ଆଜି ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବୈଠକ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ଚଳିତବର୍ଷ ଓଡ଼ିଶାର ବିଭିନ୍ନ ରେଳ ପ୍ରକଳ୍ପ ଲାଗି କେନ୍ଦ୍ର ସରକାର ବଜେଟରେ ୪୩୭୩ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଏହା ଗତବର୍ଷ ବ୍ୟୟ ବରାଦଠାରୁ ୨୨୦କୋଟି ଟଙ୍କା କମ୍‌ ରହିଛି। ପୂର୍ବତଟ ରେଳପଥ ଲାଗି ଚଳିତ ଥର ୫୮୬୫ କୋଟି ଟଙ୍କା ମଞ୍ଜୁର କରାଯାଇଥିବା ବେଳେ ରାଜ୍ୟର ବିଭିନ୍ନ ପ୍ରକଳ୍ପ ଏଥିରେ ସାମିଲ ରହିଛି। ଗତବର୍ଷ ଓଡ଼ିଶା ରେଳପଥର ବିଭିନ୍ନ ପ୍ରକଳ୍ପ ଲାଗି କେନ୍ଦ୍ର ସରକାର ୪୫୯୩ କୋଟି ଟଙ୍କା ବ୍ୟୟବରାଦ କରିଥିଲେ। ତେବେ ଚଳିତ ଥର କେନ୍ଦ୍ର ବଜେଟରେ ରେଲଓ୍ବେ ଅନୁଦାନ ହ୍ରାସ ପାଇବାପରେ ବିଜେଡି ଓ ଭାଜପା ମୁହାଁମୁହିଁ ହୋଇଛନ୍ତି। ଏହାସହ କଂଗ୍ରେସ ମଧ୍ୟ କେନ୍ଦ୍ର ସରକାରଙ୍କୁ ବାରମ୍ବାର ଟାର୍ଗେଟ କରିବାରେ ଲାଗିଛି। ଏଭଳି ସ୍ଥିତିରେ ବିଧାନସଭାର ରେଲଓ୍ବେ କମିଟି ପକ୍ଷରୁ କେନ୍ଦ୍ର କମାଇଥିବା ଅନୁଦାନ ବାବଦରେ ସୋମବାର ଏକ ଜରୁରୀ ବୈଠକ ବସିବ। କମିଟି ଅଧ୍ୟକ୍ଷ ତଥା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ କମିଟିର ସମସ୍ତ ସଦସ୍ୟଙ୍କୁ ଯୋଗଦେବା ଲାଗି ଗତ ଶୁକ୍ରବାର ଚିଠି ଦିଆଯାଇଛି। ୧୦ ତାରିଖ ପୂର୍ବାହ୍ନ ୧୦.୩୦ ମିନିଟ୍‌ରେ ବିଧାନସଭାର ୫୪ନମ୍ବର ରୁମ୍‌ରେ ବୈଠକ ଅନୁଷ୍ଠିତ ହେବ। ରେଲଓ୍ବେ ଅନୁଦାନ ହ୍ରାସ କରାଯିବା ଏବଂ ରାଜ୍ୟରେ ରେଳ କାର୍ଯ୍ୟ ବଢାଇବା ପାଇଁ କେନ୍ଦ୍ର ରେଳମନ୍ତ୍ରୀ ପୀୟୂଷ ଗୋଏଲଙ୍କୁ ଏକ ଦାବିପତ୍ର ପ୍ରଦାନ କରିବା ନେଇ ମଧ୍ୟ ଆଲୋଚନା ହେବ। ଏହାସହ ଆସନ୍ତା ୧୧ କିମ୍ବା ୧୨ରେ ରେଳମନ୍ତ୍ରୀଙ୍କୁ ଭେଟିବା ସକାଶେ ସମୟ ମଗାଯିବ। କେନ୍ଦ୍ରମନ୍ତ୍ରୀ ଯେଉଁ ତାରିଖ ଦେବେ କମିଟି ସଦସ୍ୟମାନେ ଦିଲ୍ଲୀ ଯାଇ ତାଙ୍କୁ ଭେଟିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

ନୂଆପଡ଼ାରେ ଆରମ୍ଭ ହେଲା ଗୃହ ଗଣନା

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ସ୍ବଗଣନା ପ୍ରକ୍ରିୟା ସମାପ୍ତି ପରେ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହ ତାଲିକା ଓ ଗୃହ ଗଣନା ଗୁରୁବାର ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri