ନୂଆଦିଲ୍ଲୀ,୩। ୫: ହୋଣ୍ଡା ମୋଟର କମ୍ପାନୀ ପକ୍ଷରୁ ହୋଣ୍ଡା ମୋଟର ସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ ପ୍ରାଇଭେଟ ଲିମିଟେଡର ବରିଷ୍ଠ ପରିଚାଳନା ଟିମ୍ରେ ପରିବର୍ତ୍ତନ ଘୋଷଣା କରାଯାଇଛି। ରିପୋର୍ଟ ମୁତାବକ ଆତସୁସି ଓଗାଟା ହୋଣ୍ଡା ଟୁହ୍ବିଲର୍ସର ନୂଆ ସଭାପତି, ସିଇଓ ଏବଂ ଏମ୍ଡି ଭାବେ ଦାୟିତ୍ୱ ଗ୍ରହଣ କରିବେ। ହୋଣ୍ଡା ମୋଟର କମ୍ପାନୀ ଜାପାନର ଅପରେଟିଂ ଏକଜିକ୍ୟୁଟିଭ ଭାବେ ସେ ମଧ୍ୟ କାମ କରିବେ। ଗତ ୩ ବର୍ଷ ପର୍ଯ୍ୟନ୍ତ ହୋଣ୍ଡା ଟୁହ୍ବିଲର୍ସକୁ ମାର୍ଗଦର୍ଶନ ଦେଇ ଆସିଥିବା ମିନରୋ କାଟୋଙ୍କ ଉତ୍ତରାଧିକାରୀ ଭାବେ ସେ କାର୍ଯ୍ୟ କରିବେ। କାଟୋ ଚଳିତ ବର୍ଷ ମେ ପହିଲାରୁ ଜାପାନ ଫେରିଯିବେ। ସେଠାରେ ତାଙ୍କୁ ହୋଣ୍ଡା ମୋଟର କମ୍ପାନୀ ଅପରେଟିଂ ଏକଜିକ୍ୟୁଟିଭ ଓ ଚିଫ ଅଫିସର ଲାଇଫ କ୍ରିଏସନ ଅପରେଶନ ଭାବେ ନିଯୁକ୍ତି କରାଯାଇଛି। ୧୯୬୨ରେ ଜନ୍ମ ହୋଇଥିବା ଓଗାଟା ୧୯୮୫ରେ ହୋଣ୍ଡା ଜାପାନରୁ କ୍ୟାରିୟର ଆରମ୍ଭ କରିଥିଲେ। ଅଟୋମୋଟିଭ କ୍ଷେତ୍ରରେ ସେ ଦୀର୍ଘ ୩୫ ବର୍ଷ ହେବ କାର୍ଯ୍ୟରତ ଅଛନ୍ତି। ସେହିଭଳି ହୋଣ୍ଡା ଟୁହ୍ବିଲର୍ସର ବରିଷ୍ଠ ପରଚେଜ ନିର୍ଦ୍ଦେଶକ ଭାବେ ଭି.ଶ୍ରୀଧର, ୟଦବିନ୍ଦର ସିଂ ଗୁଲେରିୟା ଏବଂ ବିନୟ ଢିଙ୍ଗରା କମ୍ପାନୀର ବୋର୍ଡକୁ ନିର୍ଦ୍ଦେଶକ ଭାବେ ମନୋନୀତ ହୋଇଛନ୍ତି।
ଡିସେମ୍ବରରେ ବଢ଼ିଲା GST ସଂଗ୍ରହ: ୧.୭୪ ଲକ୍ଷ କୋଟି ଟଙ୍କା ଛୁଇଁଲା ରାଜସ୍ୱ
ନୂଆଦିଲ୍ଲୀ,୧।୧: ଦେଶରେ ବସ୍ତୁ ଓ ସେବା କର (GST) ସଂଗ୍ରହ କ୍ଷେତ୍ରରେ ପୁଣି ଉତ୍ସାହଜନକ ଅଭିବୃଦ୍ଧି ଦେଖିବାକୁ ମିଳିଛି। ଗତ ନଭେମ୍ବର ମାସର ମନ୍ଥରତା ପରେ...
ସିଗାରେଟ୍, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX
ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...
Stock Market Today: ନୂଆବର୍ଷର ପ୍ରଥମ ଦିନରେ ଉପର ମୁହାଁ ଷ୍ଟକ ମାର୍କେଟ, ମାଲେମାଲ ନିବେଶକ
ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନ, ଜାନୁଆରୀ ୧, ୨୦୨୬ ରେ ଭାରତୀୟ ଷ୍ଟକ୍ ବଜାର ଜୋରଦାର ଆରମ୍ଭ ହୋଇଛି । ସକାଳ ପ୍ରାୟ ୯ଟା...
ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…
ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...
LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍କା!
ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...
ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍
ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...
ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି
ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...
ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା
ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...
Archives


