ଆଜି ପୁରୀ ଆସିବେ ମମତା

ପୁରୀ ଅଫିସ,୨୫ା୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ପୁରୀ ଗସ୍ତରେ ଆସିବେ। ସ୍ଥାନୀୟ ଏକ ହୋଟେଲରେ ତାଙ୍କ ରହିବା ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି। ପୋଲିସ ପକ୍ଷରୁ ସମ୍ପୃକ୍ତ ହୋଟେଲରେ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡ଼ାକଡ଼ି କରାଯାଇଛି। ମଙ୍ଗଳବାର ସନ୍ଧ୍ୟାରେ ମମତା ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚତ୍ବେ। ସେଠାରୁ ଏକ ସ୍ବତନ୍ତ୍ର କାର୍‌ରେ ଆସି ରାତିରେ ପୁରୀରେ ପହଞ୍ଚତ୍ବେ ବୋଲି ଜଣାପଡିଛି। ତେବେ ଏଠାରେ ସେ କେତେଦିନ ରହିବେ ତାହା ସ୍ପଷ୍ଟ ଜଣାପଡି ନ ଥିବାବେଳେ ଦୁଇଦିନ ସେ ପୁରୀରେ ରହିବେ ବୋଲି ଶୁଣିବାକୁ ମିଳୁଛି। ମାତ୍ର ମମତାଙ୍କ ଗସ୍ତସୂଚୀ ନେଇ ପ୍ରଶାସନ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ଅପରପକ୍ଷେ ଆସନ୍ତା ୨୮ତାରିଖରେ ଲୋକସେବା ଭବନଠାରେ ପୂର୍ବାଞ୍ଚଳ ରାଜ୍ୟ ମିଟ ଅନୁଷ୍ଠିତ ହେବ। ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀ ଏବଂ ସରକାରୀ ଅଧିକାରୀମାନେ ଯୋଗଦେବେ। ତେବେ ଏଥିରେ ମମତା ମଧ୍ୟ ଯୋଗଦେବାର କାର୍ଯ୍ୟକ୍ରମ ଥିବାବେଳେ ଏହାର ଦୁଇଦିନ ପୂର୍ବରୁ ତାଙ୍କର ଗସ୍ତ ନେଇ ଭିନ୍ନଧରଣ ଚର୍ଚ୍ଚା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ନିଷ୍ପତ୍ତି ନେବ’, ଇରାନ-ଆମେରିକା ମଧ୍ୟରେ ଯୁଦ୍ଧ ବନ୍ଦ କରିବାରେ ଭାରତର ଭୂମିକା ଉପରେ ସର୍ଗିଓଙ୍କ ବଡ଼ ବୟାନ

ଓ୍ବାଶିଂଟନ୍‌,୧୫।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ବନ୍ଦ କରିବା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଆଲୋଚନା ସମ୍ପର୍କରେ କଳ୍ପନାଜଳ୍ପନା ଚାଲିଛି। ପାକିସ୍ତାନ ଏବଂ ଇଜିପ୍ଟର ପ୍ରୟାସ…

ଗଛକୁ ପିଟିଲା ବରଯାତ୍ରୀ ବସ୍‌: ବର-କନ୍ୟା ସମେତ…

ସିମୁଳିଆ, ୧୫।୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୧ କିମି. ଦୂର ୧୬ନଂ ଜାତୀୟ ରାଜପଥର କଣିଆରି ଛକ ନିକଟରେ ବରଯାତ୍ରୀ ମିନି ବସ…

ମେରୁ ଯାତ୍ରା ଦେଖିବାକୁ ଯାଉଥିବାବେଳେ ଅଘଟଣ: ଗଛକୁ ପିଟିଲା ବାଇକ, ଘଟଣାସ୍ଥଳରେ…

ବୌଦ୍ଧ,୧୫।୪( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ବଡବନ୍ଧଠରେ ମଙ୍ଗଳବାର ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ…

ପୁଣି ଇରାନ ଆଗରେ ୨ଟି ବଡ଼ ସର୍ତ୍ତ ରଖିଲା ଆମେରିକା, ଜାଣନ୍ତୁ କ’ଣ…

ଓ୍ବାଶିଂଟନ୍‌,୧୫।୪: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସପ୍ତାହରେ ଆମେରିକା…

ଆସୁଛି ଏଲ୍‌ ନିନୋ

ଆମେରିକାର ଜାତୀୟ ସାମୁଦ୍ରିକ ଏବଂ ବାୟୁମଣ୍ଡଳୀୟ ପ୍ରଶାସନ (ନ୍ୟାଶନାଲ ଓସେନିକ ଆଣ୍ଡ୍‌ ଆଟ୍‌ମୋସ୍ପିୟରିକ ଆଡ୍‌ମିନିଷ୍ଟ୍ରେଶନ ବା ”ନୋ ଆ (NO AA)“ ଦ୍ୱାରା ପରିଚାଳିତ ଜଳବାୟୁ ଆଗତ…

ବିଦ୍ୟାଳୟ ଶିକ୍ଷାରେ ଡ୍ରପ୍‌ଆଉଟ୍‌ ସମସ୍ୟା

ନିକଟରେ ଅନେକ ଦୈନିକ ଓଡ଼ିଆ ସମ୍ବାଦପତ୍ରରେ ଆଦିବାସୀ ଅଧ୍ୟୁଷିତ ଜିଲାଗୁଡ଼ିକରେ ଅଧାରୁ ପାଠ ଛାଡ଼ୁଥିବା ଶିଶୁଙ୍କ ସଂଖ୍ୟା ଉଦ୍‌ବେଗଜନକ ବୋଲି ପ୍ରକାଶ ପାଇଛି। ପ୍ରଶାସନିକ ସ୍ତରରେ ମଧ୍ୟ…

ଏକା ହୋଇଗଲା ଆମେରିକା, ଟ୍ରମ୍ପଙ୍କ ହାତ ଛାଡିଦେଲେ ଏହି ସବୁ ନିକଟତମ ବନ୍ଧୁ ଦେଶ

ଓ୍ବାଶିଂଟନ୍‌,୧୫।୪: ଇରାନ ସହିତ ଯୁଦ୍ଧରେ ଗଭୀର ଭାବରେ ଜଡିତ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି। ଏହି ଆଘାତ ତାଙ୍କ ନିଜ…

ଚାଇନାକୁ ଲାଗିବ ବଡ଼ ଝଟ୍‌କା: ଜୀବନରେଖା ଶେଷ କରିଦେବେ ଟ୍ରମ୍ପ! ଆମେରିକାର ସାଥ୍‌ ଦେବ ଭାରତ

ଓ୍ବାଶିଂଟନ୍‌,୧୫।୪: ମଧ୍ୟପ୍ରାଚ୍ୟରେ ହର୍ମୁଜ ପ୍ରଣାଳୀକୁ ନେଇ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଏକ ନୂତନ ପ୍ରସଙ୍ଗ ଉଭା ହୋଇଛି ଯାହା ବିଶ୍ୱ ଦୃଷ୍ଟି ଆକର୍ଷଣ କରିଛି। ଆମେରିକା ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri