ଆତଙ୍କବାଦୀଙ୍କ ଏନ୍‌କାଉଣ୍ଟର ୧୫ ପ୍ରତିଶତ କମିଛି: ଗ୍ଲୋବାଲ୍‌ ଟେରୋରିଜିମ୍‌ ଇଣ୍ଡେକ୍ସ୍‌

ଓ୍ବାଶିଂଟନ,୨୩।୧୧: ପୃଥିବୀରେ ଆତଙ୍କବାଦୀଙ୍କ ଏନ୍‌କାଉଣ୍ଟର ୨୦୧୭ ତୁଳନାରେ ୨୦୧୮ରେ ୧୫ ପ୍ରତିଶତ କମିଛି। ଏନେଇ ଗ୍ଲୋବାଲ୍‌ ଟେରୋରିଜିମ୍‌ ଇଣ୍ଡେକ୍ସ୍‌-୨୦୧୯ରେ ରିପୋର୍ଟ ପ୍ରକାଶ ପାଇଛି। ତେବେ ଗୋଟିଏ ବର୍ଷ ମଧ୍ୟରେ ଆତଙ୍କବାଦ ପ୍ରଭାବିତ ଦେଶଙ୍କ ସଂଖ୍ୟା ୭୧ରେ ପହଞ୍ଚିଛି। ୨୦୦୨ ପରେ ଦକ୍ଷିଣ ଏସିଆ ଆତଙ୍କବାଦ ଦ୍ୱାରା ଅଧିକ ପ୍ରଭାବିତ ହୋଇଥିବା ଏଥିରେ ପ୍ରକାଶ ପାଇଛି। ଅପରପକ୍ଷରେ ଏହି ସମୟରେ ମଧ୍ୟ ଆମେରିକା ଅଞ୍ଚଳ କମ୍‌ ପ୍ରଭାବିତ ହୋଇଛି। ସେହିପରି ୟୁରୋପରେ ଆତଙ୍କବାଦୀଙ୍କ ଏନ୍‌କାଉଣ୍ଟର ୭୦ ପ୍ରତିଶତ କମିଛି। ଏଥିରେ ଆଫଗାନୀସ୍ତାନରେ ଆତଙ୍କବାଦୀଙ୍କ ଯୋଗୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ଏଥି ଲାଗି ତାଲିବାନ୍‌ ସଂଗଠନକୁ ଦାୟୀ କରାଯାଇଛି। ଅନ୍ୟ ଆତଙ୍କବାଦୀ ସଂଗଠନ ତୁଳାନରେ ୨୦୧୮ରେ ତାଲିବାନ୍‌ ଅଧିକ ଲୋକଙ୍କ ଜୀବନ ନେଇଛି। ତାଲିବାନ୍‌ ଦ୍ୱାରା ଏହି ବର୍ଷ ୬ ହଜାର ଶହେ ୩ ଜଣ ଲୋକଙ୍କୁ ହତ୍ୟା କରାଯାଇଥିବା ରିପୋର୍ଟରେ ପ୍ରକାଶ ପାଇଛି। ୨୦୧୮ରେ ଆତଙ୍କବାଦୀ ଆକ୍ରମଣରେ ୭ ହଜାର ୩ଶହ ୭୯ ଲୋକଙ୍କ ଜୀବନ ଯାଇଛି। ୨୦୧୭ ତୁଳନାରେ ସାଧାରଣ ଲୋକଙ୍କ ମୃତ୍ୟୁ ସଂଖ୍ୟା ୪୬ ପ୍ରତିଶତ ବଢ଼ିଛି। ଏହି ସମୟରେ ପଶ୍ଚିମ ଆଫ୍ରିକା ନାଇଜେରିଆରେ ମୌଳବାଦୀ ଅଧିକ ସକ୍ରିୟ ହୋଇଛନ୍ତି। ଅପରପକ୍ଷରେ ସୋମାଲିଆରେ ଆତଙ୍କବାଦୀ ଆକ୍ରମଣ ଘଟଣା କମିଛି। ଆତଙ୍କବାଦୀ ଆକ୍ରମଣ ଯୋଗୁ ୨୦୧୭ରେ ୫୪ ଶହ କୋଟି ଡଲାରର କ୍ଷତି ହୋଇଥିବାବେଳେ ୨୦୧୮ରେ ଏହା କମି ୩୩ ଶହ କୋଟି ଡଲାର ହୋଇଥିବା ଏହି ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁପି-ପଞ୍ଜାବ ସମେତ ୫ ରାଜ୍ୟରେ ନଭେମ୍ୱର-ଡିସେମ୍ୱରରେ ହୋଇପାରେ ବିଧାନସଭା ନିର୍ବାଚନ! ଜାଣନ୍ତୁ କ’ଣ ରହିଛି କେନ୍ଦ୍ର ସରକାରଙ୍କ ପ୍ଲାନ

ନୂଆଦିଲ୍‌ଲୀ,୧୪।୬: ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆରେ ବର୍ଷ ୨୦୨୭ରେ ହେବାକୁ ଥିବା ବିଧାନସଭା ନିର୍ୱାଚନ ଚଳିତ ବର୍ଷ ୨୦୨୬ରେ ହିଁ କରାଯାଇପାରେ। କେନ୍ଦ୍ର…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଏମିତି କହିଲେ ରାହୁଲ ଗାନ୍ଧୀ, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୧୪।୬: ବିରୋଧୀ ଇଣ୍ଡିଆ ମେଣ୍ଟ ଭିତରେ ଆଭ୍ୟନ୍ତରୀଣ ଫାଟ ଏବେ ଖୋଲାଖୋଲି ଭାବରେ ସାମ୍ନାକୁ ଆସୁଛି। କଂଗ୍ରେସ ଏବଂ ବାମ ଦଳ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି।…

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

୨୪ ଘଣ୍ଟାରେ ହୋଇପାରେ ଆମେରିକା-ଇରାନ ଶାନ୍ତି ଚୁକ୍ତି: ଶେହବାଜ

ଇସ୍‌ଲାମାବାଦ,୧୩ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ ପାଇଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇପାରେ ବୋଲି ମୁଖ୍ୟ ମଧ୍ୟସ୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri