ଆଜି ପ୍ରଦର୍ଶିତ ହେବ ଫନୀ ସମ୍ପର୍କିତ ବୃତ୍ତଚିତ୍ର

ଭୁବନେଶ୍ୱର,୨୭ା୯(ବ୍ୟୁରୋ) : ଚଳିତ ବର୍ଷ ମେ ୩ରେ ଓଡ଼ିଶା ଉପକୂଳ ସାମୁଦ୍ରିକ ଝଡ ଫନୀ ଦ୍ୱାରା ଘୋର ପ୍ରଭାବିତ ହୋଇଥିଲା। ଏହାକୁ ମୁକାବିଲା କରିବା ପାଇଁ ରାଜ୍ୟ ପ୍ରଶାସନ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଇଥିଲା। ଉଚିତ ପଦକ୍ଷେପ ନିଆଯିବାରୁ ଧନଜୀବନକୁ ରକ୍ଷା କରାଯାଇପାରିଥିଲା। ଏଥିପାଇଁ ଜାତିସଂଘଠାରୁ ଆରମ୍ଭ କରି ବିଭିନ୍ନ ଅନ୍ତର୍ଜାତୀୟ ଏବଂ ଜାତୀୟ ସଂସ୍ଥା ଓଡ଼ିଶା ସରକାରଙ୍କୁ ପ୍ରଶଂସା କରିଥିଲେ। ଫନୀ ଭଳି ପ୍ରାକୃତିକ ବିପର୍ଯ୍ୟୟର ସଫଳ ମୁକାବିଲା ଉପରେ ପର୍ଯ୍ୟବସିତ ଏକ ବୃତ୍ତଚିତ୍ର ଶୁକ୍ରବାର (୨୭ ସେପ୍ଚେମ୍ବର) ପ୍ରଦର୍ଶିତ ହେବାକୁ ଯାଉଛି। ନ୍ୟାଶନାଲ ଜିଓଗ୍ରାଫିକ୍‌ ଚ୍ୟାନେଲରେ ରାତି ୯ଟାରେ ପ୍ରସାରିତ ହେବାକୁ ଥିବା ଏହି ବୃତ୍ତଚିତ୍ରର ନାମ ‘ମେଗା ସାଇକ୍ଲୋନ୍‌ ଫନୀ: ରେସକ୍ୟୁଙ୍ଗ୍‌ ଏ ମିଲିୟନ’ ରହିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, ବିଗତ ଦୁଇଦଶନ୍ଧି ମଧ୍ୟରେ ଦେଖାଯାଇଥିବା ପ୍ରାକୃତିକ ବିପର୍ଯ୍ୟୟଗୁଡିକ ମଧ୍ୟରେ ଫନୀ ବ୍ୟାପକ କ୍ଷତି କରିଛି। ଏହା ଦ୍ୱାରା ଓଡ଼ିଶା ଉପକୂଳର ନାହିଁ ନ ଥିବା କ୍ଷୟକ୍ଷତି ହୋଇଛି। ଉଜୁଡିଯାଇଥିବା ଭିତ୍ତିଭୂମି ଉନ୍ନୟନ ଯୁଦ୍ଧକାଳୀନ ଭିତ୍ତିରେ ଜାରି ରହିଛି। ତେଣୁ ଫନୀ ସମୟରେ କରାଯାଇଥିବା ଉଦ୍ଧାର କାର୍ଯ୍ୟ ଏବଂ ଧନଜୀବନ ସୁରକ୍ଷା ଅନେକ କିଛି ଶିକ୍ଷା ଦେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ବୃତ୍ତଚିତ୍ରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବୈଜ୍ଞାନିକ ମୃତ୍ୟୁଞ୍ଜୟ ମହାପାତ୍ର, ସ୍ବତନ୍ତ୍ର ରିଲିଫ୍‌ କମିଶନର ଏବଂ ଅନ୍ୟାନ୍ୟ ଅଧିକାରୀଙ୍କ ବାର୍ତ୍ତା ମଧ୍ୟ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri