Posted inଜାତୀୟ

ଆତଙ୍କବାଦୀ ସଂଗଠନଗୁଡ଼ିକୁ ପାଣ୍ଠି ଯୋଗାଣ: ପାକିସ୍ତାନ କରୁଛି ଚୋରା ନିଶାଦ୍ରବ୍ୟ କାରବାର

ନୂଆଦିଲ୍ଲୀ,୧୪।୭: ଭାରତରେ ଥିବା ଆତଙ୍କବାଦୀ ସଂଗଠନଗୁଡ଼ିକୁ ପାଣ୍ଠି ଯୋଗାଇବା ପାଇଁ ପାକିସ୍ତାନ ଏବେ ଚୋରା ନିଶାଦ୍ରବ୍ୟ କାରବାର କରୁଛି। ବିଗତ ଦିନରେ ସୀମାପାରରୁ ଆସୁଥିବା ବିପୁଳ ପରିମାଣର ବିଭିନ୍ନ ନିଶାଦ୍ରବ୍ୟ ଜବତ ହୋଇଛି। ଭାରତୀୟ ସୁରକ୍ଷା ସଂସ୍ଥା ଅନୁସାରେ ଜୁଲାଇ ୧୦ରେ ଭାରତୀୟ ଗୋଇନ୍ଦା ବିଭାଗ ସୂଚନା ଆଧାରରେ ଶ୍ରୀଲଙ୍କା ତଟରକ୍ଷୀ ବାହିନୀ ପକ୍ଷରୁ ଚଢ଼ାଉ କରାଯାଇ ୫୦ କିଲୋଗ୍ରାମ୍‌ ହେରୋଇନ୍‌ ଜବତ କରାଯାଇଥିଲା। ମେ ୨୬ରେ ମାଳଦ୍ୱୀପ ପୋଲିସ୍‌ ଇରାନର ଏକ ବୋଟ୍‌ରୁ ବିପୁଳ ପରିମାଣର ନିଶାଦ୍ରବ୍ୟ ଜବତ କରିଥିଲା। ସେହିପରି ଗତ ମେ ୨୧ରେ ଭାରତୀୟ ତଟରକ୍ଷୀ ବାହିନୀ ପକ୍ଷରୁ ଗୁଜରାଟର କଚ୍ଛ ଜିଲାର ଜାଖୁଠାରେ ଚଢ଼ାଉ କରାଯାଇ ଏକ ପାକିସ୍ତାନୀ ବୋଟ୍‌ରୁ ୨୧୮ କିଲୋଗ୍ରାମ୍‌ ହେରୋଇନ୍‌ ଜବତ କରାଯାଇଥିଲା। ଏସବୁ ପାକିସ୍ତାନର ଚୋରା ଚାଲାଣ ହେଉଥିବା କୁହାଯାଉଛି। ଭାରତରେ ଆତଙ୍କବାଦୀ କାର୍ଯ୍ୟ ଜାରି ରଖିବା ପାଇଁ ଏଭଳି କରାଯାଉଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

ବଙ୍ଗ ରାଜନୀତିରେ ବଡ଼ ଖେଳ! ଏହି ଦଳରେ ମିଶିବେ ଟିଏମସିର ବିଦ୍ରୋହୀ ଏମପି, ବଡ଼ ସୂଚନା ଦେଲେ….

କୋଲକାତା,୧୪।୬: ବିଦ୍ରୋହୀ ଟିଏମସି ଏମପିମାନେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ରିପୋର୍ଟ ଅନୁସାରେ, ମିଶ୍ରଣ ପରେ ସେମାନେ ନ୍ୟାସନାଲିଷ୍ଟ ସିଟିଜେନ୍ସ ପାର୍ଟିରେ ଯୋଗଦେବେ ଏବଂ ଏନଡିଏକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri