ସୋମବାର ପହଞ୍ଚିବ ୩ ଶ୍ରମିକ ସ୍ପେଶାଲ ଟ୍ରେନ: ଅଧା ଅଞ୍ଚଳରେ ଲାଗୁ ହେବ ୧୮ ଘଣ୍ଟାର କର୍ଫ୍ୟୁ

ବଲାଙ୍ଗୀର ଅଫିସ, ୧୭ା୫- ବଲାଙ୍ଗୀର ରେଲୱେ ଷ୍ଟେଶନକୁ ସୋମବାର ୩ଟି ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଆସିବ। ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରୁ ଆସୁଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍‌ ସୋମବାର ଭୋର ୫ଟାରେ ପହଞ୍ଚିବ । ଏହାପରେ ଦିନ ସାଢ଼େ ୧ଟାରେ ଗୁଜରାଟର ରାଜକୋଟରୁ ଆସୁଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍‌ ପହଞ୍ଚିବ। ଅପରାହ୍ଣ ୫ଟା ୧୦ରେ ତାମିଲନାଡୁର ଥିରୁଭାଲ୍ଲୁରଠାରୁ ଆସୁଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍‌ ବଲାଙ୍ଗୀର ପହଞ୍ଚିବ । ଏହି ତିନି ଟ୍ରେନ୍‌ରେ ପ୍ରାୟ ୪ ହଜାର ପ୍ରବାସୀ ବଲାଙ୍ଗୀର ଆସି ପହଞ୍ଚିବେ ବୋଲି ଜଣାପଡିଛି । ସୋମବାର ତିନୋଟି ସ୍ପେଶାଲ ଟ୍ରେନ୍‌ ଆସୁଥିବାରୁ ଏବଂ ୪ ହଜାର ପ୍ରବାସୀ ଆସୁଥିବାରୁ ସମସ୍ତଙ୍କ ଆଗମନ ଓ ପ୍ରତ୍ୟାଗମନକୁ ସୁଗମ କରିବା ପାଇଁ ପ୍ରଶାସନ ପକ୍ଷରୁ ସୁବ୍ୟବସ୍ଥା କରାଯାଇଛି । ଏଥି ସକାଶେ ସହରର ବିଭିନ୍ନ ରାସ୍ତା ଓ କିଛି ନିର୍ଦ୍ଦିଷ୍ଟ ଅଞ୍ଚଳରେ ସୋମବାର ଭୋର ୪ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ସମୁଦାୟ ୧୮ ଘଣ୍ଟା କର୍ଫ୍ୟୁ ଘୋଷଣା କରାଯାଇଛି । ଉପଜିଲାପାଳ ସଞ୍ଜୟ କୁମାର ମିଶ୍ର ଏନେଇ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଶୈଳଶ୍ରୀ ପ୍ୟାଲେସ୍‌ରେ ନୂଆଁଖାଇ ପାଳିଲେ ରାଜ ପରିବାର

ବଲାଙ୍ଗୀର, ୧୫/୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ଅବସରରେ ମଙ୍ଗଳବାର ବଲାଙ୍ଗୀର ଶୈଳଶ୍ରୀ ପ୍ୟାଲେସ୍‌ରେ ରାଜପରିବାରର ସଦସ୍ୟମାନେ ନୂଆଁଖାଇ ପାଳନ କରିଥିଲେ। ପ୍ୟାଲେସ୍‌ ପରିସରରେ ଥିବା…

ବଲାଙ୍ଗୀରରେ ନୂଆଁଖାଇ ଉତ୍ସାହ: ମା’ ପାଟଣେଶ୍ୱରୀ, ମା’ ସମଲେଶ୍ୱରୀଙ୍କଠାରେ ନବାନ୍ନ ଅର୍ପଣ

ବଲାଙ୍ଗୀର, ୧୫।୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ପାଇଁ ମଙ୍ଗଳବାର ବଲାଙ୍ଗୀର ଜିଲାର ପୁରପଲ୍ଲୀ ଉତ୍ସବମୁଖର ହୋଇଉଠିଛି। ଜିଲାର ବିଭିନ୍ନ ଗାଁ ଓ ସହରରେ ଉତ୍ସାହ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ଜୀବନ: ଜଣେ ମୃତ, ଜଣେ ଗୁରୁତର

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ କୁଲୁଥିପାଲି ଗାଁ ନିକଟ ରାସ୍ତାରେ ସୋମବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି।…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?