ଆଠମଲ୍ଲିକ ସହର, ୩ ପଞ୍ଚାୟତରେ ବନ୍ୟା

ଆଠମଲ୍ଲିକ,୧୫ା୮(ଡି.ଏନ.ଏ.) ମହାନଦୀ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଅନୁଗୋଳ ଜିଲାର ଆଠମଲ୍ଲିକ ସହର ସମେତ ବ୍ଲକରେ ବୁଧବାର ବନ୍ୟା ଜଳ ପ୍ରବେଶ କରିଛି। ଏଥିଯୋଗୁ ଶହ ଶହ ହେକ୍ଟର ଚାଷ ଜମି ଜଳମଗ୍ନ ହୋଇଥିବା ବେଳେ ତିନୋଟି ପଞ୍ଚାୟତ ଓ ଗୋଟିଏ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ବୁଧବାର ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ଓ ଉପଜିଲାପାଳ ଡ. ରଜନୀକାନ୍ତ ବିଶ୍ୱାଳ ବନ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି।
ଆଠମଲ୍ଲିକ ଏନଏସି ସମେତ ବ୍ଲକର କିଆକଟା, ବାସୁଦେବପୁର, ଲୁଣହାଣ୍ଡି, କନ୍ଧପଡା, କମ୍ପଲା, କୁଦଗାଁ, ପୁରୁଣାମାଣତ୍ରୀ, ନଅଗାଁ, ଅଏଡା, ଜାମୁଡୋଲି, ଲୁହାସିଙ୍ଗା ଆଦି ପଞ୍ଚାୟତର ୪୦୦ ହେକ୍ଟରରୁ ଊର୍ଦ୍ଧ୍ୱ ଚାଷ ଜମି ଜଳମଗ୍ନ ହୋଇଛି। ଏହାଛଡା ଆଠମଲ୍ଲିକ ବିନିକେୟୀ ରାସ୍ତାର କଣ୍ଟିଆଣି ଓ ଚଣାଗଡି ନାଳ ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେବା ଫଳରେ ଲୁହାସିଙ୍ଗା, ଜାମୁଡୋଲି ପଞ୍ଚାୟତ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଛି। ଅଏଡା ପଞ୍ଚାୟତର ଓଳଥ ଗ୍ରାମ, କୁଦଗାଁ ପଞ୍ଚାୟତର କୁଦଗାଁ ବିଛିନ୍ନ ହୋଇଛି। ଆଠମଲ୍ଲିକ-ମାଧପୁର ରାସ୍ତାରେ ଥିବା ପ୍ରଶିଦ୍ଧ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ଦେଉଳଝରୀ ମନ୍ଦିର ପରିସରରେ ବନ୍ୟାଜଳ ପ୍ରବେଶ କରିଥିବା ଜଣାପଡିଛି। କୁଦଗାଁ ଗ୍ରାମବାସୀ ଜଳବନ୍ଦୀ ଥିବାରୁ ୪୦୦ ଲୋକଙ୍କ ପାଇଁ ଚୁଡା, ଗୁଡ, ବିସ୍କୁଟ, ପିଇବା ପାଣି ବ୍ୟବସ୍ଥା କରାଯାଇଛି। ସେହିଭଳି ଚଣାଗଡି ନାଳ ଓ ଓଳଥରେ ବେସରକାରୀ ଡଙ୍ଗା, ଅଗ୍ନିଶମ ବିଭାଗ ଯନ୍ତ୍ର ଚାଳିତ ବୋଟ୍‌ର ବ୍ୟବସ୍ଥା କରାଯାଇଛି। ବିଧାୟକ ସାଏ ହେଲେଇ, କୁଦଗାଁର ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

ଶିକ୍ଷୟତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହୋଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri