ଆଜି ୧୩ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୭।୪(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ଆଖପାଖରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଆସନ୍ତା ୩୦ ତାରିଖ ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି। ଫଳରେ ଏହିଦିନଠାରୁ ମେ’ ୩ ମଧ୍ୟରେ ଆଣ୍ଡାମାନ ସାଗର ଉପକୂଳରେ ବର୍ଷା ସହ ପବନ ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବା ଲାଗି ବାରଣ କରାଯାଇଛି। ସେପଟେ ସୋମବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ବିଶେଷକରି ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ଗଜପତି, ଗଞ୍ଜାମ, କୋରାପୁଟ, ରାୟଗଡ଼ା, ବୌଦ୍ଧ, ନୂଆପଡ଼ା, ମୟୂରଭଞ୍ଜ, ବାଲେଶ୍ୱର ଓ କେନ୍ଦୁଝର ଆଦି ୧୩ ଜିଲାକୁ ପ୍ରବଳ ବର୍ଷା ହେବ। ଏଥିସହିତ ଏଠାରେ ଘଣ୍ଟାକୁ ୪୦ରୁ ୫୦କିମି ବେଗରେ ପବନ ବହିବ। ଏସବୁ ଜିଲାକୁ ମଧ୍ୟ ଝଡ଼ତୋଫାନ ଓ ବଜ୍ରପାତ ଆଶଙ୍କା ରହିଛି। ତେଣୁ ଏସବୁ ଜିଲାଗୁଡ଼ିକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେହିପରି ଉପକୂଳ ଓଡ଼ିଶାର କିଛି ସ୍ଥାନ, ନୂଆପଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ ଓ ସୋନପୁର ଜିଲାରେ ଝଡ଼ତୋଫାନ ସହିତ ବଜ୍ରପାତ ହେବ। ଏସବୁ ଜିଲାରେ ୩୦ରୁ ୪୦କିମି ବେଗରେ ପବନ ବହିବ। ଏଥିପାଇଁ ଏସବୁ ସ୍ଥାନକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ମଙ୍ଗଳବାର ଦକ୍ଷିଣ ଉପକୂଳ ଓଡ଼ିଶା, ମାଲକଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଏବଂ ରାଜ୍ୟର ଆଉ କିଛି ସ୍ଥାନରେ ସ୍ବଳ୍ପ ପରିମାଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, କନ୍ଧମାଳ ଓ କଳାହାଣ୍ଡି ଆଦି ଜିଲାରେ ଝଡ଼ତୋଫାନ ସହିତ ବଜ୍ରପାତ ହେବ ବୋଲି ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ଏସବୁ ଜିଲାରେ ୩୦ରୁ ୪୦କିମି ବେଗରେ ପବନ ବହିବ। ଏଥିପାଇଁ ଏସବୁ ସ୍ଥାନକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?