ଆଠମଲ୍ଲିକ,୧।୯(ଡି.ଏନ.ଏ.) – ଅନୁଗୋଳ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ ଚମ୍ପତିରାୟ ଶନିବାର ଆଠମଲ୍ଲିକ ସଦର ମହକୁମା ସମେତ ଆଠମଲ୍ଲିକ ବ୍ଲକକୁ ଯାଇ ବିଭିନ୍ନ ସରକାରୀ ଯୋଜନାର କାର୍ଯ୍ୟକାରିତା ସମୀକ୍ଷା କରିଛନ୍ତି। ପ୍ରଥମେ ଚମ୍ପତିରାୟ ସ୍ଥାନୀୟ ଲିପ୍ତିଙ୍ଗା ଅଙ୍ଗନୱାଡି କେନ୍ଦ୍ରକୁ ଯାଇ ବିଭିନ୍ନ ଯୋଜନା ସମ୍ପର୍କରେ ସମୀକ୍ଷା କରିଥିଲେ। ଏହାପରେ ସେ ଆଠମଲ୍ଲିକ ଧର୍ମଶାଳାରେ ଚାଲିଥିବା ଆହାର କେନ୍ଦ୍ରରେ ପହଞ୍ଚି ଡାଲିର ମାନ ନୀରିକ୍ଷଣ କରିଥିଲେ। ଏହି ଡାଲି ନିମ୍ନମାନର ବୋଲି ଜଣାପଡିବା ପରେ ଅସନ୍ତୋଷ ଜାହିର କହିଥିଲେ। ଏହାପରେ ସେ ଆଠମଲ୍ଲିକ ସହର ଅନ୍ତର୍ଗତ ହରିଡାନାଳୀ ଛତୁଆ କେନ୍ଦ୍ର ପରିଦର୍ଶନ କରିଥିଲେ। ତେବେ ଛତୁଆ ମଧ୍ୟରେ ବୁଟ ପରିମାଣ କମ୍ ଥିବାରୁ ଅସନ୍ତୋଷ ବ୍ୟକ୍ତ କରିଥିଲେ। ସେହିପରି ସ୍ଥାନୀୟ ଡାକ୍ତରଖାନା ପହଞ୍ଚି ରୋଗୀଙ୍କ ସହିତ ଆଲୋଚନା କରିଥିଲେ। ପ୍ରତିଦିନ ସକାଳ ଓ ସାରେ ୫୦ ଟି ମିଲ୍ ରୋଗୀଙ୍କୁ ଆହାର କେନ୍ଦ୍ରରୁ ଯୋଗାଇ ଦିଆଯିବ ବୋଲି କହିଥିଲେ। ଶେଷରେ ଚମ୍ପତିରାୟ ଆଠମଲ୍ଲିକ ବ୍ଲକ ମାଧପୁର ପଞ୍ଚାୟତ ଯାଇ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀଙ୍କୁ ଭେଟି ତୁରନ୍ତ ଗୃହ ନିର୍ମାଣ କରିବା ସହିତ ଏ ନେଇ କାହାକୁ ଟଙ୍କାଟିଏ ନ ଦେବାକୁ ପରାମର୍ଶ ଦେଇଥିଲେ। ଏହି ଗସ୍ତ ସମୟରେ ବିଡିଓ ସଞ୍ଜୟ କୁମାର ଆଚାର୍ଯ୍ୟ, ସିଡିପିଓ ତରଙ୍ଗିଣୀ ମିର୍ଦ୍ଧା, ଅନ୍ୟାନ ସରକାରୀ କର୍ମଚାରୀ ଉପସ୍ଥିତ ଥିଲେ।
ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…
ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...
ବାୟୁ ପ୍ରଦୂଷଣ: ଦେଶର ୬ଷ୍ଠ ସ୍ଥାନରେ ଅନୁଗୋଳ
ଅନୁଗୋଳ,୨୭।୧୧(ଦିବ୍ୟଶାନ୍ତନୁ ନାଥ): ଅନୁଗୋଳ ଜିଲାରେ ବାୟୁର ମାନ ୩ଦିନ ହେବ ଲଗାତର ବିପଦସଂକେତ ଉପରେ ରହିଛି। ବାୟୁମଣ୍ଡଳରେ ଦିନକୁ ଦିନ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା...
ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା
ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା...
ଆଉଘରକୁ ଫେରିଲେନି ଡେଲିଭରି ବୟ ବୟ: ଲକ୍ଷ୍ମୀବସ୍ ସହ ହେଲା…
ବଇଣ୍ଡା,୨୦।୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ ଥାନା ଦିନବନ୍ଧୁପୁର ନିକଟରେ ଗୁରୁବାର ସକାଳେ ଲକ୍ଷ୍ମୀ ବସ୍ ସହ ଏକ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏହି...
ଗଛରେ ପିଟିହେଲା ବାଇକ୍, ଚାଲିଗଲା ଜଣଙ୍କ ଜୀବନ
ବଇଣ୍ଡା,୧୬ା୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ...
ଅପରାଧୀଙ୍କୁ ଗିରଫ ଦାବିରେ ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋପ
ଅନୁଗୋଳ, ୧୧।୧୧ ( ମାନସ ବିଶ୍ୱାଳ): ଅଲ ଇଣ୍ଡିଆ ମୂଳନିବାସୀ ସଂଘ ପକ୍ଷରୁ ଘର ପୋଡିଥିବା ଅପରାଧୀଙ୍କୁ ଗିରଫ ଦାବିରେ ମଙ୍ଗଳବାର ଜିଲାପାଳ ଅଫିସ ସମ୍ମୁଖରେ...
ଡିଭାଇଡରରେ ପିଟିହେଲା ତୀର୍ଥଯାତ୍ରୀ ଗାଡ଼ି
ବଇଣ୍ଡା,୭ା୧୧(ପରୀକ୍ଷିତ ସାହୁ): କଟକ ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜ ପଥର ହଣ୍ଡପା ଥାନା ଲୁହାମୁଣ୍ଡାଠାରେ ଶୁକ୍ରବାର ଭୋର୍ ସମୟରେ ଏକ ତୀର୍ଥଯାତ୍ରୀ ଗାଡ଼ି ଡିଭାଇଡରରେ...
ଅନୁଗୋଳରେ ଲଜ୍ଜା: ନାବାଳିକା ଭଉଣୀକୁ ବଳତ୍କାର କଲା ଭାଇ
ଛେଣ୍ଡିପଦା,୩।୧୧: ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଞ୍ଚଳରେ ନିଜ ନାବାଳିକା ଭଉଣୀକୁ ବଡ଼ ଭାଇ ବଳତ୍କାର କରିଥିବା ଅଭିଯୋଗ ହୋଇଛି। ଘରେ କେହି ନଥିବା ବେଳେ...
Archives


