Posted inଖେଳ

ଆତଙ୍କବାଦୀ ଆକ୍ରମଣ ଭୟ ସତ୍ତ୍ୱେ ପାକିସ୍ତାନ ଗସ୍ତ କରିବ ଶ୍ରୀଲଙ୍କା

କଲମ୍ବୋ, ୨୦।୯(ଏଏଫ୍‌ପି)- ଆତଙ୍କବାଦୀ ଆକ୍ରମଣ ଭୟ ସତ୍ତ୍ୱେ ସୀମିତ ଓଭରବିଶିଷ୍ଟ ସିରିଜ ଖେଳିବା ଲାଗି ପାକିସ୍ତାନ ଗସ୍ତ କରିବ ବୋଲି ଶ୍ରୀଲଙ୍କା କ୍ରିକେଟ୍‌ (ଏସ୍‌ଏଲ୍‌) ପକ୍ଷରୁ ଗୁରୁବାର କୁହାଯାଇଛି। ‘ପ୍ରତିରକ୍ଷା ମନ୍ତ୍ରୀଙ୍କ ନିକଟରୁ ଆମକୁ ସବୁଜ ସଙ୍କେତ ମିଳିବା ପରେ ଦଳ ମଙ୍ଗଳବାର ପାକିସ୍ତାନ ଗସ୍ତ କରିବ। ଆମର ପ୍ଲାନ୍‌ ଅନୁଯାୟୀ ଏହି ଗସ୍ତ ହେବ। ମୋ ସହିତ ଅଫିସିଆଲମାନେ ଦଳ ସହ ପାକିସ୍ତାନ ଗସ୍ତ କରିବେ’ ବୋଲି ଶ୍ରୀଲଙ୍କା କ୍ରିକେଟ୍‌ ସମ୍ପାଦକ ମୋହନ ଡି ସିଲ୍‌ଭା କହିଛନ୍ତି। ଗତ ସପ୍ତାହରେ ତିନି ମ୍ୟାଚ୍‌ବିଶିଷ୍ଟ ଦିନିକିଆ ଓ ଟି୨୦ ସିରିଜ ଲାଗି ଶ୍ରୀଲଙ୍କା ଦଳ ଘୋଷଣା ହେବାର କିଛି ସମୟ ପରେ ଖେଳାଳିଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ନେଇ ଶ୍ରୀଲଙ୍କା ସରକାରଙ୍କୁ ସୂଚନା ମିଳିଥିଲା। ତେବେ ଶ୍ରୀଲଙ୍କା ପ୍ରତିରକ୍ଷା ମନ୍ତ୍ରୀ ଏହି ଘଟଣାର ତଦନ୍ତ କରି ସବୁଜ ସଙ୍କେତ ପ୍ରଦାନ କରିଛନ୍ତି। ପୂର୍ବରୁ ୨୦୦୯ରେ ଏକ ଟେଷ୍ଟ ସିରିଜ ସମୟରେ ଲାହୋରରେ ଶ୍ରୀଲଙ୍କା ଖେଳାଳିଙ୍କ ଉପରକୁ ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ। ସେତେବେଳେ ୬ ଜଣ ଶ୍ରୀଲଙ୍କା ଖେଳାଳି ଏଥିରେ ଆଘାତପ୍ରାପ୍ତ ହୋଇଥିଲେ। ଏହି ଆକ୍ରମଣ ପରେ ପାକିସ୍ତାନକୁ ସେତେବେଳେ ବିଶ୍ୱରେ ବେଶ୍‌ ନିନ୍ଦିତ ହେବାକୁ ପଡ଼ିଥିଲା। ଏପରି କି କୌଣସି ଦଳ ପାକିସ୍ତାନ ଗସ୍ତରେ ଯିବାକୁ ରାଜି ହୋଇ ନ ଥିଲେ। ତେବେ ପ୍ରଥମଥର ଲାଗି ଶ୍ରୀଲଙ୍କା ଦଳ ପାକିସ୍ତାନ ଗସ୍ତରେ ଯିବାକୁ ରାଜି ହୋଇଛି। କିନ୍ତୁ ଲସିଥ୍‌ ମାଲିଙ୍ଗାଙ୍କ ସମେତ ୧୦ଜଣ ପ୍ରମୁଖ ସିଂହଳୀ କ୍ରିକେଟର ସୁରକ୍ଷାଜନିତ କାରଣ ଲାଗି ପୂର୍ବରୁ ଏହି ଗସ୍ତରୁ ଓହରି ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri