ଆଜି ଶପଥ ନେବେ ହାଇକୋର୍ଟ ମୁଖ୍ୟ ବିଚାରପତି ମହମ୍ମଦ ରଫିକ୍‌: ଲୋକସେବା ଭବନରେ ହେବ ଶପଥ ଉତ୍ସବ

କଟକ ଅଫିସ୍‌,୨୭।୪: ଓଡ଼ିଶା ହାଇକୋର୍ଟର ୩୧ତମ ନୂତନ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍‌ ମହମ୍ମଦ ରଫିକ୍‌ ସୋମବାର ଶପଥ ଗ୍ରହଣ କରିବେ। ଲୋକସେବା ଭବନ ରାଜ୍ୟ କନ୍‌ଭେନ୍‌ସନ୍‌ ହଲ୍‌ରେ ସକାଳ ୯ଟା ବେଳେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ତାଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇବେ। ରବିବାର ଜଷ୍ଟିସ୍‌ ରଫିକ୍‌ ଏକ ସ୍ବତନ୍ତ୍ର ବିମାନରେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଥିଲେ। ସେଠାରୁ ତାଙ୍କୁ କାର୍ଯ୍ୟକାରୀ ମୁଖ୍ୟବିଚାରପତି ସଞ୍ଜୁ ପଣ୍ଡା ଏବଂ ଅନ୍ୟମାନେ ସ୍ବାଗତ କରିଥିଲେ। ପୂର୍ବତନ ମୁଖ୍ୟ ବିଚାରପତି ଜଷ୍ଟିସ୍‌ କେ.ଏସ୍‌.ଝାବେରୀ ଅବସର ଗ୍ରହଣ କରିବା ପରେ ଜାନୁୟାରୀ ୪ରୁ ବରିଷ୍ଠ ବିଚାରପତି କୁମାରୀ ସଞ୍ଜୁ ପଣ୍ଡା କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱରେ ଥିଲେ। ରଫିକ୍‌ ମୁଖ୍ୟ ବିଚାରପତି ଭାବେ ଯୋଗଦେବା ପରେ ହାଇକୋର୍ଟ ବିଚାରପତିଙ୍କ ସଂଖ୍ୟା ୧୫ରେ ପହଞ୍ଚତ୍ବ।
ସୂଚନାଯୋଗ୍ୟ, ଜଷ୍ଟିସ୍‌ ରଫିକ୍‌ ଏହା ପୂର୍ବରୁ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଥିଲେ। ଓଡ଼ିଶା ହାଇକୋର୍ଟକୁ ତାଙ୍କର ବଦଳି ପାଇଁ ସୁପ୍ରିମକୋର୍ଟଙ୍କ କଲେଜିୟମ୍‌ ଗତ ୧୮ତାରିଖରେ ସୁପାରିସ କରିଥିଲେ। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ମୋହର ବାଜିବା ପରେ ୨୩ତାରିଖରେ ଏନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଜଷ୍ଟିସ୍‌ ରଫିକ୍‌ ୨୦୦୬ ମେ’ରେ ରାଜସ୍ଥାନ ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ହୋଇଥିଲେ। ପରେ ଦୁଇଥର ରାଜସ୍ଥାନ ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ସମ୍ଭାଳିଛନ୍ତି। ୨୦୧୯ ନଭେମ୍ବର ୧୩ ରେ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟଭାର ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍‌

ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍‌ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…

ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ…

CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ

ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା…

ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା

ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

ବିଦାୟ ନେଲେ ଅଜିତ ଅଗରକର, ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ରେସ୍‌ରେ ଅଛନ୍ତି ଏମାନେ..

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟେରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ବିସିସିଆଇ (BCCI)ର ବରିଷ୍ଠ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଅକ୍ଟୋବର ୪ ରେ…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?