ଆଣ୍ଟାର୍କଟିକାରେ ତାପମାତ୍ରା ୧୮.୩ ଡିଗ୍ରୀ ଛୁଇଁଲା: ୧୧ ଉପକୂଳ ସହର ସମୁଦ୍ର ଆଁକୁ ଯିବା ଆଶଙ୍କା !

ଜେନେଭା,୯।୨: ଜଳବାୟୁ ପରିବର୍ତ୍ତନ ଯୋଗୁ ଆଣ୍ଟାର୍କଟିକାରେ ତାପମାତ୍ରା ୧୮.୩ ଡିଗ୍ରୀ ଛୁଇଁଛି। ଏଭଳି ସ୍ଥିତି ଜାରି ରହିଲେ ଆସନ୍ତା ୮୦ ବର୍ଷ ମଧ୍ୟରେ ସମୁଦ୍ର ଜଳସ୍ତର ୩ ମିଟର ବଢ଼ିଯିବ। ତାପମାତ୍ରା ବଢୁଥିବାରୁ ୧.୪୨ କୋଟି ବର୍ଗ କିମି ଅଞ୍ଚଳର ହିମ ପାହାଡ଼ ତରଳି ଯିବ। ଏହାଦ୍ୱାରା ବହୁ ଦେଶ ତଥା ଉପକୂଳରେ ଥିବା ୧୧ଟି ବଡ଼ ବଡ଼ ସହର ସମୁଦ୍ର ଆଁରେ ରହିଯିବାର ଆଶଙ୍କା ଦେଖାଦେଇଛି। ୨୧୦୦ ମସିହା ବେଳକୁ ସମୁଦ୍ର ଜଳସ୍ତର ବଢ଼ିବା ଯୋଗୁ ଏଭଳି ସ୍ଥିତି ସୃଷ୍ଟି ହେବାର ଆଶଙ୍କା ଥିବା ଜେLନେଭା ସ୍ଥିତ ବିଶ୍ୱ ପାଣିପାଗ ବିଜ୍ଞାନ ସଂଗଠନ ପକ୍ଷରୁ ସୂଚନା ଦିଆଯାଇଛି। ସଂଗଠନର ପ୍ରବକ୍ତା କ୍ଲେର୍‌ ନଲିସ୍‌ କହିଛନ୍ତି ଯେ, ଖରାଦିନେ ଆଣ୍ଟାର୍କଟିକାରେ ତାପମାତ୍ରା ୧୫ ଡିଗ୍ରୀ ପର୍ଯ୍ୟନ୍ତ ଯାଇଥାଏ। ତେବେ ବର୍ତ୍ତମାନ ଖରାଦିନ ନ ଥିଲେ ବି ତାପମାତ୍ରା ଏଭଳି ରହିବା ଆଗତ ବିପଦର ସତର୍କ ସୂଚନା ଦେଉଛି। ଗତ ୫୦ ବର୍ଷ ମଧ୍ୟରେ ଆଣ୍ଟାର୍କଟିକା ତାପମାତ୍ରା ୩ ଡିଗ୍ରୀ ବଢ଼ିଛି। ତାପମାତ୍ରା ବଢୁଥିବାର ୧୯୭୯ ତୁଳନାରେ ୨୦୧୭ରେ ଏହା ୬ଗୁଣା ବୃଦ୍ଧି ପାଇଥିଲା। ଲଗାତାର ହିମ ପାହାଡ଼ ତରଳୁଥିବାରୁ ଜାକର୍ତ୍ତା,ହଷ୍ଟନ, ଲାଗୋସ୍‌, ଫ୍ଲୋରିଡ଼ା, ନ୍ୟୁ ଓରଲିୟନ୍ସ, ଢ଼ାକା, ଭେନିସ୍‌, ଭର୍ଜିନିଆ ଉପକୂଳ, ବ୍ୟାଙ୍କକ, ରୋଟ୍ରଡମ୍‌, ଆଲେକ୍ସଜାଣ୍ଡ୍ରିଆ ଆଦି ସହର ଆଗାମୀ ଦିନରେ ସମୁଦ୍ର ଗର୍ଭରେ ଲୀନ ହେବାର ଆଶଙ୍କା ରହିଥିବା ବିଶ୍ୱ ପାଣିପାଗ ବିଜ୍ଞାନ ସଂଗଠନ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଏହି ଦିନ ଗଡ଼ିବ ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍: ବୁକ୍ କରନ୍ତୁ ଟିକେଟ୍

ନୂଆଦିଲ୍ଲୀ,୧।୧: ଭାରତୀୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୫,...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

୨୦୨୬ରେ ଲେଖା ହେବ ମହାକାଶ ବିଜ୍ଞାନର ନୂଆ ଅଧ୍ୟାୟ: ଭାରତ, ଆମେରିକା ରଚିବେ ଇତିହାସ

ନୂଆଦିଲ୍ଲୀ,୧।୧: ୨୦୨୬ ବର୍ଷଟି ବିଶ୍ୱ ମହାକାଶ ଇତିହାସରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି। ଭାରତର ‘ଇସ୍ରୋ’ ଏବଂ ଆମେରିକାର ‘ନାସା’ ଦୁଇଟି ଭିନ୍ନ...

ରାଜଧାନୀରେ ମଦର ମାହୋଲ: ୭ ଦିନରେ ୩୨ କୋଟି ଟଙ୍କାର ମଦ ପିଇଲେ ଭୁବନେଶ୍ୱରବାସୀ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ସ୍ୱାଗତ ଉତ୍ସବକୁ ନେଇ ସାରା ରାଜଧାନୀ ଚଳଚଞ୍ଚଳ ଥିବାବେଳେ, ମଦ ବିକ୍ରି କ୍ଷେତ୍ରରେ ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି। ଅବକାରୀ ବିଭାଗର...

ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...

୧୩ ସରକାରୀ ଯୋଜନା ବିଷୟରେ ଜାଣିବେ ଯୋଗ୍ୟ ହିତାଧିକାରୀ, ଓ୍ବାର୍ଡକୁ ଓ୍ବାର୍ଡ ବୁଲି…

କୋରାପୁଟ,୧ା୧(ଅମିତାଭ ବେହେରା): ଗୁରୁବାର କୋରାପୁଟ ପୌର ପରିଷଦ କାର୍ଯ୍ୟାଳୟ ପରିସରରେ ସହଯୋଗ ଭ୍ରାମ୍ୟମାଣ ସହାୟତା କେନ୍ଦ୍ର ବା ସଚେତନତା ରଥ ଉଦ୍‌ଘାଟିତ ହୋଇଯାଇଛି। କୋରାପୁଟ ବିଧାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri