ଚାଲିଥିବା ପ୍ରସିଦ୍ଧ ବିଶ୍ୱକର୍ମା ପୂଜାର ରବିବାର ଥିଲା ଶେଷ ସନ୍ଧ୍ୟା। ଛୁଟି ଦିନରେ ପୂଜା ଦେଖିବା ପାଇଁ ଆଖପାଖ ଅଞ୍ଚଳରୁ ବହୁ ଲୋକଙ୍କ ଭିଡ଼ ଜମିଥିଲା। ବିଶେଷ କରି ପଲିଶ୍ରୀ ମେଳା, ମୀନା ବଜାର ଓ ଦୋଳି ଅଞ୍ଚଳରେ ମଧ୍ୟ ନାହିଁ ନ ଥିବା ଭିଡ଼ ପରିଲିକ୍ଷିତ ହୋଇଥିଲା। ଚଳିତ ବର୍ଷ ବିଭିନ୍ନ ପୂଜା କମିଟି ପକ୍ଷରୁ ଅକର୍ଷଣୀୟ ପୂଜା ମଣ୍ଡପ ଓ ତୋରଣ ନିର୍ମିତ ହୋଇଛି। ପୂଜା ମଣ୍ଡପର ସାଜସଜ୍ଜା ଦର୍ଶକମାନଙ୍କୁ ଆକୃଷ୍ଟ କରିଛି। ଶେଷ ଦିନରେ ପ୍ରତ୍ୟେକ ପୂଜା ମଣ୍ଡପରେ ପ୍ରସାଦସେବନ ସାଙ୍ଗକୁ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ହେଉଛି। ସୋମବାର ଭସାଣି କାର୍ଯ୍ୟକ୍ରମ ହେବ। ଭସାଣିରେ ୮ଟି ପୂଜା ମଣ୍ଡପ ସାମିଲ ହୋଇଛନ୍ତି। ସକାଳ ୧୧ଟା ମଧ୍ୟରେ ମେଢ଼ ଗୁଡିକ ପାରମ୍ପରିକ ବାଦ୍ୟ ନୃତ୍ୟ ସହକାରେ ଅତିଥି ନିବାସ ନିକଟ ରାସ୍ତାରେ ଏକତ୍ରିତ ହେବେ। ସେଠାରୁ ମେଢ଼ ଗୁଡିକ ପର୍ଯ୍ୟାୟକ୍ରମେ ଭସାଣିରେ ବାହାରିବେ। ରାତ୍ର ୯ଟା ମଧ୍ୟରେ ଭସାଣି କାର୍ଯ୍ୟକ୍ରମ ଶେଷ ହେବ। ଏଥି ନିମନ୍ତେ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖ ମରଣଯନ୍ତା: ଗଳା ଫାଶ ସାଜିଛି ‘ଲୁହା ଜାଲି’, ପ୍ରଶାସନ ନିଦାବିଷ୍ଣୁ

ଥୁଆମୂଳ ରାମପୁର, ୧୯।୩ (ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ମୁଖ୍ୟ ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ସୁରେଶ ରେଡ୍ଡି ହେଲେ ଭାଜପା ଯୁବ ମୋର୍ଚ୍ଚାର ରାଜ୍ୟ ସଂଯୋଜକ: ଛତ୍ରପୁର ଅଞ୍ଚଳରେ ଉତ୍ସାହ

ଛତ୍ରପୁର, ୧୯।୩ (ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି (ଭାଜପା) ଯୁବ ମୋର୍ଚ୍ଚାର ସଂଗଠନକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଛତ୍ରପୁରର…

ଅକାଳରେ ଚାଲିଗଲା ସିଆର୍‌ପିଏଫ୍‌ ଯବାନଙ୍କ ଜୀବନ: ରାୟଗଡ଼ା ଚତୁର୍ଥ ବାଟାଲିୟନରେ ଶୋକର ଛାୟା

ରାୟଗଡ଼ା, ୧୯।୩ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ମ୍ୟାଲେରିଆର ପ୍ରାଦୁର୍ଭାବ ଜଣେ କର୍ତ୍ତବ୍ୟରତ ସିଆରପିଏଫ (CRPF) ଯବାନଙ୍କ ଜୀବନ ନେଇଛି। ମୃତ ଯବାନ ଜଣକ ହେଉଛନ୍ତି…

ତାରାତାରିଣୀ ପୀଠରେ ବାସନ୍ତିକ ନବରାତ୍ରୀ ଉତ୍ସବ ଆରମ୍ଭ: ବେଦମନ୍ତ୍ରରେ ପ୍ରକମ୍ପିତ ରତ୍ନଗିରି ପାହାଡ଼

ପୁରୁଷୋତ୍ତମପୁର,୧୯।୩(ସବିତା ମିଶ୍ର): ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ତଥା ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରୁବାର ରାତିରୁ ମହାସମାରୋହରେ ଆରମ୍ଭ ହୋଇଛି ବାସନ୍ତିକ…

ବରଗଡ଼ ତହସିଲ ଅଞ୍ଚଳରେ ଅବାଧରେ ଚାଲିଛି ମାଟି ଚୋରାଚାଲାଣ, ହାତ ବାନ୍ଧି ବସିଛି ଖଣି ବିଭାଗ, ଜିଲାପାଳଙ୍କୁ…

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ)- ବରଗଡ଼ ତହସିଲ ଅନ୍ତର୍ଗତ କଟାପାଲି, ବରଗାଁ ଅଞ୍ଚଳରେ ଅବାଧରେ ମାଟି ଚୋରାଚାଲାଣ ହେଉଛି। ଅଭିଯୋଗ ସତ୍ତ୍ୱେ ସ୍ଥାନୀୟ ଖଣି ବିଭାଗର ଅଧିକାରୀମାନେ କାର୍ଯ୍ୟାନୁଷ୍ଠାନ ନେବା…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri