ଆଜି ବିଶ୍ୱ ଆର୍ଥ୍ରାଇଟିସ୍‌ ଦିବସ

ଆର୍ଥ୍ରାଇଟିସ୍‌ ହେଉଛି ଏକ ଅସ୍ଥିଜନିତ ରୋଗ। ଏଥିରେ ଆକ୍ରାନ୍ତ ହେଲେ ଅସ୍ଥିର ଯୋଡ଼ାସ୍ଥଳୀରେ ଅଧିକ ଯନ୍ତ୍ରଣା ଅନୁଭୂତ ହୋଇଥାଏ। ଏହାର ଲକ୍ଷଣ ପ୍ରକାଶ ପାଇବା ମାତ୍ରେ ଅଭିଜ୍ଞ ଅସ୍ଥିଶଲ୍ୟ ବିଶେଷଜ୍ଞଙ୍କ ସହ ପରାମର୍ଶ କରିବା ଆବଶ୍ୟକ। ଆର୍ଥ୍ରାଇଟିସ୍‌ ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ଲାଗି ପ୍ରତିବର୍ଷ ଅକ୍ଟୋବର ୧୨କୁ ‘ବିଶ୍ୱ ଆର୍ଥ୍ରାଇଟିସ୍‌ ଦିବସ’ ଭାବରେ ପାଳନ କରାଯାଇଆସୁଅଛି। ଏ ନେଇ ଚଳିତବର୍ଷର ସ୍ଲୋଗାନ ରହିଛି ‘ଡୋଣ୍ଟ ଡିଲେ:କନେକ୍ଟ ଟୁଡେ’। ଆର୍ଥ୍ରାଇଟିସ୍‌ ଦିବସ ଅବସରରେ ବିିଭିନ୍ନ ସ୍ଥାନରେ ଜନସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଇଥାଏ। ଆର୍ଥ୍ରାଇଟିସ୍‌ ସମସ୍ୟା ସମ୍ପର୍କରେ ଭୁବନେଶ୍ୱରସ୍ଥ କେୟାର ହସ୍ପିଟାଲର ବରିଷ୍ଠ ଅର୍ଥୋପେଡିକ କନ୍‌ସଲଟାଣ୍ଟ ପ୍ରଫେସର ଡା. ବସନ୍ତ କୁମାର ବେହେରା କହନ୍ତି, ”ସୁସ୍ଥ ଜୀବନ ଯାପନ ପାଇଁ ଆମକୁ ପ୍ରଥମେ ନିଜକୁ ନୀରୋଗ ରଖିବାକୁ ପଡ଼ିବ। ବୟସ ବଢ଼ିବା ସହ ଆମେ କେତେକ ସ୍ବାସ୍ଥ୍ୟଜନିତ ସମସ୍ୟାର ସମ୍ମୁଖୀନ ହୋଇଥାଉ। ଆଜିକାଲି ଆର୍ଥ୍ରାଇଟିସ୍‌ ସମସ୍ୟା ନିଜର କାୟାବିସ୍ତାର କରିଚାଲିଛି। ଅନେକେ ଏହାର ଲକ୍ଷଣ ବିଷୟରେ ଜାଣିପାରୁନାହାନ୍ତି। ରୋଗଟି ଗୁରୁତର ହେଲେ ଡାକ୍ତରଙ୍କ ନିକଟକୁ ଆସୁଛନ୍ତି। ହେଲେ ପ୍ରାରମ୍ଭିକ ସ୍ତରରେ ଏ ନେଇ ଅଭିଜ୍ଞ ଅସ୍ଥିଶଲ୍ୟ ବିଶେଷଜ୍ଞଙ୍କ ସହ ପରାମର୍ଶ କରି ଚିକିତ୍ସିତ ହେବା ଉଚିତ। ଯଦି ଅସ୍ଥିଜନିତ କିଛି ଯନ୍ତ୍ରଣା ଆପଣ ଅନୁଭବ କରୁଛନ୍ତି ତେବେ ବିଳମ୍ବ ନ କରି ଡାକ୍ତରଙ୍କ ସହ ପରାମର୍ଶ କରନ୍ତୁ। ନିଜକୁ ସୁସ୍ଥ ରଖିବାକୁ ନିଜର ଦୈନନ୍ଦିନ ଜୀବନ ତାଲିକାରେ ପ୍ରଥମେ ବ୍ୟାୟାମକୁ ସାମିଲ କରନ୍ତୁ। ପ୍ରତିଦିନ ସକାଳୁ ଅତିକମ୍‌ରେ ୪-୫ କି.ମି. ଚାଲନ୍ତୁ। ଏହାବ୍ୟତୀତ ଖାଦ୍ୟପେୟ ପ୍ରତି ସଚେତନ ରହନ୍ତୁ। ଅସ୍ଥିଜନିତ ଯେ କୌଣସି ସମସ୍ୟାର ସମ୍ମୁଖୀନ ହେଲେ ତାହାକୁ ହାଲୁକା ଭାବରେ ନ ନେଇ ତୁରନ୍ତ ଡାକ୍ତରଙ୍କ ନିକଟକୁ ଯାଆନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri