ଆଜି ସୁନନ୍ଦା ପଟ୍ଟନାୟକଙ୍କ ସ୍ମୃତିରେ ରାଜ୍ୟସ୍ତରୀୟ ଶୋକସଭା

ଭୁବନେଶ୍ୱର,୨୯।୧ (ବ୍ୟୁରୋ):ଶାସ୍ତ୍ରୀୟ ସଙ୍ଗୀତ ଜଗତର ମହାନ୍‌ କିମ୍ବଦନ୍ତୀ ସୁନନ୍ଦା ପଟ୍ଟନାୟକଙ୍କ ସ୍ମୃତିରେ ବୁଧବାର ସାରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରରେ ଏକ ରାଜ୍ୟସ୍ତରୀୟ ଶୋକସଭା ଅନୁଷ୍ଠିତ ହେବ। ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର, ସଙ୍ଗୀତ ନାଟକ ଏକାଡେମୀ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ମିଳିତ ସହଯୋଗରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଏହି ଦିବଂଗତ ବ୍ୟକ୍ତିତ୍ୱଙ୍କ ସ୍ମୃତିରେ ‘ସୁନନ୍ଦା ସମ୍ମାନ’ ଏବଂ ‘ଗୁରୁମା ସୁନନ୍ଦା ପଟ୍ଟନାୟକ ଚେୟାର’ ପ୍ରତିଷ୍ଠା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଓଡ଼ିିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଶାସ୍ତ୍ରୀୟ ସଙ୍ଗୀତରେ ଉଲ୍ଲେଖନୀୟ ଅବଦାନ ପାଇଁ ପ୍ରତି ବର୍ଷ ରାଜ୍ୟର ଜଣେ ବିଶିଷ୍ଟ ସଙ୍ଗୀତଜ୍ଞଙ୍କୁ ‘ସୁନନ୍ଦା ସମ୍ମାନ’ ପ୍ରଦାନ କରାଯିବ। ଏହାସହ ଶାସ୍ତ୍ରୀୟ ସଙ୍ଗୀତରେ ଉଚ୍ଚତର ଗବେଷଣା ଓ ଶିକ୍ଷା ପାଇଁ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ‘ଗୁରୁମା ସୁନନ୍ଦା ପଟ୍ଟନାୟକ ଚେୟାର’ ପ୍ରତିଷ୍ଠା କରାଯିବ। ପୁରୀ ଓ କଟକସ୍ଥିତ ସୁନନ୍ଦାଙ୍କ ବାସଭବନକୁ ତାଙ୍କ ପରିବାର ଲୋକଙ୍କ ଅନୁମତିକ୍ରମେ ସ୍ମୃତି ସଦନ ଭାବେ ବିକଶିତ କରାଯିବ। ଏହାଛଡ଼ା ସୁନନ୍ଦା ପଟ୍ଟନାୟକଙ୍କ ଦ୍ୱାରା ବ୍ୟବହୃତ ବାଦ୍ୟଯନ୍ତ୍ର ଏବଂ ଅନ୍ୟାନ୍ୟ ଜିନିଷକୁ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ପରିସରରେ ଏକ ସ୍ବତନ୍ତ୍ର ଗ୍ୟାଲେରିରେ ସଂରକ୍ଷିତ ରଖିବାକୁ ବ୍ୟବସ୍ଥା କରାଯିବ। ଏଥିପାଇଁ ସରକାରଙ୍କ ତରଫରୁ ସୁନନ୍ଦାଙ୍କ ବ୍ୟବହୃତ ଜିନିଷକୁ ଦାନ କରିବା ଲାଗି ତାଙ୍କ ପରିବାରକୁ ଅନୁରୋଧ ମଧ୍ୟ କରାଯିବ। ପ୍ରତ୍ୟେକ ବର୍ଷ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସୁନନ୍ଦାଙ୍କ ଜୟନ୍ତୀ ପାଳନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

କଲ୍ୟାଣସିଂହପୁର ସେରିଗୁମାଠାରେ ଭାଜପାର ମିଶ୍ରଣ ପର୍ବ: ବିଭିନ୍ନ ଦଳ ଛାଡ଼ି ପଦ୍ମ ଧରିଲେ ୨୦୦ କର୍ମୀ

କଲ୍ୟାଣସିଂହପୁର,୨୧।୭( ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ମାଝିଗୁଡ଼ା ମଣ୍ଡଳର ସେରିଗୁମା ଠାରେ ଭାରତୀୟ ଜନତା ପାର୍ଟି (ଭାଜପା ) ପକ୍ଷରୁ…

ଆଗକୁ ପେଟ୍ରୋଲରେ ମିଶିବ କି ୨୦% ରୁ ଅଧିକ ଇଥାନଲ୍? ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୧।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ ବା ଇ-୨୦ ପେଟ୍ରୋଲକୁ ନେଇ ଚର୍ଚ୍ଚା ଆଲୋଚନା ଲାଗି ରହିଛି । ଏହାଦ୍ୱାରା ଗାଡି଼ର ଇଞ୍ଜିନ ଖରାପ ହେଉଥିବା ନେଇ କହୁଛନ୍ତି…

ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୨୧।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ…

CJP ଆନ୍ଦୋଳନକୁ ନେଇ ମମତାଙ୍କ ବଡ଼ ଘୋଷଣା, ବିରୋଧୀ ହେଲେ କାବା!

ନୂଆଦିଲ୍ଲୀ,୨୧।୭: ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ (TMC) ପ୍ରମୁଖ ମମତା ବାନାର୍ଜୀ ଦଳର ବିଦ୍ରୋହୀ ନେତାମାନଙ୍କ ଉପରେ ଏପର୍ଯ୍ୟନ୍ତର ସବୁଠାରୁ କଡ଼ା ଆକ୍ରମଣ କରିଛନ୍ତି। ସେ ସ୍ପଷ୍ଟ ଶବ୍ଦରେ…

ଆସିଲା ଆଜ୍ଞାମାଳ: ରଥ ନେବ ଦକ୍ଷିଣ ମୋଡ଼

ପୁରୀ,୨୧ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ବାହୁଡ଼ାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ରହିଥିବା…

ଭିଟାମାଟି ଛାଡ଼ିଲେ ନାହିଁ ଗ୍ରାମବାସୀ: ଅସ୍ତ୍ର ଶସ୍ତ୍ର ପୂଜାର୍ଚ୍ଚନା କରି ନେଲେ ଶପଥ, ପ୍ରଶାସନ ନାକେଦମ

ବଲାଙ୍ଗୀର, ୨୧।୭ ( ସୁନିଲ କୁମାର ମହାନ୍ତି): ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ସକାଳୁ ଜିଲା ପ୍ରଶାସନ ପକ୍ଷରୁ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ…

ଆନ୍ଦୋଳନ ଭିତରେ ବଡ଼ ଖବର: କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ମାନିନେଲେ ୨ ଦାବି…

ନୂଆଦିଲ୍ଲୀ,୨୧।୭: କକରୋଚ ଜନତା ପାର୍ଟି (CJP) ର ବିକ୍ଷୋଭ ପ୍ରଦର୍ଶନ ମଧ୍ୟରେ ମଙ୍ଗଳବାର ଦିନ ବହୁ ସଂଖ୍ୟାରେ ଭାରତ-ଆମେରିକା ମଧ୍ୟରେ ପ୍ରସ୍ତାବିତ ଟ୍ରେଡ୍ ଡିଲ୍ (ବ୍ୟବସାୟିକ ଚୁକ୍ତି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri