ଆଜି ଶେଷ ହେବ କୋଣାର୍କ ଉତ୍ସବ: ବିଦେଶାଗତ ବାଲୁକାଶିଳ୍ପୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୧୨(ବ୍ୟୁରୋ): ଚନ୍ଦ୍ରଭାଗା ବେଳାଭୂମିରେ କୋଣାର୍କ ଉତ୍ସବ ଅବସରରେ ଭାଗ ନେବାକୁ ଆସିଥିବା ବିଦେଶୀ ବାଲୁକାଶିଳ୍ପୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଆମେରିକା, କାନାଡ଼ା, ରୁଷିଆ, ଆୟାର୍ଲାଣ୍ଡ, ଡେନମାର୍କ ଓ ଟୋଗୋର ୬ଜଣ ଶିଳ୍ପୀଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି।

ଚଳିତ ବର୍ଷ ଏହି ଉତ୍ସବରେ ୧୨୧ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଡିସେମ୍ବର ୧ରୁ ଏହା ଆରମ୍ଭ ହୋଇଥିବା ବେଳେ ଗୁରୁବାର ଶେଷ ହେବାକୁ ଯାଉଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଅତିଥି ଶିଳ୍ପୀମାନଙ୍କୁ ଅଭିନନ୍ଦନ ଜଣାଇବା ସହ ଓଡ଼ିଶାର କଳା ପରମ୍ପରା ବିଷୟରେ ସେମାନଙ୍କୁ ଅବଗତ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri