ଆଜି ଶ୍ରୀମନ୍ଦିରରେ ଶ୍ରୀରାମ ଜନ୍ମ ନୀତି: ମହାପ୍ରଭୁଙ୍କୁ ଲାଗି ହେଲା ଜେଉଡ଼ ଭୋଗ

ପୁରୀ ଅଫିସ,୨।୪: ଗୁରୁବାର ପବିତ୍ର ଶ୍ରୀରାମ ନବମୀ। ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଙ୍କ ଜନ୍ମତିଥି। ଏଥପାଇଁଁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି। ବୁଧବାର ସନ୍ଧ୍ୟା ଆଳତି ବେଶରେ ଠାକୁରଙ୍କୁ ୬ମୂର୍ତ୍ତି ଅଳଙ୍କାର ଲାଗି କରାଯାଇଥିଲା। ସନ୍ଧ୍ୟା ଆଳତି ପରେ ଭିତରେ ପାଣିପଡ଼ି ଟେରା ବନ୍ଧା ହୋଇ ରୋଷରେ ସନ୍ଧ୍ୟାଧୂପ ଛେକ ଛାମୁକୁ ଆସିଥିଲା। ସନ୍ଧ୍ୟାଧୂପ ପୂଜା ପରେ ଭିତରେ ପାଣି ପଡ଼ି ଜୟବିଜୟ ଦ୍ୱାର ବନ୍ଦ ହୋଇଥିଲା। ଟେରା ବନ୍ଧା ଯାଇ ଜେଉଡ଼ ଭୋଗ (ଶାଗ, ତରକାରି, ପିଠା, ଝିଲି, ଓରିଆ ଖିରି ଆଦି) ରୋଷରୁ ଆସି ବଲ୍ଲଭ ପିଣ୍ଡିଠାରେ ରଖା ଯାଇଥିଲା। ମୁଦିରସ୍ତ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ପ୍ରସାଦ ଲାଗି କରିଥିଲେ। ୩ଜଣ ପୂଜାପଣ୍ଡା ସାମନ୍ତ ପଞ୍ଚୋପଚାରରେ ପୂଜା କରିଥିଲେ। ପାଣି ପଡ଼ି ଧୋପଖାଳ ପରେ ପଣ୍ଡା, ପତି ଓ ମୁଦିରସ୍ତ ୩ ବାଡ଼ରେ ବନ୍ଦାପନା କରିଥିଲେ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ ଗୋଟିଏ ଅଧିକ ବନ୍ଦାପନା ହୋଇଥିଲା। ଏହି ବନ୍ଦାପନାକୁ ଗର୍ଭଉଦକ ବନ୍ଦାପନା କୁହାଯାଏ। ଏହାପରେ ଅନ୍ୟାନ୍ୟ ନୀତି ବଢିଥିଲା। ଜେଉଡ ଭୋଗ ଏବଂ ଗର୍ଭଉଦକ ବନ୍ଦାପନା ସମ୍ପର୍କରେ ସଂସ୍କୃତି ଗବେଷକ ଡ. ନରେଶ ଚନ୍ଦ୍ର ଦାଶ କୁହନ୍ତି, ଗର୍ଭବତୀ ନାରୀମାନେ ସୁଖ ପ୍ରସବ ଲାଗି ଜେଉଡ଼ ଫଳ ଖାଇଥାନ୍ତି। ଶ୍ରୀରାମ ନବମୀ ପୂର୍ବଦିନ ଅର୍ଥାତ୍‌ ଅଷ୍ଟମୀରେ ଶ୍ରୀଜଗନ୍ନାଥ କୌଶଲ୍ୟା ରୂପ ଧାରଣ କରି ଜେଉଡ଼ ଭୋଗ ଖାଇଥାନ୍ତି । ମହାପ୍ରଭୁଙ୍କ ଗର୍ଭରେ ଶ୍ରୀରାମଚନ୍ଦ୍ର ରହିଥିବାରୁ ତାଙ୍କୁ ଗୋଟିଏ ଅଧିକ ବନ୍ଦାପନା କରାଯାଏ। ତାହାକୁ ଗର୍ଭଉଦକ ବନ୍ଦାପନା କୁହାଯାଏ। ଲୀଳାମୟ ଠାକୁରଙ୍କ ଏହା ଏକ ଅଲୌକିକ ଲୀଳା। ଶ୍ରୀଜଗନ୍ନାଥ ହେଉଛନ୍ତି ଅବତାରୀ। ତାଙ୍କଠାରୁ ସୃଷ୍ଟି ହେବେ ଶ୍ରୀରାମଚନ୍ଦ୍ର ବୋଲି ଗବେଷକ ଡ. ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…

ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri