Posted inଖେଳ

ଆଜି ଭାରତ-ଶ୍ରୀଲଙ୍କା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଆରମ୍ଭ ହେବ ମ୍ୟାଚ୍‌

ମୁମ୍ବାଇ,୩।୧: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌ ଆଜିଠାରୁ ଆରମ୍ଭ ହେଉଛି। ସିରିଜର ପ୍ରଥମ ମ୍ୟାଚ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯିବ। ଶ୍ରୀଲଙ୍କା ବିପକ୍ଷ ଟି-୨୦ ସିରିଜରେ ହାର୍ଦ୍ଦିକ ପାଣ୍ଡ୍ୟା ଟିମ ଇଣ୍ଡିଆର ଅଧିନାୟକ ହେବେ। ଏଥିସହ ରୋହିତ ଶର୍ମା, ବିରାଟ କୋହଲି, କେ.ଏଲ ରାହୁଲ ଏବଂ ରିଷଭ ପନ୍ତଙ୍କ ଭଳି ଖେଳାଳି ଟି-୨୦ ସିରିଜରେ ଦଳର ଅଂଶ ହେବେ ନାହିଁ। ଏହା ପରେ ରୋହିତ ଶର୍ମା ଏକଦିବସୀୟ ସିରିଜରେ ଦଳର ଦାୟିତ୍ୱ ଗ୍ରହଣ କରିବେ।
ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଏହି ମ୍ୟାଚ ଭାରତୀୟ ସମୟ ସା ୭ଟାରୁ ଆରମ୍ଭ ହେବ। ଏଥି ସହିତ ଷ୍ଟାର ସ୍ପୋର୍ଟସ ନେଟୱାର୍କରେ ଏହି ମ୍ୟାଚ ସିଧା ପ୍ରସାରଣ ହେବ। ଦର୍ଶନମାନେ ଡିଜ୍‌ନୀ ପ୍ଲସ ହଟଷ୍ଟାରରେ ଲାଇଭ ଷ୍ଟ୍ରିମିଂ ଦେଖିପାରିବେ। ଏହା ବ୍ୟତୀତ ପ୍ରଶଂସକମାନେ ଡିଡି ସ୍ପୋର୍ଟସରେ ମାଗଣା ଲାଇଭ ପ୍ରସାରଣ ଦେଖିପାରିବେ। ତେବେ ଉଭୟ ଦଳ ଏହି ମ୍ୟାଚ ପାଇଁ ପ୍ରସ୍ତୁତ ଅଛନ୍ତି। ଭାରତୀୟ ଦଳର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଥିବାବେଳେ ଦାଶୁନ ଶାନାକା ଶ୍ରୀଲଙ୍କା ଦଳର ନେତୃତ୍ୱ ନେବେ।
ଭାରତ ଏବଂ ଶ୍ରୀଲଙ୍କାର ଦଳ ଏପର୍ଯ୍ୟନ୍ତ ଟି-୨୦ ୨୬ ଥର ମୁହାଁମୁହିଁ ହୋଇଛନ୍ତି। ଏହି ୧୭ଟି ମ୍ୟାଚରେ ଭାରତୀୟ ଦଳ ଜିତିଥିବାବେଳେ ୮ଟି ମ୍ୟାଚ ଶ୍ରୀଲଙ୍କା ସପକ୍ଷରେ ଯାଇଛି। ଏଥି ସହିତ ଟିମ ଇଣ୍ଡିଆ ୱାଙ୍ଖେଡେରେ ଚାରୋଟି ଟି-୨୦ ମ୍ୟାଚ ଖେଳିଛି। ଏଠାରେ ଭାରତକୁ ଦୁଇଟିରେ ବିଜୟ ଏବଂ ଦୁଇଟିରେ ପରାଜୟର ସାମ୍ନା କରିବାକୁ ପଡିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri