ଆଜି ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ

ଭୁବନେଶ୍ୱର, ୫।୧୨(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ଗସ୍ତରେ ସୋମବାର ସକାଳେ ନୂଆଦିଲ୍ଲୀ ଯିବା କାଯର୍ର୍‌ୟକ୍ରମ ରହିଛି। ଭାରତର ଜି-୨୦ ଅଧ୍ୟକ୍ଷତାକୁ ନେଇ ସୋମବାର ହେବାକୁ ଥିବା ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗଦେବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତା ଉକ୍ତ ବୈଠକ ଅନୁଷ୍ଠିତ ହେବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବା କାଯର୍ର୍‌ୟକ୍ରମ ରହିଥିବା ଅଧିକାରୀ ସୂତ୍ରରୁ ସୂଚନା ମିଳିଛି।
ସୂଚନାଥାଉ କି, ଡିସେମ୍ବର ୧ରୁ ଭାରତ ଆସନ୍ତା ୧ ବର୍ଷ ପର୍ଯ୍ୟନ୍ତ ଜି-୨୦ ଅଧ୍ୟକ୍ଷତା ଦାୟିତ୍ୱ ବହନ କରିଛି। ଏହି ସମୟ ମଧ୍ୟରେ ଭାରତର ୫୫ଟି ସ୍ଥାନରେ ପ୍ରାୟ ୨୦୦ ବୈଠକ ଆୟୋଜିତ ହେବ। ପ୍ରଥମ ଶେର୍ପା ବୈଠକ ରବିବାର ରାଜସ୍ଥାନର ଉଦୟପୁରରେ ଆୟୋଜିତ ହୋଇଯାଇଛି। ତେବେ ସୋମବାର ଅପରାହ୍ନ ୫ଟାରେ ନୂଆଦିଲ୍ଲୀର ରାଷ୍ଟ୍ରପତି ଭବନ କଲଚ୍ୟୁରାଲ ସେଣ୍ଟରରେ ହେବାକୁ ଥିବା ବୈଠକରେ ଯୋଗଦେବା ପାଇଁ ପ୍ରମୁଖ ଦଳଗୁଡ଼ିକର ମୁଖ୍ୟମାନଙ୍କୁ ନିମନ୍ତ୍ରଣ କରାଯାଇଛି। ବୈଠକରେ ଜି-୨୦ ଅଧ୍ୟକ୍ଷତାର ଲକ୍ଷ୍ୟ ସମ୍ପର୍କରେ ଅବଗତ କରାଯିବା ସହ ଦଳଗୁଡ଼ିକର ମତାମତ ଲୋଡ଼ଯିବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶ୍ନ କଲେ ଉଦୟନିଧି ଷ୍ଟାଲିନ, ମୁଖ୍ୟମନ୍ତ୍ରୀ ବିଜୟ କହିଲେ ସୋମବାର ଦେବି ଉତ୍ତର

ଚେନ୍ନାଇ,୩।୯: ଆଇନ ଶୃଙ୍ଖଳା ପ୍ରସଙ୍ଗରେ ଡିଏମକେ ସରକାରଙ୍କୁ ଘେରିବାକୁ ଚେଷ୍ଟା କରିବାରୁ ତାମିଲନାଡୁ ବିଧାନସଭାରେ ଏକ ବିଶୃଙ୍ଖଳିତ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାର ଜବାବରେ, ମୁଖ୍ୟମନ୍ତ୍ରୀ ବିଜୟ…

ବଲିଉଡ ଡେବ୍ୟୁ କରିବେ ମଲାଇକା-ଅରବାଜଙ୍କ ପୁଅ ଅରହାନ୍‌, ଜବରଦସ୍ତ ଆକ୍ସନ ସିନେମାରେ…

ମୁମ୍ବାଇ: ଦୀର୍ଘଦିନରୁ ଚାଲିଥିବା ଚର୍ଚ୍ଚାରେ ଲାଗିଲା ବିରାମ। ବଲିଉଡ ଅଭିନେତ୍ରୀ ମଲାଇକା ଅରୋରା ଏବଂ ଅରବାଜ ଖାନଙ୍କ ପୁଅ ଅରହାନ ଖାନ ବଲିଉଡ ଡେବ୍ୟୁ କରିବା ସ୍ପଷ୍ଟ…

୬ ଦିନର ହ୍ରାସ ପରେ ହଠାତ ଏତିକି ମହଙ୍ଗା ହେଲା ସୁନା, ରୁପା ଦର ବି ଆକାଶଛୁଆଁ: ୧୦ ଗ୍ରାମକୁ ଏବେ ଗଣିବେ… 

ନୂଆଦିଲ୍ଲୀ,୩।୯: ଦେଶର ରାଜଧାନୀ ଦିଲ୍ଲୀରେ ଲଗାତାର ୬ ଦିନ ଧରି ସୁନା ଏବଂ ରୁପା ଦର ହ୍ରାସ ପାଇବା ପରେ ଆଜି ଏକ ବଡ଼ ଧରଣର ବୃଦ୍ଧି…

ଇନ୍ଦ୍ରାବତୀ ଡ୍ୟାମରେ ବଢୁଛି ଜଳସ୍ତର୍‌: ଟ୍ରାଏଲ୍‌ ରନ୍‌ରେ ଖୋଲାଗଲା ୪ ନଂ ଗେଟ୍‌

ନବରଙ୍ଗପୁର, ୩।୯(ସଦାଶିବ ପ୍ରହରାଜ): ଇନ୍ଦ୍ରାବତୀ ଜଳଭଣ୍ଡାରରେ ବଢୁଛି ଜଳସ୍ତର। ବିପଦ ସଂକେତ ନିକଟତର ହେବା ପରେ ଗେଟ୍‌ ଖୋଲିବାକୁ ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ କରିଛି ଡ୍ୟାମ୍‌ କର୍ତ୍ତୃପକ୍ଷ।…

୭ ଦିନ ଯାଏ ବର୍ଷା, ଏହି ୩ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୩ା୯(ସୌମ୍ୟରଞ୍ଜନ ରାଉତ) – ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଗୁରୁବାର…

ଲଗାଣ ବର୍ଷାରେ ଭୁଶୁଡ଼ିଲା କଲଭର୍ଟ, ୨ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କୋରୁକୋଣ୍ଡା, ୩।୯ (ଅଶୋକ କୁମାର ପରିଡା): ଲଗାଣ ବର୍ଷାରେ ମାଟି ଧସି କଲଭର୍ଟ ଭୁଶୁଡି ପଡ଼ିବାରୁ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନିଳାକାମ୍ବେରୁ ପଞ୍ଚାୟତ ଅନ୍ତର୍ଗତ ଏମ୍‌ଭି-୫୧…

ପୁଣି ଦାଦନ ଦୁଖଃ: ଚିକିତ୍ସା ସେବା ନ ପାଇ ଚାଲିଗଲା ଜୀବନ

ଧର୍ମଗଡ଼, ୩ା୯ (ଘାଷିରାମ ଜଗତ): ଅର୍ଥାଭାବରୁ ଚିକିତ୍ସାସେବା ନ ପାଇ ଦାଦନ ଖଟିବାକୁ ହାଇଦ୍ରାବାଦ ଯାଇଥିବା ଜଣେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଳାହାଣ୍ଡି…

ଭଉଣୀଭାଇଙ୍କୁ ମାଡ଼ ମାରି ସୁନା ଅଳଙ୍କାର ଲୁଟ ଘଟଣା; ୩ ବର୍ଷ ପରେ ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୩।୯,(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନରେ ଘଟିଥିଲା ଏକ ଡକାୟତି ଘଟଣା। ଏହି ଥାନା ଅନ୍ତର୍ଗତ କଙ୍କିଆ ଗ୍ରାମ ନିକଟ ଗ୍ରାମବିକାଶ ହାଇସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri