ଆଞ୍ଚଳିକ ନିଦାନ କେନ୍ଦ୍ରରେ ରୋଗୀଙ୍କୁ ଶୋଷଣ ଅଭିଯୋଗରେ ବିକ୍ଷୋଭ: ଅଧ୍ୟକ୍ଷଙ୍କୁ ଦାବିପତ୍ର

ବ୍ରହ୍ମପୁର ଅଫିସ୍‌,୨୦।୫: ବ୍ରହ୍ମପୁର ବଡ଼ ମେଡ଼ିକାଲ ପରିସରରେ ଥିବା ଆଞ୍ଚଳିକ ନିଦାନ କେନ୍ଦ୍ର(ଆର୍‌ଡିସି)ରେ ରୋଗୀଙ୍କୁ ଶୋଷଣ ଏବଂ ଦୁର୍ବ୍ୟବହାର କରାଯାଉ ଥିବା ନେଇ ସୋମବାର ଅଭିଯୋଗ ହୋଇଛି । ମାନବ ଅଧିକାର ସୁରକ୍ଷା ମଞ୍ଚ ଏଭଳି ଅଭିଯୋଗ ଆଣି ଆର୍‌ଡିସି ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛି ।
ଅଭିଯୋଗ ଅନୁଯାୟୀ, ଆର୍‌ଡିସିରେ ରୋଗୀଙ୍କୁ ଶୋଷଣ କରାଯାଉଛି। କିଛି କର୍ମଚାରୀ ରୋଗୀଙ୍କୁ ଅତି ଖରାପ ଭାଷାରେ ଗାଳିଗୁଲଜ କରୁଛନ୍ତି । ରିପୋର୍ଟ ନେବା ପାଇଁ ରୋଗୀଙ୍କୁ ଘଣ୍ଟାଘଣ୍ଟା ଅପେକ୍ଷା କରିବାକୁ ପଡ଼ୁଛି। ରୋଗୀଙ୍କ ସଂଖ୍ୟା ବଢ଼ୁଥିବା ବେଳେ ତଦନୁଯାୟୀ ରକ୍ତ ଓ ମୂତ୍ର ନମୁନା ପରୀକ୍ଷା ଠିକ୍‌ ଭାବେ କରାଯାଉ ନାହିଁ। ଏଣୁ ଆର୍‌ଡିସିକୁ ପୂର୍ଣ୍ଣ ଭାବେ କାର୍ଯ୍ୟକ୍ଷମ, ତୁରନ୍ତ ରିପୋର୍ଟ ପ୍ରଦାନ, ସିସି କ୍ୟାମେରା ଲଗାଇବା, ମହିଳା ଓ ବରିଷ୍ଠ ନାଗରିକଙ୍କ ପାଇଁ ସ୍ବତନ୍ତ୍ର ଧାଡ଼ି ବ୍ୟବସ୍ଥା, ଠିକ୍‌ ସମୟରେ କେନ୍ଦ୍ର ଖୋଲିବା ଆଦି ଦାବିରେ ବିକ୍ଷୋଭ କରାଯାଇଛି। ଏ ନେଇ ଅଧ୍ୟକ୍ଷଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। ମଞ୍ଚର ସଂଯୋଜକ ଅବନୀ କୁମାର ଗୟା, ମହେଶ୍ୱର ବାଡ଼ତ୍ୟା, ପ୍ରମୁଖ ଏଥିରେ ସାମିଲହୋଇ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

୨୪ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଯାତ୍ରା ମ୍ୟାନେଜରଙ୍କ ସ୍ବତନ୍ତ୍ର ପୂଜା, ବିରାଟ ପଟୁଆରରେ ସହର ପରିକ୍ରମା କଲେ…

ଛତ୍ରପୁର,୨୭।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମାଙ୍କ ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ପାଇଁ ଏବେ ସାରା ସହର ଉଠୁଛି ପଡୁଛି। ମା’ଙ୍କ ଆଗମନରେ…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri