ଆଜି ମହାଷ୍ଟମୀ ପୂଜା: ପୂଜାମଣ୍ଡପରେ ସ୍ବତନ୍ତ୍ର ଆୟୋଜନ

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଆଜି ମହାଷ୍ଟମୀ। ଏଥିପାଇଁ ପୂଜାମଣ୍ଡପଗୁଡ଼ିକରେ ସ୍ବତନ୍ତ୍ର ଆୟୋଜନ କରାଯାଇଛି। ସେହିଭଳି ପୂଜା ବୁଲା ପାଇଁ ଛୋଟଠାରୁ ବୁଢ଼ା ପର୍ଯ୍ୟନ୍ତ ସମସ୍ତେ ଉତ୍କଣ୍ଠାର ସହ ଯୋଜନା ରଖିଛନ୍ତି।
ଶନିବାର ମା’ଙ୍କ ମହାସପ୍ତମୀ ପୂଜା ସରିଛି। ନୀତିକାନ୍ତି ଅନୁଯାୟୀ ପ୍ରଥମେ କଳସଯାତ୍ରା କରାଯାଇଥିଲା। ସକାଳ ୯ଟା ପରେ ସମସ୍ତ ପୂଜାମଣ୍ଡପରେ ସୂର୍ଯ୍ୟପୂଜା ଏବଂ ମା’ଙ୍କ ନବପତ୍ରିକା ପ୍ରବେଶ ଅନୁଷ୍ଠିତ ହୋଇଥିଲା। ମା’ଙ୍କୁ ଚକ୍ଷୁଦାନ ଦିଆଯିବାପରେ ଅନୁଷ୍ଠିତ ହୋଇଥିଲା ଜୀବନ୍ୟାଶ ପ୍ରଦାନ ଏବଂ ପ୍ରାଣ ପ୍ରତିଷ୍ଠା ନୀତି। ଏହାପରେ ଷୋଡ଼ଷ ଉପଚାର ପୂଜା ଏବଂ ପୁଷ୍ପାଞ୍ଜଳି ଅନୁଷ୍ଠିତ ହୋଇଥିଲା। ସେହିପରି ମଧ୍ୟାହ୍ନ ନୀତି, ସନ୍ଧ୍ୟା ଆଳତି ଏବଂ ରାତ୍ରିପୂଜାରେ ବହୁ ସଂଖ୍ୟକ ଭକ୍ତଙ୍କ ସମାଗମ ହୋଇଥିଲା। ସପ୍ତମୀ ନୀତି ଶେଷ ହୋଇ ମା’ଙ୍କ ମୁହଁ ଖୋଲା ଯାଇଥିବାରୁ ଦର୍ଶନ ପାଇଁ ସନ୍ଧ୍ୟାରେ ମଣ୍ଡପଗୁଡ଼ିକରେ ଭକ୍ତଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ଷ୍ଟେଶନବଜାର, ଶହୀଦନଗର, ରସୁଲଗଡ଼, ନୟାପଲ୍ଲୀ, ବରମୁଣ୍ଡା, ଝାରପଡ଼ା ଆଦି ପୂଜାମଣ୍ଡପରେ ଅଧିକ ଗହଳି ଦେଖାଦେଇଥିଲା। ବିଭିନ୍ନ ସ୍ଥାନରେ ମିନାବଜାର ଓ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

ସ୍କୁଲ-କଲେଜ ଛୁଟି ଘୋଷଣା

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ବଢ଼ି ଚାଲିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଗତ ୪ ଦିନ ହେବ ଜିଲାରେ ପ୍ରାୟ ୪୧ରୁ ୪୨ ଡିଗ୍ରୀ ଉପରେ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ଇରାନର ବଡ଼ ଘୋଷଣା: ହର୍ମୁଜକୁ ସମ୍ପୂର୍ଣ୍ଣ ଖୋଲିଦେଇ କହିଲା ଏଥର…

ତେହରାନ,୧୭ା୪: ଇସ୍ରାଏଲ-ଲେବାନନ ଅସ୍ତ୍ରବିରତି ପରେ ବଡ଼ ଘୋଷଣା କରିଛି ଇରାନ। ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଖୋଲି ଦେଇଥିବା କହିଛନ୍ତି ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚି।…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri