ଆଜି ସରୁଛି ଡେଡ୍‌ଲାଇନ୍‌: ମାର୍ଚ୍ଚ ପହିଲାରୁ ଜୋରଦାର ହେବ ଧରପଗଡ଼; ପାଖରେ ରଖନ୍ତୁ ଆବଶ୍ୟକ କାଗଜପତ୍ର

ଭୁବନେଶ୍ୱର,୨୯।୨(ବ୍ୟୁରୋ): ୨୦୧୯ ସେପ୍ଟେମ୍ବର ୧ରେ ସାରା ଭାରତରେ ନୂଆ ମୋଟର ଯାନ ଆଇନ କଡ଼ାକଡ଼ି ପାଳନ ପାଇଁ ନିର୍ଦ୍ଦେଶ ହୋଇଥିଲା। ହେଲେ ଲୋକମାନଙ୍କ ଅସନ୍ତୋଷ ଏବଂ ଗାଡ଼ି କାଗଜପତ୍ର ପାଇଁ ଆର୍‌ଟିଓରେ ଭିଡ଼କୁ ଦେଖି ରାଜ୍ୟ ସରକାର ୨ଟି ପର୍ଯ୍ୟାୟରେ ୬ ମାସ ସମୟ ଦେଇଥିଲେ। ମାର୍ଚ୍ଚ ୧ରେ ଏହି ଡେଡ୍‌ଲାଇନ୍‌ ସରୁଛି। ଏଥର ଯାଞ୍ଚ କଡ଼ାକଡ଼ି କରାଯିବ। ଏଣୁ ଗାଡ଼ିଚାଳକମାନେ ଆବଶ୍ୟକ କାଗଜପତ୍ର ଓ ଡ୍ରାଇଭିଂ ଲାଇସେନ୍ସ ଠିକ ରଖନ୍ତୁ। ଦୁଇଚକିଆ ଯାନରେ ବସୁଥିବା ବ୍ୟକ୍ତିମାନେ ହେଲ୍‌ମେଟ ପିନ୍ଧିବା ସହ ତିନିଜଣିଆ ଯାଆନ୍ତୁ ନାହିଁ। ଗାଡ଼ି ଚଳାଇବା ବେଳେ ଫୋନରେ କଥାବାର୍ତ୍ତା ନ ହେବାକୁ ମଧ୍ୟ ପରାମର୍ଶ ଦିଆଯାଇଛି। ସେହିଭଳି ୪ ଚକିଆ ଗାଡ଼ି ଚାଳକମାନେ ସିଟ୍‌ ବେଲ୍ଟ ବ୍ୟବହାର କରନ୍ତୁ। କାରଣ ମାର୍ଚ୍ଚ ପହିଲାରୁ ଯେଉଁ ଗାଡ଼ିଚାଳକମାନେ ଏସବୁର ଉଲ୍ଲଂଘନ କରିବେ, ସେମାନଙ୍କୁ ଟ୍ରାଫିକ୍‌ ଆଇନ ଅନୁସାରେ ମୋଟା ଅଙ୍କର ଜରିମାନା ଦେବାକୁ ପଡ଼ିବ ବୋଲି କୁହାଯାଇଛି। ଅପରପକ୍ଷେ ଧାର୍ଯ୍ୟ ଅବଧି ସରୁଥିବାରୁ ପୁଣିଥରେ ଆର୍‌ଟିଓ ଅଫିସ୍‌ରେ ଲୋକଙ୍କ ଗହଳି ଦେଖିବାକୁ ମିଳୁଛି।

ନିକଟରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଏ ବିଷୟରେ ପ୍ରତିକ୍ରିୟା ରଖି କହିଥିଲେ, ପୂର୍ବରୁ ଦିଆଯାଇଥିବା ୬ ମାସର କୋହଳ ଅବଧି ପୂରିଯାଇଛି। ଏଥର ଯାଞ୍ଚ କଡ଼ାକଡ଼ି କରାଯିବ। ୭୦% ପୋଲିସ କର୍ମଚାରୀ ଗାଡ଼ି ମୋଟର ଯାଞ୍ଚ କରିବେ। ନୂଆ ମୋଟର ଯାନ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ହେବ। ଅଧିକାଂଶ ଲୋକ କାଗଜପତ୍ର ଠିକ୍‌ କରିସାରିଲେଣି, ଆଉ ଭିଡ଼ ନାହିଁ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?