ଆଜି ପୂର୍ବାହ୍ନ ୧୧ଟାରେ ରଥଯାତ୍ରା ଶୁଣାଣି

ଭୁବନେଶ୍ୱର,୨୨।୬: ଚଳିତବର୍ଷ ପୁରୀରେ ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ହୋଇପାରିବ ନାହିଁ ବୋଲି ସୁପ୍ରିମ୍‌କୋର୍ଟ ଗତ ୧୮ତାରିଖରେ ଦେଇଥିବା ରାୟର ପୁନର୍ବିଚାର କରିବା ପାଇଁ ଏକାଧିକ ଆବେଦନ ହୋଇଛି। ୧୬ରୁ ଊର୍ଦ୍ଧ୍ୱ ଆବେଦନଗୁଡ଼ିକର ସୋମବାର ଶୁଣାଣି ହେବ। ବିଚାରପତି ଏସ୍‌.ରବୀନ୍ଦ୍ର ଭଟ୍ଟଙ୍କ ଜଣିକିଆ ଖଣ୍ଡପୀଠରେ ପୂର୍ବାହ୍ନ ୧୧ଟାରେ ଶୁଣାଣି ହେବ ବୋଲି ରବିବାର ସୁପ୍ରିମକୋର୍ଟଙ୍କ ଆସିଷ୍ଟାଣ୍ଟ ରେଜିଷ୍ଟ୍ରାର ଅଫିସରୁ ସୂଚନା ମିଳିଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପୁରୀରେ ଚଳିତବର୍ଷ ରଥଯାତ୍ରା ବନ୍ଦ କରିବାକୁ ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ଆଗତ ଆବେଦନର ଶୁଣାଣି କରି ଗୁରୁବାର ପ୍ରଧାନବିଚାରପତି ଏସ୍‌.ଏ. ବୋବ୍‌ଡେଙ୍କ ଅଧ୍ୟକ୍ଷତାରେ ଗଠିତ ୩ଜଣିଆ ଖଣ୍ଡପୀଠ ରଥଯାତ୍ରା ବନ୍ଦ ପାଇଁ ରାୟ ପ୍ରକାଶ କରିଥିଲେ। ଉକ୍ତ ରାୟକୁ ରାଜ୍ୟ ସରକାର ସ୍ବାଗତ କରିଥିଲେ ହେଁ ଭକ୍ତମହଲରେ ବିରୋଧ ହୋଇଥିଲା। ଏପରି କି ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ ଏବଂ ଗଜପତି ମହାରାଜା ମଧ୍ୟ ରାୟର ପରିବର୍ତ୍ତନ ସପକ୍ଷରେ ମତ ଦେଇଥିଲେ। ଏପରି କି ଶନିବାର ମହାରାଜା ଗଜପତି ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ରଥଯାତ୍ରା କୌଣସି ପରିସ୍ଥିତିରେ ବନ୍ଦ ନ କରିବାକୁ କହିଥିଲେ। ଇତିମଧ୍ୟରେ ବିଭିନ୍ନ ବ୍ୟକ୍ତି ବିଶେଷ ଓ ସଂଗଠନ ପକ୍ଷରୁ ଏକାଧିକ ପୁନର୍ବିଚାର ଆବେଦନ ସୁପ୍ରିମକୋର୍ଟରେ ହୋଇଛି। ମଙ୍ଗଳବାର ଶ୍ରୀଗୁଣ୍ଡିଚା ଯାତ୍ରା ଥିବାରୁ ସୋମବାରର ଶୁଣାଣି ନିର୍ଣ୍ଣାୟକ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ଝଗଡ଼ପଲ୍ଲୀକୁ ହରାଇ ଗୋକର୍ଣ୍ଣପୁର ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଖମାରିଗାଁ ପଞ୍ଚାୟତ ଅଧୀନ ଗୋଲଣ୍ଡା ଗ୍ରାମରେ ଚାଲିଥିବା ବୃନ୍ଦାବନ ଚନ୍ଦ୍ର କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri