ଆଜି ବାହୁଡ଼ିବେ ଦାରୁବିଗ୍ରହ: ଅପରାହ୍ନ ୪ଟାରେ ରଥଟଣା

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି):ଆଷାଢ଼ ମାସ ଶୁକ୍ଳପକ୍ଷ ଦ୍ୱିତୀୟା ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଓ ଭଉଣୀ ଦେବୀ ସୁଭଦ୍ରାଙ୍କୁ ସାଥିରେ ଧରି ଶ୍ରୀମନ୍ଦିରରୁ ବାହାରି ରଥାରୂଢ଼ ହୋଇ ନବଦିନାତ୍ମକ ଯାତ୍ରାରେ ଯାଇ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ଦାରୁବିଗ୍ରହମାନେ ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶନିବାର ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ।
ଏଥିପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାର ସମ୍ମୁଖରେ ତିନିରଥ ପ୍ରସ୍ତୁତ ରହିଛି। ସେବାୟତମାନେ ନୀତି ସମ୍ପାଦନ ଓ ଭକ୍ତମାନେ ରଥ ଟାଣିନେବା ପାଇଁ ଉତ୍କଣ୍ଠାର ସହ ଚାହିଁବସିଛନ୍ତି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ହୋଇଥିବା ନୀତି ନିର୍ଘଣ୍ଟ ଅନୁଯାୟୀ, ଶନିବାର ଭୋର ୪ଟାରେ ମଙ୍ଗଳ ଆଳତି, ୪ଟା ୧୫ରେ ମଇଲମ, ୪ଟା ୩୦ରେ ତଡ଼ପଲାଗି ଓ ରୋଷହୋମ, ୫ଟାରେ ଅବକାଶ, ୫ଟା ୧୫ରେ ସୂର୍ଯ୍ୟପୂଜା, ୫ଟା ୩୦ରେ ଦ୍ୱାରପାଳ ପୂଜା ଓ ବେଶ ଶେଷ ହେବ। ସେହିପରି ଗୋପାଳବଲ୍ଲଭ ଓ ସକାଳ ଧୂପ ୫ଟା ୪୫ରୁ ୬ଟା ୪୫, ସେନାପଟାଲାଗି ୭ଟାରୁ ପୂର୍ବାହ୍ନ ୧୧ଟା ୩୦, ମଙ୍ଗଳାର୍ପଣ ୧୧ଟା ୪୫, ପରେ ଡୋରଲାଗି, ୧୨ଟାରେ ପହଣ୍ଡି ଆରମ୍ଭ ହୋଇ ୨ଟା ୩୦ରେ ଶେଷ ହେବ। ଅପରାହ୍ନ ୨ଟା ୩୦ରୁ ୩ଟା ୩୦ ପର୍ଯ୍ୟନ୍ତ ଛେରାପହଁରା, ଅପରାହ୍ନ ୩ଟାରୁ ୪ଟା ଭିତରେ ଚାରମାଳ ଫିଟା ସହ ଘୋଡ଼ା ଲାଗିବ। ଅପରାହ୍ନ ୪ଟାରୁ ରଥଟଣା ଆରମ୍ଭ ହେବ। ରଥଟଣା ସରିବା ପରେ ରଥ ଉପରେ ଅନ୍ୟାନ୍ୟ ନୀତି ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ନୀତି ନିର୍ଘଣ୍ଟର ଯଥେଷ୍ଟ ପୂର୍ବରୁ ମହାପ୍ରଭୁଙ୍କ ନୀତି ଆରମ୍ଭ ହେବ ବୋଲି ସେବାୟତମାନଙ୍କ ପକ୍ଷରୁ କୁହାଯାଇଛି। ଭିଡ଼ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି। ୨୦୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିବେ। ଆମ୍ବୁଲାନ୍ସ ଯିବା ପାଇଁ ଗ୍ରୀନ୍‌ କରିଡର ହେବ। ଭକ୍ତଙ୍କ ଉପରେ ପାଣି ସିଞ୍ଚନ କରାଯିବ। ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri