ଆଜି ୧୨ ଘଣ୍ଟିଆ ପଶ୍ଚିମ ଓଡ଼ିଶା ବନ୍ଦ

ସମ୍ବଲପୁର, ୫-୨ (ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ପଶ୍ଚିମ ଓଡ଼ିଶା ଓକିଲ ସଂଘ ସମୂହ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ଆହ୍ବାନରେ ଆନ୍ଦୋଳନ ଜାରି ରହିଛି। ହେଲେ ଆଇନଜୀବୀମାନେ ଆନ୍ଦୋଳନ କରିପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ ରାୟ ଶୁଣାଇଛନ୍ତି। ବାର୍‌ କାଉନସିଲ ଅଫ୍‌ ଇଣ୍ଡିଆ ଓ ରାଜ୍ୟ ବାର୍‌ କାଉନସିଲ ମିଶି ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ଆନ୍ଦୋଳନକୁ ଭଣ୍ଡୁର କରିବା ପାଇଁ ଚକ୍ରାନ୍ତ କରୁଥିବା ଅଭିଯୋଗ ହେଉଛି। ଫଳରେ ପଶ୍ଚିମ ଓଡ଼ିଶା ଓକିଲମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏହି ପରିପ୍ରେକ୍ଷୀରେ ବୁଧବାର ୧୨ ଘଣ୍ଟିଆ ପଶ୍ଚିମ ଓଡିଶା ବନ୍ଦ ଡାକରା ଦିଆଯାଇଛି। ପଶ୍ଚିମ ଓଡ଼ିଶା ଓକିଲ ସଂଘ ସମୂହ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ଏହି ବନ୍ଦ ଡାକରା ଦେଇଛି। ପଶ୍ଚିମ ଓଡ଼ିଶାର ସମସ୍ତ ଜିଲାରେ ବନ୍ଦ ପାଳନ କରିବାକୁ ବାଇକ୍‌ ରାଲି ଓ ପଥପ୍ରାନ୍ତ ସଭା ମାଧ୍ୟମରେ ଲୋକଙ୍କୁ ସଚେତନ କରାଯିବା ସହ ସମର୍ଥନ ପାଇଁ ଆହ୍ବାନ ଦେଇଛି କ୍ରିୟାନୁଷ୍ଠାନ କମିଟି। ଏହି ଉପଲକ୍ଷେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ସମସ୍ତ ଅଫିସ, ଶିକ୍ଷାନୁଷ୍ଠାନ, ବୀମା ଓ ବ୍ୟାଙ୍କ ଅଫିସ ବନ୍ଦ ରହିବ। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବିଭିନ୍ନ ଷ୍ଟେଶନରେ ରେଳରୋକୋ ସହ ଜାତୀୟ ଏବଂ ରାଜ୍ୟ ରାଜପଥ ଅବରୋଧ କରାଯିବ। ଦୋକାନ ବଜାର ବନ୍ଦ କରାଯିବ ବୋଲି ଆଇନଜୀବୀମାନେ ସୂଚନା ଦେଇଛନ୍ତି। ଏହି ବନ୍ଦକୁ ସଫଳ କରିବାକୁ ସିଏସି କୋର କମିଟି ସଭ୍ୟମାନେ ବିଭିନ୍ନ ଜିଲାକୁ ଯାଇ ସେଠାକାର ଓକିଲ ସଂଘ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିଛନ୍ତି।
ଅନ୍ୟପକ୍ଷେ ସୁବର୍ଣ୍ଣପୁର ଜିଲା ଓକିଲ ସଂଘ ଏହି ବନ୍ଦରେ ସାମିଲ ହେବନାହିଁ ବୋଲି ସଂଘର ସମ୍ପାଦକ ଗଦାଧର ନେଗୀ କହିଛନ୍ତି। ଜିଲା ଓକିଲ ସଂଘ ଆନ୍ଦୋଳନର ନେତୃତ୍ୱ ନ ନେବା ଓ କୌଣସି ସଙ୍ଗଠନ ଆଗକୁ ନ ଆସିବା ଫଳରେ ବନ୍ଦକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଲୋକେ କରିଥିଲେ ଏଭଳି ଅପମାନ, ସହି ନପାରି ଜୀବନ ହାରିଲେ ୯ମ ଶ୍ରେଣୀ ଛାତ୍ର

ବେଲଗୁଣ୍ଠା/ ଭଞ୍ଜନଗର, ୨୭ା୭ (କୃଷ୍ଣଚନ୍ଦ୍ର ପଟ୍ଟନାୟକ/ ବାବୁଲା ପ୍ରଧାନ): ପିଲାଙ୍କ ଖେଳବେଳେ ଜଣେ ମହିଳାଙ୍କ ଦେହରେ ବଲ୍‌ ବାଜିଯିବା ଭଳି ସାମାନ୍ୟ ଘଟଣାକୁ ନେଇ ଥାନାରେ...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri