ଆଜି ଲଘୁଚାପ ସମ୍ଭାବନା: ୯ରୁ ପ୍ରବଳ ବର୍ଷା ,୨ରୁ ୪ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର,୮।୬(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପୂର୍ବ ଦକ୍ଷିଣ-ପଶ୍ଚିମ ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ପ୍ରବେଶ କରି ଧୀରେ ଧୀରେ ଆଗକୁ ଅଗ୍ରସର ହେଉଛି। ଏହି ପ୍ରକ୍ରିୟା ଜାରି ରହିଲେ ଆଉମାତ୍ର ୨ରୁ ୪ ଦିନ ଭିତରେ ମୌସୁମୀ ବାୟୁ ଓଡ଼ିଶାରେ ପହଞ୍ଚତ୍ବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଉଛି। ହେଲେ ଏହା ପୂର୍ବରୁ ଅର୍ଥାତ୍‌ ସୋମବାର ବଙ୍ଗୋପସାଗରରେ ଆଉଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଭାବରେ ଆସନ୍ତା ୯ ତାରିଖରୁ ପ୍ରବଳ ବର୍ଷା ହେବ। ବିଶେଷ କରି ଗଞ୍ଜାମ, ଗଜପତି, ପୁରୀ, ନବରଙ୍ଗପୁର, କୋରାପୁଟ ଏବଂ ଖୋର୍ଦ୍ଧା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହିଦିନ ପାଇଁ ଗଞ୍ଜାମ ଓ ଗଜପତି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୧୦ ତାରିଖ ଦିନ ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା ଓ ଜଗତ୍‌ସିଂହପୁର ଆଦି ୮ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୧୧ ତାରିଖ ଦିନ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ କେତେକ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏଥିପାଇଁ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ଗଞ୍ଜାମ, ପୁରୀ ଓ ବୌଦ୍ଧ ଆଦି ୧୦ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ତେବେ ୮ ତାରିଖ ସୋମବାର ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ା, ନବରଙ୍ଗପୁରରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏଥିସହ ବଜ୍ରପାତର ମଧ୍ୟ ଆଶଙ୍କା ରହିଛି। ଉତ୍ତର, ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଗଞ୍ଜାମ, କନ୍ଧମାଳ, ଗଜପତି, କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ ନବରଙ୍ଗପୁର ଆଦି ୧୦ଜିଲାରେ ଝଡ଼ତୋଫାନ ସହ ବଜ୍ରପାତ ହେବ ବୋଲି ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟ ବଜେଟ: ଓଡ଼ିଶାର ମୁଣ୍ଡ ପିଛା ଆୟ ୯.୨% ବୃଦ୍ଧି

ଭୁବନେଶ୍ୱର,୨୦ା୨(ରବିନାରାୟଣ ଜେନା): ଓଡ଼ିଶାର ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧି ହେଉଛି। ଏଥିଯୋଗୁ ୨୦୨୫-୨୬ (ଅଗ୍ରୀମ ଆକଳନ)ରେ ଓଡ଼ିଶାର ମୁଣ୍ଡପିଛା ଆୟ ୯.୨ ପ୍ରତିଶତ ବୃଦ୍ଧି ପାଇ ୧,୮୬,୭୬୧ ଟଙ୍କାରେ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri