ଆଜି ମା’ ଲଙ୍ଗ ବାଉତୀଙ୍କ ପୌଷ ପୂର୍ଣ୍ଣମୀ ଯାତ୍ରା: ଆକର୍ଷଣ ସାଜିବ ମହିଳା ପାଇକ ଖେଳ

ବଅଁରପାଳ, ୧୦।୧(ଡି.ଏନ.ଏ.) – ବଅଁରପାଳ ବ୍ଲକ ବୁଢ଼ାପଙ୍କ ଗ୍ରାମର ପ୍ରତ୍ୟକ୍ଷ ଦେବୀ ମା’ ଲଙ୍ଗ ବାଉତୀଙ୍କ ବାର୍ଷିକ ଯାତ୍ରା ଶୁକ୍ରବାର ଅନୁଷ୍ଠିତ ହେବ। ଏଥିପାଇଁ ଚଳଚଞ୍ଚଳ ହୋଇପଡ଼ିଛି ସମଗ୍ର ଗ୍ରାମ। ଏଥିସହିତ ପ୍ରତ୍ୟେକ ଗ୍ରାମବାସୀ ଯାତ୍ରାକୁ ମହାଆଡମ୍ବର ସହକାରେ ପାଳନ କରିବା ପାଇଁ ତତ୍ପର ହୋଇପଡ଼ିଛନ୍ତି।
ପ୍ରତ୍ୟେକ ବର୍ଷ ପୌଷ ପୂର୍ଣ୍ଣିମା ତିଥିରେ ମା’ଙ୍କ ଯାତ୍ରା ପାଳିତ ହୋଇଥାଏ। ଯାତ୍ରା ଆସିଲେ ଘରେ ଘରେ ବନ୍ଧୁ ବାନ୍ଧବଙ୍କ ଭିଡ଼ ଜମିବା ସହ ପିଠାପଣା ହୋଇଥାଏ। ଯାତ୍ରାଦିନ ଗ୍ରାମର ଦିଅଁ ଘରେ ସକାଳେ ପୂଜାର୍ଚ୍ଚନା ହୋଇଥାଏ। ପୂର୍ବାହ୍ନରେ ବିଭିନ୍ନ ବାଦ୍ୟବାଜଣା ସହକାରେ ମା’ଙ୍କ ଆଲମକୁ ଏକ ବିରାଟ ଶୋଭାଯାତ୍ରାରେ ଗ୍ରାମ ପରିକ୍ରମା କରାଯାଇ ଯାତ୍ରା ପୀଠକୁ ଅଣାଯାଏ। ଶୋଭାଯାତ୍ରାରେ ଚଳିତ ବର୍ଷ ଖୋର୍ଦ୍ଧାର ମହିଳା ପାଇକ ଖେଳ ଓ ଭବାନୀପାଟଣାର ଆଦିବାସୀ ନୃତ୍ୟ ମୁଖ୍ୟ ଆକର୍ଷଣ ହେବ ବୋଲି ଯାତ୍ରା କମିଟି ପକ୍ଷରୁ କୁହାଯାଇଛି। ଆଲମ ଆସିବା ପରେ ଦେବୀଙ୍କ ମାଜଣା ପର୍ବ ସହ ବଡ଼ପୂଜା ଅନୁଷ୍ଠିତ ହେବ। ମାନସିକ ପୂରଣ ପାଇଁ ବହୁ ଶ୍ରଦ୍ଧାଳୁ ମା’ଙ୍କ ନିକଟରେ ଅଧିଆ ପଡିବେ। ଯାତ୍ରାରେ ବିଭିନ୍ନ କିସମର ଦୋକାନ ବଜାର ପଡିବ। ଏଥିପାଇଁ ବ୍ୟବସାୟୀମାନେ ସେମାନଙ୍କ ପସରା ମେଲାଇ ସାରିଲେଣି। ଯାତ୍ରା ଅବସରରେ ଗ୍ରାମରେ ଦଣ୍ଡନୃତ୍ୟ ପ୍ରତିଯୋଗିତା ସହ ମେଲୋଡି, ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ। ଏହି ଯାତ୍ରାକୁ ଗ୍ରାମବାସୀ ପରିଚାଳନା କରୁଛନ୍ତି। ଏ ନେଇ ବୁଢ଼ାପଙ୍କ ସରପଞ୍ଚ ଉତ୍ସବ ଦେହୁରୀ, ବୁନୁ ସିଂ, ଅଭୟ ସାମଲ ପ୍ରମୁଖ କୁହନ୍ତି, ଦେବୀ ଆମର ପ୍ରତ୍ୟକ୍ଷ ଠାକୁରାଣୀ। ଏଠାରେ ଯିଏ ଯେଉଁ ମାନସିକ କରେ ତାହାର ମାନସିକ ପୂରଣ ହୋଇଥାଏ। ଚଳିତବର୍ଷ ଯାତ୍ରାକୁ ଆଡ଼ମ୍ବର ସହକାରେ ପାଳନ କରାଯାଉଛି। ବିଶେଷକରି ଶୋଭାଯାତ୍ରାକୁ ଅଧିକ ଆକର୍ଷଣୀୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଓଡ଼ିଶା ପୋଲିସ ପ୍ରଗତି ଡ୍ୟାସବୋର୍ଡ ରାଙ୍କିଙ୍ଗ୍‌: ପୁରୁଷୋତ୍ତମପୁର ଏସ୍‌ଡିପିଓ, ଗଞ୍ଜାମ ଥାନା ପ୍ରଥମ

ଗଞ୍ଜାମ/ଛତ୍ରପୁର, ୧ା୧ (ଅନାଥ ତରାଇ/ଦିଲୀପ ସାମଲ)- ଓଡ଼ିଶା ପୋଲିସର କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ୍‌ ନେଟ୍‌ୱର୍କ ଆଣ୍ଡ ସିଷ୍ଟମ (ସିସିଟିଏନ୍‌ଏସ୍‌) ଅଧୀନରେ ପ୍ରଗତି ଡ୍ୟାସବୋର୍ଡର ର଼୍ୟାକିଙ୍ଗ୍‌...

ଅବ୍ୟବସ୍ଥା ଘେରରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଡାକ୍ତରଙ୍କ ମରୁଡି, କାମରେ ଆସୁନି …

ମୋହନା,୧। ୧(ମନ୍ମଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ସ୍ୱାସ୍ଥ୍ୟ ସେବା ପାଇଁ କୋଟି କୋଟି ଟଙ୍କା ପାଣି ଭଳିଆ ଖର୍ଚ୍ଚ କରି ଚାଲିଛନ୍ତି। କିନ୍ତୁ...

ଗଞ୍ଜାମ ଜିଲା ଭାଜପା  ସମ୍ପାଦକ ଭାବେ ମନୋନୀତ ହେଲେ ଦୁର୍ଯ୍ୟୋଧନ ରେଡ୍ଡି, ଗୁରୁ ଦାୟିତ୍ୱ ମିଳିବା ପରେ…

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ /ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି(ଭାଜପା) ଗଞ୍ଜାମ ଜିଲା ସମ୍ପାଦକ ଭାବେ ଏନ୍‌ ଦୁର୍ଯ୍ୟୋଧନ ରେଡ୍ଡି (ପିତୁ ଭାଇ)ଙ୍କୁ ମନୋନୀତ କରିଛି ।...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri