ଆଜି ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୦।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ମଙ୍ଗଳବାର ନବୀନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀଙ୍କ ଭେଟଘାଟ ଉପରେ ସମସ୍ତଙ୍କ ନଜର ରହିଛି। ଉଭୟଙ୍କ ମଧ୍ୟରେ କେଉଁ ବିଷୟରେ ମୁଖ୍ୟତଃ ଆଲୋଚନା ହେବ ତାକୁ ନେଇ ରାଜନୈତିକ ମହଲରେ ବିଶେଷ ଚର୍ଚ୍ଚା ଲାଗିରହିଛି। ବାତ୍ୟା ଫନୀରେ ରାଜ୍ୟର ଉପକୂଳବର୍ତ୍ତୀ ଜିଲା ବିଶେଷ ପ୍ରଭାବିତ ହୋଇଥିବାରୁ ସେଥିପାଇଁ ଅତିରିକ୍ତ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀ ଦାବି ରଖିପାରନ୍ତି ବୋଲି ଶୁଣିବାକୁ ମିଳୁଛି। ଏହାସହ ଉଭୟଙ୍କ ମଧ୍ୟରେ କିଛି ରାଜନୈତିକ ନିଷ୍ପତ୍ତି ନିଆଯିବାର ଯଥେଷ୍ଟ ସମ୍ଭାବନା ରହିଛି। ଅନ୍ୟପଟେ ନିର୍ବାଚନ ପୂର୍ବରୁ କେନ୍ଦ୍ର ସରକାରଙ୍କ କେତୋଟି ଯୋଜନାକୁ ରାଜ୍ୟ ସରକାର ଲାଗୁ କରୁ ନ ଥିଲେ। ମାତ୍ର ପୁଣିଥରେ ରାଜ୍ୟରେ ବିଜେଡି ଶାସନ କ୍ଷମତାକୁ ଫେରିବାପରେ ବିଜେଡି ଏବେ ନିଜର ପୂର୍ବ ଆଭିମୁଖ୍ୟର ସାମାନ୍ୟ ପରିବର୍ତ୍ତନ କରିଥିବା ଦେଖିବାକୁ ମିଳିଛି। ବିଗତ ଦିନରେ ଆୟୁଷ୍ମାନ ଯୋଜନାକୁ ରାଜ୍ୟରେ ଲାଗୁ କରାଇ ନ ଦେବାକୁ ବାରମ୍ବାର କହି ଆସୁଥିବା ରାଜ୍ୟ ସରକାର ଏବେ ଏ ଦିଗରେ କିନ୍ତୁ ମତ ବଦଳାଇଛନ୍ତି। ସେହିପରି ପିଏମ୍‌ କିଷାନ ଯୋଜନା ମଧ୍ୟ ରାଜ୍ୟ ସରକାର ଓଡ଼ିଶାରେ ଆଗକୁ ଲାଗୁ କରିପାରନ୍ତି ତା’ର ଏକ ସମ୍ଭାବନା ସୃଷ୍ଟି ହୋଇଛି। ଏହି ଦୁଇ ଯୋଜନା ସମ୍ପର୍କରେ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିପାରନ୍ତି ବୋଲି ଶୁଣିବାକୁ ମିଳୁଛି। ଅନ୍ୟପଟେ ଆସନ୍ତା ୧୫ରେ ନୀତି ଆୟୋଗ ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

ଚାକିରି ପଛରେ କେତେ ଆଉ ଦୌଡ଼ିବେ? ସରକାରଙ୍କ ଏସବୁ ଯୋଜନାରେ ଆରମ୍ଭ କରନ୍ତୁ ନିଜ ବ୍ୟବସାୟ; ମିଳୁଛି ବଡ଼…

ନୂଆଦିଲ୍ଲୀ,୧୭।୬: ଦେଶରେ ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରୁଥିବା ଯୁବକଯୁବତୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି, କିନ୍ତୁ ପ୍ରତିଯୋଗିତା ଯୋଗୁ  ସମସ୍ତଙ୍କୁ ସରକାରୀ ଚାକିରି ମିଳିବା…

ପୋଡୁ ଚାଷବେଳେ ହଠାତ୍‌ ମାଡିଆସିଲା ଭୟଙ୍କର ବର୍ଷା, ପବନ: ଗଛ ମୂଳେ ଆଶ୍ରୟ ନେଇଥିବା ୩ ମହିଳାଙ୍କୁ ମାରିଲା ବିଜୁଳି

  ଥୁଆମୂଳ ରାମପୁର, ୧୭।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଡୁମେରପଦର ଗ୍ରାମର ନୁନ ପାଣି ପାହାଡ଼ ନିକଟରେ ଆଜି ଏକ…

ଦିଗପହଣ୍ଡି ଏନଏସି ପକ୍ଷରୁ ଜନସମ୍ପର୍କ କାର୍ଯ୍ୟକ୍ରମ ଶୁଭାରମ୍ଭ; ନାଗରିକଙ୍କ ସହଭାଗିତା, ସଚେତନତା, ସୁଶାସନ ଉପରେ ଗୁରୁତ୍ୱ

ଦିଗପହଣ୍ଡି,୧୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସହରରେ ଜନ ସମ୍ପର୍କ ଅଭିଯାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଏନଏସି କାର୍ଯ୍ୟାଳୟ ସମ୍ମିଳନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri