ଆଠମଲ୍ଲିକ,୧।୯(ଡି.ଏନ.ଏ.) – ଅନୁଗୋଳ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ ଚମ୍ପତିରାୟ ଶନିବାର ଆଠମଲ୍ଲିକ ସଦର ମହକୁମା ସମେତ ଆଠମଲ୍ଲିକ ବ୍ଲକକୁ ଯାଇ ବିଭିନ୍ନ ସରକାରୀ ଯୋଜନାର କାର୍ଯ୍ୟକାରିତା ସମୀକ୍ଷା କରିଛନ୍ତି। ପ୍ରଥମେ ଚମ୍ପତିରାୟ ସ୍ଥାନୀୟ ଲିପ୍ତିଙ୍ଗା ଅଙ୍ଗନୱାଡି କେନ୍ଦ୍ରକୁ ଯାଇ ବିଭିନ୍ନ ଯୋଜନା ସମ୍ପର୍କରେ ସମୀକ୍ଷା କରିଥିଲେ। ଏହାପରେ ସେ ଆଠମଲ୍ଲିକ ଧର୍ମଶାଳାରେ ଚାଲିଥିବା ଆହାର କେନ୍ଦ୍ରରେ ପହଞ୍ଚି ଡାଲିର ମାନ ନୀରିକ୍ଷଣ କରିଥିଲେ। ଏହି ଡାଲି ନିମ୍ନମାନର ବୋଲି ଜଣାପଡିବା ପରେ ଅସନ୍ତୋଷ ଜାହିର କହିଥିଲେ। ଏହାପରେ ସେ ଆଠମଲ୍ଲିକ ସହର ଅନ୍ତର୍ଗତ ହରିଡାନାଳୀ ଛତୁଆ କେନ୍ଦ୍ର ପରିଦର୍ଶନ କରିଥିଲେ। ତେବେ ଛତୁଆ ମଧ୍ୟରେ ବୁଟ ପରିମାଣ କମ୍ ଥିବାରୁ ଅସନ୍ତୋଷ ବ୍ୟକ୍ତ କରିଥିଲେ। ସେହିପରି ସ୍ଥାନୀୟ ଡାକ୍ତରଖାନା ପହଞ୍ଚି ରୋଗୀଙ୍କ ସହିତ ଆଲୋଚନା କରିଥିଲେ। ପ୍ରତିଦିନ ସକାଳ ଓ ସାରେ ୫୦ ଟି ମିଲ୍ ରୋଗୀଙ୍କୁ ଆହାର କେନ୍ଦ୍ରରୁ ଯୋଗାଇ ଦିଆଯିବ ବୋଲି କହିଥିଲେ। ଶେଷରେ ଚମ୍ପତିରାୟ ଆଠମଲ୍ଲିକ ବ୍ଲକ ମାଧପୁର ପଞ୍ଚାୟତ ଯାଇ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀଙ୍କୁ ଭେଟି ତୁରନ୍ତ ଗୃହ ନିର୍ମାଣ କରିବା ସହିତ ଏ ନେଇ କାହାକୁ ଟଙ୍କାଟିଏ ନ ଦେବାକୁ ପରାମର୍ଶ ଦେଇଥିଲେ। ଏହି ଗସ୍ତ ସମୟରେ ବିଡିଓ ସଞ୍ଜୟ କୁମାର ଆଚାର୍ଯ୍ୟ, ସିଡିପିଓ ତରଙ୍ଗିଣୀ ମିର୍ଦ୍ଧା, ଅନ୍ୟାନ ସରକାରୀ କର୍ମଚାରୀ ଉପସ୍ଥିତ ଥିଲେ।
ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…
ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…
ଘରକୁ ଫେରୁଥିବା ବେଳେ ବାଇକ୍କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ
ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…
ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ
ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ…
ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…
ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ…
ଗଞ୍ଜେଇ ଗାଡି ସନ୍ଦେହରେ ଗୋଡାଉଥିଲା ପୋଲିସ, ଫେରାର୍ ମାରିବାବେଳେ ୨ ଜଣଙ୍କୁ ପିଟିଦେଲା କାର୍
ମାଧପୁର,୧୪।୧( ମନୋଜ କୁମାର ପ୍ରଧାନ): ଗଞ୍ଜେଇ ଗାଡି ସନ୍ଦେହରେ ପୋଲିସ ଗୋଡାଉଥିବା ଗାଡି ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆଠମଲ୍ଲିକ କିଆକଟା ଥାନା ନାଏକପଡା…
ଶୌଚ ପାଇଁ ଯାଇଥିଲେ ମହିଳା: ଦଳିଦେଲା ହାତୀ
ଅନୁଗୋଳ,୧୨।୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶଙ୍ଖପୁର ପଞ୍ଚାୟତ ଢିପପଦା ସାହିରେ ଜଣେ ମହିଳାଙ୍କୁ ଦଳଦେଇଛି ହାତୀ। ଢିପସାହିର ଇଚ୍ଛା ଦେହୁରୀ (୭୫) ଆଜି ଭୋର ସମୟରେ ଶୌଚପାଇଁ…
ଗୋରୁ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ: ଜଣଙ୍କ ଜୀବନ ଗଲା,ଅନେକ ଗୋରୁ…
ମାଧପୁର,୧୦।୧(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା କିଆକଟା ଥାନା ଅନ୍ତର୍ଗତ ପନ୍ଥେଇ ନିକଟରେ ଏକ ଗୋରୁ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ…
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡିଲେ RI, ଝରକା ବାହାରକୁ ଫିଙ୍ଗି ଦେଲେ ଟଙ୍କା
ଅନୁଗୋଳ,୮ା୧: ଜମି ଚିହ୍ନଟ ପାଇଁ ଲାଞ୍ଚ ନେଉଥିବା ବେଳେ ଧାରା ପଡିଲେ ରାଜସ୍ବ ନିରୀକ୍ଷକ(RI)। ଗୁରୁବାର ଅନୁଗୋଳ ଜିଲା ଆଠମଲ୍ଲିକ ତହସିଲ ଅନ୍ତର୍ଗତ ତୁସର RI ସର୍କଲର…
Archives

