Posted inଜାତୀୟ

ଆତଙ୍କବାଦ ବିରୋଧରେ ଲଢିବାକୁ ଏକଜୁଟ ହେବେ ଭାରତ-ଆମେରିକା: ଟ୍ରମ୍ପ

ଅହମଦାବାଦ,୨୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ଗୁଜରାଟର ମୋଟେରା ଷ୍ଟାଡିୟମରେ ‘ନମସ୍ତେ ଟ୍ରମ୍ପ’ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏହି ଅବସରରେ ସେ ସାଧାରଣ ଜନତାଙ୍କୁ ସମ୍ବୋଧନ ଦେବା ସମୟରେ ଭାରତର ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଖୁବ୍‌ ପ୍ରଶଂସା କରିଥିଲେ। ସେ କହିଥିଲେ ଭାରତ ପାଇଁ ଆମେରିକା ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ରହିଛି। ସମସ୍ତେ ମୋଦିଙ୍କୁ ପ୍ରଶଂସା କରୁଛନ୍ତି, ତେଣୁ ମୋଦି କେବଳ ଗୁଜରାଟ ନୁହେଁ ସମଗ୍ର ଦେଶର ଗର୍ବ। ମୋଦିଙ୍କ ପାଇଁ ଭାରତରେ ପ୍ରତି ୧୨ ମିନିଟରେ ଜଣେ ଲୋକ ଦାରିଦ୍ର୍ୟତାଠାରୁ ଦୂରେଇ ଯାଉଛନ୍ତି ବୋଲି ଟ୍ରମ୍ପ କହିଛନ୍ତି। ଏହି ଅବସରରେ ଟ୍ରମ୍ପ ଆହୁରି ମଧ୍ୟ କହିଛନ୍ତି ମଙ୍ଗଳବାର ଆମେରିକା ଭାରତ ସହ ସାମରିକ ଚୁକ୍ତି ସ୍ବାକ୍ଷର କରିବ। ଏହାପରେ ଭାରତ ଓ ଆମେରିକା ମିଳିତ ଭାବେ ଇସଲାମିକ ଆତଙ୍କବାଦର ମୁକାବିଲା କରିବେ ଓ ଏହାର ମୁଳୋତ୍ପାଟନ କରିବେ। ଏହାସହ ମୋଟେରା ଷ୍ଟାଡିୟମରେ ପାକିସ୍ତାନକୁ ଏକ ବାର୍ତ୍ତା ଦେଇ ଟ୍ରମ୍ପ କହିଛନ୍ତି ପାକିସ୍ତାନ ସମେତ ସମସ୍ତ ଦେଶ ନିଜ ସୀମାରେଖାକୁ ସୁରକ୍ଷିତ ରଖିବା ଉଚିତ୍‌। ପାକିସ୍ତାନରୁ ଆତଙ୍କବାଦ ଦମନ ପାଇଁ ଆମେରିକା ପାକିସ୍ତାନ ସହ ମିଶି କାମ କରୁଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ୁଛି ଜେନ୍‌ ଆଲ୍‌ଫାଙ୍କ ଆନ୍ଦୋଳନ

ନୂଆଦିଲ୍ଲୀ, ୨୭ା୮ : ରାଜସ୍ଥାନର ଜୟପୁରସ୍ଥିତ ରାମପୁରା କନୱରପୁରା ଗ୍ରାମର ପ୍ରାଥମିକ ସ୍କୁଲ ଘରର ଭଙ୍ଗାଦଦରା ଅବସ୍ଥା ଯୋଗୁ ପିଲାମାନଙ୍କୁ ଏକ ଗୁହାଳରେ ପାଠ ପଢ଼ାଯାଉଥିଲା। ନିକଟରେ…

ନେପାଳରେ ଆକସ୍ମିକ ବନ୍ୟା: ୯୫ ମୃତ

କାଠମାଣ୍ଡୁ, ୨୭ା୮: ତିବ୍ବତ-ରସୁୱାଗଢ଼ି ସୀମାରୁ ୨୦ କିଲୋମିଟର ଉତ୍ତର-ପୂର୍ବରେ ଥିବା ଅସ୍ଥିର ପାହାଡ଼ ଧସିବା ଏବଂ ସୀମାନ୍ତରେ ଥିବା ଲେନ୍ଦେ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ନେପାଳର…

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri