ଆଜି ସରିବ ଶଟ୍‌ଡାଉନ୍‌, ଲକ୍‌ଡାଉନ୍‌ ନିୟମ କଡ଼ାକଡ଼ି ପାଳିବାକୁ ନିର୍ଦ୍ଦେଶ

ଯାଜପୁର ଟାଉନ, ୬।୪ ( ଡି.ଏନଏ)-ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ବ୍ରହ୍ମବରଦାରୁ ଜଣେ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଜିଲା ପ୍ରଶାସନ ପକ୍ଷରୁ ୪୮ ଘଣ୍ଟିଆ ଶଟ୍‌ଡାଉନ୍‌ କରାଯାଇଥିଲା। ଏହା ସୋମବାର ରାତି ୮ଟାରେ ଶେଷ ହେବ। ଏହାପରେ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନଗୁଡ଼ିକ ଖୋଲିବ। ମାତ୍ର ଲୋକମାନେ ଦୋକାନରେ ଭିଡ଼ ନ ଜମାଇବା ସହ ସାମାଜିକ ଦୂରତ୍ୱ ରକ୍ଷା କରିବାକୁ ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ନିର୍ଦ୍ଦେଶ ଦେଇଛନ୍ତି। ଏତଦ୍‌ବ୍ୟତୀତ ୭ ତାରିଖ ସକାଳ ୬ଟାରୁ ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନଗୁଡ଼ିକ ଖୋଲାରହିବ। ନିୟମ ଉଲ୍ଲଘଂନ କଲେ ସମ୍ପୃକ୍ତ ବ୍ୟବସାୟୀଙ୍କ ଦୋକାନ ସିଲ୍‌ କରାଯିବା ସହ ଦୋକାନର ସମସ୍ତ ସମାଗ୍ରୀ ଜବତ କରାଯିବ। ଏହାଛଡା ଜରୁରୀ କାମ ନ ଥାଇ ଘରୁ ବାହାରିଲେ ସେମାନଙ୍କୁ ପ୍ରଶାସନ ପକ୍ଷରୁ ୧୪ ଦିନ କ୍ୱାରାଣ୍ଟାଇନ୍‌ରେ ରଖାଯିବ। ଏଥିସହ ଯେଉଁମାନେ ଜରୁରୀ କାମରେ ଘରୁ ବାହାରିବେ ସେମାନେ ମାସ୍କ ଓ ହାତରେ ଗ୍ଲୋବ୍ସ ପିନ୍ଧି ଆସିବାକୁ ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଜାତୀୟ ହସ୍ତତନ୍ତ ଦିବସ: ସରକାରୀ ଯୋଜନାରୁ ପ୍ରକୃତ ବୁଣାକାର ବଞ୍ଚିତ

ଅମରପାଲି,୭ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ସମୃଦ୍ଧ ବାନ୍ଧକଳା ଓ ହସ୍ତତନ୍ତ ପରମ୍ପରା ସବୁବେଳେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁକୁ ଆସିଛି। ସମ୍ବଲପୁରୀ ଶାଢ଼ି ଏବଂ ସୋନପୁରୀ ବାର୍ତ୍ତାପାଟ ପାଇଁ ଦେଶବ୍ୟାପୀ…

ଶୋଇଥିବା ବେଳେ ମାଆ ସହିତ ୭ ବର୍ଷର ପୁଅକୁ କାମୁଡିଲା ରଣା ସାପ, ଛଟପଟ ହୋଇ ଚାଲିଗଲା ଜୀବନ

ଗଜପତି,୭।୮(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ବ୍ଲକ ଜଲାଙ୍ଗ ପଞ୍ଚାୟତ ଅନ୍ତର୍ଗତ କଡମତାଲ ଗ୍ରାମରେ ଘଟିଛି ଏକ ହୃଦୟବିଦାରକ ଘଟଣା। ଘରେ ଶୋଇଥିବା ବେଳେ ରଣା ସାପ…

୨୨.୧୯ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ PACS ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ପ୍ରାଥମିକ କୃଷି ସମବାୟ ସମିତି (PACS)ଗୁଡ଼ିକରେ ଆର୍ଥିକ ଅନିୟମିତତା ବିରୋଧରେ ବଡ଼ ଧରଣର ପଦକ୍ଷେପ ନେଇଛି ଓଡ଼ିଶା ଭିଜିଲାନ୍ସ । ବଲାଙ୍ଗୀର ଜିଲା…

ନୂତନ ଫାଣ୍ଡିଧିକାରୀଙ୍କ ଯୋଗଦାନ: ଆସୁ ଆସୁ ନେଲେ ବଡ଼ ପଦକ୍ଷେପ

ରିଷିଡା, ୭।୮ (ସୁଶାନ୍ତ ମଲ୍ଲିକ) : କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡିରେ ନୂତନ ଫାଣ୍ଡଧିକାରୀ ଭାବେ ମକରଧ୍ୱଜ ବିଷୋୟୀ ଯୋଗଦେଇଛନ୍ତି । ଏହା ପୂର୍ବରୁ ସେ ଜୁନାଗଡ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣା: ଉଭୟ ପକ୍ଷର ୨ ଅଭିଯୁକ୍ତ ସୂର୍ଯ୍ୟ, ରଘୁନାଥଙ୍କୁ …

ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର) : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣାରେ ସମ୍ପୃକ୍ତ ସାନଖେମୁଣ୍ଡି ବ୍ଳକ ପଳାସପୁର ନିକଟ ରତ୍ନମଣିପୁର ଗ୍ରାମର…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ: ୩ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାର):ବରଗଡ଼ କୋର୍ଟ ସମ୍ମୁଖରେ ଗୁରୁବାର ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ସହରାଞ୍ଚଳ ଗୋଷ୍ଠୀ…

ବୃଦ୍ଧଙ୍କୁ ୭ ମାସ ହେଲା ମିଳିନି ଭତ୍ତା; ଥାନାରେ ଦେଲେ ଏତଲା, ତା’ପରେ…

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର କନ୍ତାରୁ ବକ୍ସି(୮୩) ନାମକ ଜଣେ ବୃଦ୍ଧଙ୍କୁ ଗତ ୭ ମାସ ହେଲା ଭତ୍ତା ଟଙ୍କା…

ପ୍ରଦୂଷଣର ହେଉନି ସ୍ଥାୟୀ ପ୍ରତିକାର: ୭ଦିନରେ ୯ହୋଟେଲକୁ ନୋଟିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଦୂଷଣ ବଢ଼ି ଚାଲିଛି। ସହର ରାସ୍ତାକଡ଼ଠାରୁ ଆରମ୍ଭ କରି ନାଳ ନର୍ଦ୍ଦମା, କେନାଲ ଯେଉଁଆଡ଼େ ଦେଖିଲେ ପଡ଼ି ରହିଛି କୁଢ଼କୁଢ଼ ମଇଳା ଆବର୍ଜନା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri