ଆଜି ୮ ଜିଲାକୁ ବର୍ଷା

ଭୁବନେଶ୍ୱର,୨୮।୬(ବ୍ୟୁରୋ) : ଓଡ଼ିଶାରେ ମୌସୁମୀ ଛୁଇଁଛି। କିନ୍ତୁ ଜୁନ୍‌ ମାସ ଶେଷ ହେବାକୁ ବସିଲାଣି, ରାଜ୍ୟରେ ବର୍ଷାର କୌଣସି ଦେଖାନାହିଁ। ଆସନ୍ତା ୩୦ତାରିଖରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଶୁକ୍ରବାର ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶା ସହ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହେବ। ତେବେ କୋରାପୁଟ, ଗଜପତି, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ବାଲେଶ୍ୱର ଆଦି ୮ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁମାନ କରିଛି। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲାରେ କାଳବୈଶାଖୀ ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି। ୩୦ତାରିଖରେ ଖୋର୍ଦ୍ଧା, ଜଗତ୍‌ସିଂହପୁର, କଟକ, ନୟାଗଡ଼, କନ୍ଧମାଳ ଓ ଗଞ୍ଜାମ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ଅଛି। ଏହି ସମୟରେ ଉପକୂଳ ଓଡ଼ିଶାରେ ଆସନ୍ତା ୩୦ ଓ ଜୁଲାଇ ୧ରେ ୩୫ରୁ ୪୫ କିଲୋମିଟର ବେଗରେ ପବନ ବହିପାରେ। ଏହି ଦୁଇଦିନ ସମୁଦ୍ର ଭିତରକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ଯେଉଁମାନେ ସମୁଦ୍ର ଭିତରକୁ ଯାଇଛନ୍ତି, ସେମାନେ ୨୯ତାରିଖ ରାତି ସୁଦ୍ଧା ଫେରିଆସିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଖିଯାଉଛି ନଦୀ-ପୋଖରୀ, ମଣିଷଙ୍କ ସହ ଡହଳବିକଳ ହେଉଛନ୍ତି ଗୃହପାଳିତ ପଶୁ

କେସିଙ୍ଗା,୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତରେ ଥିବା ୧୧୦ଟି ଗ୍ରାମରେ ପ୍ରଚଣ୍ଡ ଗ୍ରୀଷ୍ମତାପ ଯୋଗୁ ନଦୀନାଳ, ପୋଖରୀ, ଚେକ୍‌ ଡ୍ୟାମ୍‌, ନଳକୂପ ଶୁଖିଯାଉଛି।…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri