ଆଜି ଶପଥ ନେବେ ହାଇକୋର୍ଟର ନୂତନ ବିଚାରପତି

କଟକ ଅଫିସ,୧୦।୨: ଓଡ଼ିଶା ହାଇକୋର୍ଟର ନୂତନ ବିଚାରପତି ଭାବେ ନିଯୁକ୍ତି ପାଇଥିବା ଆଇନଜୀବୀ ସଞ୍ଜୀବ କୁମାର ପାଣିଗ୍ରାହୀ ସୋମବାର ଶପଥ ଗ୍ରହଣ କରିବେ। ଅପରାହ୍ନ ୨ଟାରେ ହାଇକୋର୍ଟ ପୁରୁଣା କୋଠାର ନୂତନ ସମ୍ମିଳନୀ କକ୍ଷରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ଏଥିରେ ହାଇକୋର୍ଟ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ସଞ୍ଜୁ ପଣ୍ଡା ଯୋଗଦେଇ ପାଣିଗ୍ରାହୀଙ୍କୁ ଶପଥ ପାଠ କରାଇବେ। ଏହି କାର୍ଯ୍ୟକ୍ରମରେ ହାଇକୋର୍ଟର ଅନ୍ୟ ବିଚାରପତିଙ୍କ ସହ ରାଜ୍ୟର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି ବୋଲି ହାଇକୋର୍ଟର ଡେପୁଟି ରେଜିଷ୍ଟ୍ରାର୍‌ ଜ୍ୟୋତି ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଗତ ଶୁକ୍ରବାର ହାଇକୋର୍ଟ ନୂତନ ବିଚାରପତି ଭାବେ ସଞ୍ଜୀବଙ୍କୁ ନିଯୁକ୍ତି ମିଳିଥିବା ନେଇ ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ରାଷ୍ଟ୍ରପତିଙ୍କ ମୋହର ବାଜିବା ପରେ ତାଙ୍କ ନାମ ଘୋଷଣା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଓଜେଇଇ ପରୀକ୍ଷାଫଳ, ଜାଣନ୍ତୁ କିଏ ହେଲେ ଟପ୍ପର…

ଭୁବନେଶ୍ୱର,୧୯।୬(ବ୍ୟୁରୋ): ପ୍ରକାଶ ପାଇଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ପରୀକ୍ଷାଫଳ। ବୁଧବାର ଏହି ପରୀକ୍ଷାଫଳ ଘୋଷଣା କରାଯାଇଛି। ଛାତ୍ରୀଛାତ୍ରମାନେ www.ojee.nic.in ରେ ସେମାନଙ୍କ ରେଜଲ୍ଟ ଜାଣିପାରିବେ।...

ଓଡ଼ିଶାରେ ନିବେଶ ପାଇଁ ଆଇଟି କମ୍ପାନୀଙ୍କୁ ଆମନ୍ତ୍ରଣ

ଭୁବନେଶ୍ୱର,୧୯।୧୨(ବ୍ୟୁରୋ):ଓଡ଼ିଶାକୁ ସୂଚନା ପ୍ରଯୁକ୍ତି ବିଦ୍ୟା(ଆଇଟି) ହବ୍‌ରେ ପରିଣତ କରିବା ପାଇଁ ରାଜ୍ୟ ସରକାର ଉଦ୍ୟମ କରୁଛନ୍ତି। ବିଭିନ୍ନ ଦେଶୀ ଏବଂ ବିଦେଶୀ କମ୍ପାନୀଗୁଡ଼ିକୁ ଓଡ଼ିଶାରେ ନିବେଶ...

ବଢ଼ିଲା ସ୍କୁଲ ପୋଷ୍ୟ ଗ୍ରହଣ ତାଲିକା

ଭୁବନେଶ୍ୱର, ୨୬।୧(ବ୍ୟୁରୋ): ରାଜ୍ୟରେ ଥିବା ସରକାରୀ ସ୍କୁଲକୁ ପୋଷ୍ୟ ଭାବେ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଚିଠି ଲେଖିଛନ୍ତି। ଏହାପରଠୁ ପୋଷ୍ୟ...

ଭୁବନେଶ୍ୱରରୁ ଆଜି ପୁଣି ୩୪ ପଜିିଟିଭ୍‌ ଚିହ୍ନଟ: ୪୩ ସୁସ୍ଥ

ଭୁବନେଶ୍ୱର,୫।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ଆଉ ୩୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬ ଜଣ ରହିଥିବା ବେଳେ ଲୋକାଲ କେସ୍‌...

ଯାତ୍ରୀବାହୀ ଟ୍ରେନ ଚଳାଚଳ ଦାବି: ଆଜି ରେଳରୋକୋ

କେନ୍ଦ୍ରାପଡ଼ା ଅଫିସ, ୧୦।୧୧: କେନ୍ଦ୍ରାପଡ଼ା ଜିଲାକୁ ୨୦୨୦ ଜୁଲାଇ ୨୪ଠାରୁ ମାଲବାହୀ ଟ୍ରେନ ଚଳାଚଳ ଆରମ୍ଭ ହୋଇଛି। ଏହା ପରେ ରେଳ ବିହୀନ ଜିଲାରୁ କେନ୍ଦ୍ରାପଡ଼ାର...

କେନ୍ଦ୍ର ସଂସ୍କୃତି ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୬।୨(ବ୍ୟୁରୋ): ଏକାମ୍ର କ୍ଷେତ୍ରର ଅନନ୍ତ ବାସୁଦେବ ମନ୍ଦିର ଓ ବ୍ରହ୍ମେଶ୍ୱର ମନ୍ଦିର ପାଇଁ ଜାତୀୟ ଐତିହ୍ୟ କର୍ତ୍ତୃପକ୍ଷ(ଏନ୍‌ଏମ୍‌ଏ)ଙ୍କ ଦ୍ୱାରା ଜାରି କରାଯାଇଥିବା ଚିଠା ଐତିହ୍ୟ ବାଇ-ଲ’କୁ...

ସମଲେଶ୍ୱରୀ ଏକ୍ସପ୍ରେସ୍‌ ଦୁର୍ଘଟଣାଗ୍ରସ୍ତ: ଇଞ୍ଜିନ୍‌ରେ ଲାଗିଲା ନିଆଁ, ୩ କର୍ମଚାରୀ ମୃତ

ରାୟଗଡ଼ା ଅଫିସ/ଜୟପୁର,୨୫।୬(ନି.ପ୍ର.): ରାୟଗଡ଼ା ଜିଲା ସିଙ୍ଗାପୁର ରୋଡ୍‌-କେଉଟଗୁଡ଼ା ମଝିରେ ମଙ୍ଗଳବାର ଅପରାହ୍ନ ସାଢ଼େ ୪ଟା ସମୟରେ ସମଲେଶ୍ୱରୀ ଏକ୍ସପ୍ରେସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରାକ୍‌ ଲାଇନ୍‌ ମରାମତି...

ତଦନ୍ତକୁ ଦିଗହରା କରିବାକୁ ବି.କେ.ଙ୍କୁ ହଟାଗଲା: ଭାଜପା

ଭୁବନେଶ୍ୱର,୨୭-୧୧(ବ୍ୟୁରୋ):ରାଜ୍ୟରେ ବଳାତ୍କାର ବଢ଼ିବାରେ ଲାଗିଛି। ଚଳିତବର୍ଷ ପ୍ରଥମ ୬ ମାସ ମଧ୍ୟରେ ମୋଟ ୧୧୪୯ ଜଣ ବଳାତ୍କାରର ଶିକାର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୦୪ ଜଣ...

Advertisement
Archives

Model This Week