Posted inଖେଳ

ଆଡିଲେଡ୍‌ ଓଭାଲରେ ଭାରତ ଦିବାରାତ୍ର ଟେଷ୍ଟ ଖେଳିବ

ନୂଆଦିଲ୍ଲୀ,୨୯।୫: ଆଗାମୀ ଅଷ୍ଟ୍ରେଲିଆ ଗସ୍ତରେ ଭାରତ ଆଡିଲେଡ୍‌ ଓଭାଲ ଗ୍ରାଉଣ୍ଡରେ ଦିବାରାତ୍ର ତଥା ପିଙ୍କ୍‌ବଲ୍‌ ଟେଷ୍ଟ ଖେଳିବା ନିଶ୍ଚିତ ହୋଇଛି। କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଉଭୟ ପୁରୁଷ ଓ ମହିଳା ଦଳ ପାଇଁ ୨୦୨୦-୨୧ ବର୍ଷର ଅନ୍ତର୍ଜାତୀୟ କାର୍ଯ୍ୟସୂଚୀ ଘୋଷଣା କରିଛି। ଏଥିରେ ଭାରତ ବିପକ୍ଷରେ ଅଷ୍ଟ୍ରେଲିଆ ଖେଳିବାକୁ ଥିଲା ୪ ଟେଷ୍ଟ, ୩ ଟି୨୦ ଅନ୍ତର୍ଜାତୀୟ ଓ ୩ଟି ଦିନିକିଆ ମ୍ୟାଚ୍‌ ସାମିଲ ରହିଛି। ଡିସେମ୍ବର ୧୧ରୁ ୧୫ ତାରିଖ ମଧ୍ୟରେ ଖେଳାଯିବାକୁ ଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ଦିବାରାତ୍ର ଭିତ୍ତିକ ହେବ ବୋଲି ସିଏ ନିଶ୍ଚିତ କରିଛି। ତେବେ ପାରମ୍ପରିକ ଭାବେ ଦିବାରାତ୍ର ଟେଷ୍ଟ ଖେଳାଯାଉଥିବା ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡ (ଏସ୍‌ସିଜି)ରେ ଏହି ମ୍ୟାଚ୍‌ ଖେଳାଯିବ ନାହିଁ। ଏଠାରେ ଦିନ ଟେଷ୍ଟ ଖେଳାଯିବ। ଆଡିଲେଡରେ ପିଙ୍କ୍‌ ବଲ୍‌ରେ ଦିବାରାତ୍ର ଟେଷ୍ଟ ଖେଳାଯିବ ବୋଲି ସିଏ ମୁଖପାତ୍ର କହିଛନ୍ତି।
ଡିସେମ୍ବର ୩ରୁ ଏହି ଟେଷ୍ଟ ସିରିଜ ବ୍ରିସ୍‌ବେନର ଗାବା ଗ୍ରାଉଣ୍ଡରୁ ଆରମ୍ଭ ହେବ। ସେହିପରି ଡିସେମ୍ବର ୨୬ରେ ମେଲ୍‌ବୋର୍ନରେ ବକ୍ସିଂ ଡେ ଟେଷ୍ଟ ଆୟୋଜନ କରାଯିବ। ଜାନୁୟାରୀ ୩ରୁ ସିଡ୍‌ନୀରେ ଚତୁର୍ଥ ଟେଷ୍ଟ ଖେଳାଯିବ। ଅଷ୍ଟ୍ରେଲିଆ ଗସ୍ତ କରିବାକୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ସମ୍ମତି ପ୍ରକାଶ କରିଛି। ତେବେ କୋଭିଡ୍‌-୧୯ ମହମାରୀର ଆତଙ୍କ ବଜାୟ ରହିଛି। ଏପରିସ୍ଥଳେ ବିଦେଶ ଗସ୍ତ ନେଇ ବିସିସିଆଇ ଭାରତ ସରକାରଙ୍କ ନିର୍ଦ୍ଦେଶନାମା ପାଳନ କରିବ। ଫଳରେ ଅନ୍ତିମ କାର୍ଯ୍ୟସୂଚୀରେ ସାମାନ୍ୟ ପରିବର୍ତ୍ତନ ହେବ ବୋଲି ସିଏ ମୁଖ୍ୟ କାର୍ଯ୍ୟନିର୍ବାହୀ କେଭିନ ରବଟର୍‌ସ ସ୍ବୀକାର କରିଛନ୍ତି।
ଭାରତ ଏହି ଗସ୍ତରେ ୩ଟି ଟି୨୦ ମ୍ୟାଚ୍‌ ବ୍ରିସ୍‌ବେନ, କାନବେରା ଓ ଆଡିଲେଡରେ ଯଥାକ୍ରମେ ଅକ୍ଟୋବର ୧୧, ୧୪ ଓ ୧୭ ତାରିଖରେ ଖେଳିବ। ସେହିପରି ୩ଟି ଦିନିକିଆ ପର୍ଥ, ମେଲବୋର୍ନ ଓ ସିଡ୍‌ନୀ ଯଥାକ୍ରମେ ଜାନୁୟାରୀ ୧୨, ୧୫ ଓ ୧୭ ତାରିଖରେ ଖେଳାଯିବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri